Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 23:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆହୁରି ମନ୍ଦିରର ସୀମାନ୍ତବର୍ତ୍ତୀ ନଥନ-ମେଲକ ନାମକ ନପୁଂସକର କୋଠରି ନିକଟସ୍ଥ ସଦାପ୍ରଭୁଙ୍କ ଗୃହର ପ୍ରବେଶ ସ୍ଥାନ ସମୀପରେ ଯିହୁଦାର ରାଜାମାନେ ସୂର୍ଯ୍ୟ ଉଦ୍ଦେଶ୍ୟରେ ଯେଉଁ ଅଶ୍ୱମାନଙ୍କୁ ଦେଇଥିଲେ, ସେ ସେମାନଙ୍କୁ ନେଇଗଲେ, ପୁଣି ସେ ସୂର୍ଯ୍ୟରଥସବୁ ଅଗ୍ନିରେ ଦଗ୍ଧ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆହୁରି ମନ୍ଦିରର ସୀମାନ୍ତବର୍ତ୍ତୀ ନଥନ-ମେଲକ ନାମକ ନପୁଂସକର କୋଠରି ନିକଟସ୍ଥ ସଦାପ୍ରଭୁଙ୍କ ଗୃହର ପ୍ରବେଶସ୍ଥାନ ସମୀପରେ ଯିହୁଦାର ରାଜାମାନେ ସୂର୍ଯ୍ୟ ଉଦ୍ଦେଶ୍ୟରେ ଯେଉଁ ଅଶ୍ଵମାନଙ୍କୁ ଦେଇଥିଲେ, ସେ ସେମାନଙ୍କୁ ନେଇଗଲେ; ପୁଣି ସେ ସୂର୍ଯ୍ୟରଥସବୁ ଅଗ୍ନିରେ ଦଗ୍ଧ କଲେ।

Gade chapit la Kopi

ଓଡିଆ ବାଇବେଲ

11 ଆହୁରି ମନ୍ଦିରର ସୀମାନ୍ତବର୍ତ୍ତୀ ନଥନ-ମେଲକ ନାମକ ନପୁଂସକର କୋଠରି ନିକଟସ୍ଥ ସଦାପ୍ରଭୁଙ୍କ ଗୃହର ପ୍ରବେଶ ସ୍ଥାନ ସମୀପରେ ଯିହୁଦାର ରାଜାମାନେ ସୂର୍ଯ୍ୟ ଉଦ୍ଦେଶ୍ୟରେ ଯେଉଁ ଅଶ୍ୱମାନଙ୍କୁ ଦେଇଥିଲେ, ସେ ସେମାନଙ୍କୁ ନେଇଗଲେ, ପୁଣି ସେ ସୂର୍ଯ୍ୟରଥସବୁ ଅଗ୍ନିରେ ଦଗ୍ଧ କଲେ।

Gade chapit la Kopi

ପବିତ୍ର ବାଇବଲ

11 ଆହୁରି ମନ୍ଦିରର ସୀମାନ୍ତବର୍ତ୍ତୀ ନଥନ-ମେଲକ ନାମକ ନପୁଂସକର କୋଠରୀ ନିକଟସ୍ଥ ସଦାପ୍ରଭୁଙ୍କ ମନ୍ଦିରର ପ୍ରବେଶ ସ୍ଥାନ ସମୀପରେ ଯିହୁଦାର ରାଜାମାନେ ସୂର୍ଯ୍ୟ ଉଦ୍ଦେଶ୍ୟରେ ଯେଉଁ ଅଶ୍ୱମାନଙ୍କୁ ଦେଇଥିଲେ, ସେ ସେମାନଙ୍କୁ ନେଇ ଗଲେ ଓ ସେହି ସୂର୍ଯ୍ୟ ଦେବତାର ରଥଗୁଡ଼ିକୁ ଅଗ୍ନିରେ ଦ‌ଗ୍‌ଧ କରାଗଲା।

Gade chapit la Kopi




2 ରାଜାବଳୀ 23:11
8 Referans Kwoze  

ଏଥିଉତ୍ତାରେ ସେ ମୋତେ ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ, ଆଉ ଦେଖ, ସଦାପ୍ରଭୁଙ୍କ ମନ୍ଦିରର ଦ୍ୱାର ନିକଟରେ, ବାରଣ୍ଡା ଓ ଯଜ୍ଞବେଦିର ମଧ୍ୟସ୍ଥାନରେ ଊଣାଧିକ ପଚିଶ ଜଣ ପୁରୁଷ ସଦାପ୍ରଭୁଙ୍କ ମନ୍ଦିର ପ୍ରତି ପିଠି କରି ଓ ପୂର୍ବଦିଗ ପ୍ରତି ମୁଖ କରିଅଛନ୍ତି; ଆଉ, ସେମାନେ ପୂର୍ବଦିଗ ପ୍ରତି ସୂର୍ଯ୍ୟକୁ ପ୍ରଣାମ କଲେ।


ପୁଣି, ଲୋକମାନେ ତାଙ୍କ ସାକ୍ଷାତରେ ବାଲ୍‍ ଦେବଗଣର ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ, ଆଉ ସେ ତହିଁ ଉପରେ ସ୍ଥାପିତ ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇଲେ ଓ ଆଶେରା ମୂର୍ତ୍ତି, ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମାସବୁ ଭାଙ୍ଗି ଚୂର୍ଣ୍ଣ କରି ସେସବୁର ଉଦ୍ଦେଶ୍ୟରେ ବଳିଦାନକାରୀ ଲୋକମାନଙ୍କ କବର ଉପରେ ତାହା ବିଞ୍ଚିଲେ।


ଆହୁରି, ସେ ଯିହୁଦାର ସମସ୍ତ ନଗରରୁ ଉଚ୍ଚସ୍ଥଳୀ ଓ ସୂର୍ଯ୍ୟ-ପ୍ରତିମାସବୁ ଦୂର କଲେ ଓ ତାଙ୍କ ସମ୍ମୁଖରେ ରାଜ୍ୟ ସୁସ୍ଥିର ହେଲା।


ପୁଣି ଯିହୁଦାର ରାଜାମାନେ ଯେଉଁ ପୌତ୍ତଳିକ ପୁରୋହିତମାନଙ୍କୁ ଯିହୁଦା ଦେଶସ୍ଥ ନଗରସବୁର ଉଚ୍ଚସ୍ଥଳୀମାନରେ ଓ ଯିରୂଶାଲମର ଚତୁର୍ଦ୍ଦିଗର ସ୍ଥାନସବୁରେ ଧୂପ ଜ୍ୱଳାଇବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କୁ, ମଧ୍ୟ ଯେଉଁମାନେ ବାଲ୍‍ର, ସୂର୍ଯ୍ୟର ଓ ଚନ୍ଦ୍ରର ଓ ଗ୍ରହଗଣର ଓ ଆକାଶସ୍ଥ ବାହିନୀ ସକଳ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ, ସେସବୁକୁ ସେ ରହିତ କଲେ।


କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବ।


ପଶ୍ଚିମ ଦିଗରେ ସୀମାନ୍ତବର୍ତ୍ତୀ ସ୍ଥାନ ନିମନ୍ତେ ଉଚ୍ଚ ପଥରେ ଚାରି ଜଣ ଓ ସୀମାନ୍ତବର୍ତ୍ତୀ ସ୍ଥାନରେ ଦୁଇ ଜଣ।


ସୂର୍ଯ୍ୟ ଦୀପ୍ତି ଦେବା ବେଳେ ଓ ଚନ୍ଦ୍ର ଜ୍ୟୋସ୍ନାରେ ଗତି କରିବା ବେଳେ ଯଦି ମୁଁ ତହିଁ ପ୍ରତି ଦୃଷ୍ଟି କରିଥାଏ;


ତହୁଁ ସେ ମୋତେ ବାହାର ପ୍ରାଙ୍ଗଣକୁ ଆଣିଲେ, ଆଉ ଦେଖ, ପ୍ରାଙ୍ଗଣର ଚାରିଆଡ଼େ କେତେକ କୋଠରି ଓ ନିର୍ମିତ ଚଟାଣ ଥିଲା; ସେହି ଚଟାଣ ଉପରେ ତିରିଶ କୋଠରି ଥିଲା।


Swiv nou:

Piblisite


Piblisite