Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 23:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ ଯିହୁଦାର ରାଜାମାନେ ଆହସ୍‌ର ଉପରିସ୍ଥ କୋଠରି ଛାତ ଉପରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ ଓ ମନଃଶି ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ, ରାଜା ସେସବୁକୁ ସେସ୍ଥାନରୁ ଭାଙ୍ଗି ପକାଇ ଚୂର୍ଣ୍ଣ କଲେ ଓ ତହିଁର ଧୂଳି କିଦ୍ରୋଣ ନଦୀରେ ଫୋପାଡ଼ି ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ ଯିହୁଦାର ରାଜାମାନେ ଆହସର ଉପରିସ୍ଥିତ କୋଠରି-ଛାତ ଉପରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ ଓ ମନଃଶି ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ, ରାଜା ସେସବୁକୁ ସେସ୍ଥାନରୁ ଭାଙ୍ଗି ପକାଇ ଚୂର୍ଣ୍ଣ କଲେ ଓ ତହିଁର ଧୂଳି କିଦ୍ରୋଣ ନଦୀରେ ନିକ୍ଷେପ କଲେ।

Gade chapit la Kopi

ଓଡିଆ ବାଇବେଲ

12 ଆଉ ଯିହୁଦାର ରାଜାମାନେ ଆହସ୍‌ର ଉପରିସ୍ଥ କୋଠରି ଛାତ ଉପରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ ଓ ମନଃଶି ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ, ରାଜା ସେସବୁକୁ ସେସ୍ଥାନରୁ ଭାଙ୍ଗି ପକାଇ ଚୂର୍ଣ୍ଣ କଲେ ଓ ତହିଁର ଧୂଳି କିଦ୍ରୋଣ ନଦୀରେ ଫୋପାଡି ଦେଲେ।

Gade chapit la Kopi

ପବିତ୍ର ବାଇବଲ

12 ଅତୀତରେ ଯିହୁଦାର ରାଜାମାନେ ଆହସର ଘରର କୋଠରୀର ଛାତ ଉପରେ ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ ଓ ମନଃଶି ସଦାପ୍ରଭୁଙ୍କ ମନ୍ଦିରର ଦୁଇ ସହରରେ ଯେଉଁ ଯଜ୍ଞବେଦିଗୁଡ଼ିକ ନିର୍ମାଣ କରିଥିଲେ ଯୋଶିୟ ସେ ସବୁକୁ ଭାଙ୍ଗି ଚୂର୍ଣ୍ଣ କଲେ ଓ ସେ ଧୂଳିକୁ ନେଇ କିଦ୍ରୋଣ ନଦୀରେ ନିକ୍ଷେପ କଲେ।

Gade chapit la Kopi




2 ରାଜାବଳୀ 23:12
15 Referans Kwoze  

ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକୁ ପ୍ରଣାମ କରନ୍ତି ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍‍କମ୍‍ ନାମରେ ଶପଥ କରି ପ୍ରଣାମ କରନ୍ତି;


ତହିଁରେ ଅଶୁଚିକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜାଗଣର ଗୃହ, ଅର୍ଥାତ୍‍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ଡଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍‍ ସ୍ଥାନ ତୁଲ୍ୟ ହେବ।’”


ଆହୁରି ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ବାହିନୀ ସକଳ ନିମନ୍ତେ ଯଜ୍ଞବେଦିମାନ ନିର୍ମାଣ କଲେ।


ଆହୁରି, ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ସକଳ ବାହିନୀ ନିମନ୍ତେ ଯଜ୍ଞବେଦି ନିର୍ମାଣ କଲେ।


ଆଉ, ସେ ଅନ୍ୟ ଦେବଗଣକୁ ଓ ସଦାପ୍ରଭୁଙ୍କ ଗୃହସ୍ଥିତ ପ୍ରତିମାକୁ ଦୂର କଲେ ଓ ସେ ସଦାପ୍ରଭୁଙ୍କ ଗୃହର ପର୍ବତରେ ଓ ଯିରୂଶାଲମରେ ଆପଣାର ନିର୍ମିତ ସମସ୍ତ ଯଜ୍ଞବେଦି ନଗରର ବାହାରେ ପକାଇଦେଲେ।


ଆଉ ଯୋଶୀୟ ସଦାପ୍ରଭୁଙ୍କ ଗୃହରୁ ଆଶେରା ମୂର୍ତ୍ତି ବାହାର କରି ଯିରୂଶାଲମର ବାହାରେ କିଦ୍ରୋଣ ନଦୀକୁ ଆଣିଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ ଓ ସେହି ଚୂର୍ଣ୍ଣ ସାଧାରଣ ଲୋକମାନଙ୍କ କବର ଉପରେ ନିକ୍ଷେପ କଲେ।


ପୁଣି ରାଜା ଯୋଶୀୟ ସଦାପ୍ରଭୁଙ୍କ ମନ୍ଦିରରୁ ବାଲ୍‍ର ଓ ଆଶେରା ମୂର୍ତ୍ତିର ଓ ଆକାଶସ୍ଥ ବାହିନୀ ସକଳ ନିମନ୍ତେ ନିର୍ମିତ ସକଳ ସାମଗ୍ରୀ ବାହାର କରି ଆଣିବା ପାଇଁ ହିଲ୍‍କୀୟ ମହାଯାଜକକୁ ଓ ଦ୍ୱିତୀୟ ଶ୍ରେଣୀର ଯାଜକମାନଙ୍କୁ ଓ ଦ୍ୱାରପାଳମାନଙ୍କୁ ଆଜ୍ଞା କଲେ; ତହୁଁ ସେ ଯିରୂଶାଲମର ବାହାରେ କିଦ୍ରୋଣ ପଦାରେ ତାହାସବୁ ଦଗ୍ଧ କରି ତହିଁର ଭସ୍ମ ବେଥେଲ୍‍କୁ ନେଇଗଲେ।


ତୁମ୍ଭେ ନୂତନ ଗୃହ ନିର୍ମାଣ କଲେ, ତହିଁର ଛାତରେ ଲୁହାର ବାଡ଼ ପ୍ରସ୍ତୁତ କରିବ, ଯେପରି ତହିଁ ଉପରୁ କୌଣସି ମନୁଷ୍ୟ ପଡ଼ିଗଲେ, ତୁମ୍ଭେ ଆପଣା ଗୃହ ଉପରେ ରକ୍ତପାତର ଅପରାଧ ବର୍ତ୍ତାଇବ ନାହିଁ।


ପୁଣି, ଶବ ଓ ଭସ୍ମର ସମୁଦାୟ ଉପତ୍ୟକା ଓ କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସକଳ କ୍ଷେତ୍ର, ପୂର୍ବଦିଗସ୍ଥ ଅଶ୍ୱଦ୍ୱାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ସଦାକାଳ ପର୍ଯ୍ୟନ୍ତ ଆଉ ଉତ୍ପାଟିତ କିଅବା ନିପାତିତ ହେବ ନାହିଁ।”


ମଧ୍ୟ ଆପଣା ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ଦେଲେ।


ପୁଣି ସେମାନେ ବାଲ୍‍ ମନ୍ଦିରରୁ ସ୍ତମ୍ଭମାନ ବାହାର କରି ଆଣି ପୋଡ଼ି ପକାଇଲେ।


“ପୁଣି ଆମ୍ଭେ ଯିରୂଶାଲମରେ ଆପଣା ନାମ ସ୍ଥାପନ କରିବା” ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ।


ମଧ୍ୟ ଆସା ରାଜାଙ୍କର ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି ଚୂର୍ଣ୍ଣ କଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ପକାଇଲେ।


ପୁଣି, “ଆମ୍ଭେ ଯିହୁଦାର ବିରୁଦ୍ଧରେ ଓ ଯିରୂଶାଲମର ନିବସୀସକଳର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା; ଆମ୍ଭେ ଏହି ସ୍ଥାନରୁ ବାଲ୍‍ର ଅବଶିଷ୍ଟାଂଶକୁ ଓ ଯାଜକଗଣ ସହିତ ପୁରୋହିତମାନଙ୍କର ନାମ;


Swiv nou:

Piblisite


Piblisite