Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 23:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିରେ ରାଜା ସ୍ତମ୍ଭ ନିକଟରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କ ଆଜ୍ଞା ଓ ସାକ୍ଷ୍ୟ କଥା ଓ ବିଧି ପାଳନ କରି, ଏହି ପୁସ୍ତକରେ ଲିଖିତ ନିୟମ-ବାକ୍ୟ ସଫଳ କରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ। ଆଉ ସମୁଦାୟ ଲୋକ ସେହି ନିୟମରେ ସମ୍ମତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏଥିରେ ରାଜା ସ୍ତମ୍ଭ ନିକଟରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କ ଆଜ୍ଞା ଓ ସାକ୍ଷ୍ୟ-କଥା ଓ ବିଧି ପାଳନ କରି ଏହି ପୁସ୍ତକଲିଖିତ ନିୟମ-ବାକ୍ୟ ସଫଳ କରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ; ଆଉ ସମୁଦାୟ ଲୋକ ସେହି ନିୟମରେ ସମ୍ମତ ହେଲେ।

Gade chapit la Kopi

ଓଡିଆ ବାଇବେଲ

3 ଏଥିରେ ରାଜା ସ୍ତମ୍ଭ ନିକଟରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କ ଆଜ୍ଞା ଓ ସାକ୍ଷ୍ୟ କଥା ଓ ବିଧି ପାଳନ କରି, ଏହି ପୁସ୍ତକରେ ଲିଖିତ ନିୟମ ବାକ୍ୟ ସଫଳ କରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ। ଆଉ ସମୁଦାୟ ଲୋକ ସେହି ନିୟମରେ ସମ୍ମତ ହେଲେ।

Gade chapit la Kopi

ପବିତ୍ର ବାଇବଲ

3 ଏଥିରେ ରାଜା ସ୍ତମ୍ଭ ସମ୍ମୁଖରେ ଠିଆ ହେଲେ ଓ ସଦାପ୍ରଭୁଙ୍କ ସହିତ ଗୋଟିଏ ଯୁକ୍ତି କଲେ ଏବଂ ସଦାପ୍ରଭୁଙ୍କୁ ଅନୁକରଣ କରିବାକୁ ତାଙ୍କର ଆଜ୍ଞାମାନ, ସାକ୍ଷକଥା ଓ ନିୟମମାନ ତାଙ୍କ ସମସ୍ତ ହୃଦୟ ଓ ମନ ସହିତ ପ୍ରତିଜ୍ଞା କଲେ ଏବଂ ପ୍ରତ୍ୟେକ ଲୋକ ଏହା କରିବାକୁ ରାଜି ହେଲେ।

Gade chapit la Kopi




2 ରାଜାବଳୀ 23:3
36 Referans Kwoze  

ପୁଣି ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ବିଧି ଅନୁସାରେ ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଓ ତୂରୀବାଦକମାନେ ଅଛନ୍ତି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି “ରାଜଦ୍ରୋହ ରାଜଦ୍ରୋହ!” ବୋଲି ଡାକ ପକାଇଲା।


ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ସଦାପ୍ରଭୁଙ୍କର ଏବଂ ରାଜା ଓ ଲୋକମାନଙ୍କ ମଧ୍ୟରେ ଏକ ନିୟମ କଲା; ରାଜା ଓ ଲୋକମାନଙ୍କ ମଧ୍ୟରେ ହିଁ ନିୟମ କଲା।


ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍‍ଗମନ କରିବ, ତାହାଙ୍କୁ ଭୟ କରିବ, ତାହାଙ୍କ ଆଜ୍ଞାସବୁ ପାଳନ କରିବ, ତାହାଙ୍କ ରବରେ ଅବଧାନ କରିବ ଓ ତାହାଙ୍କ ସେବା କରିବ, ଆଉ ତାହାଙ୍କଠାରେ ଆସକ୍ତ ହେବ।


ଯେଉଁ ଶାନ୍ତିଦାତା ଈଶ୍ବର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍‍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;


ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ।


ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, ‘ତୁମ୍ଭେମାନେ ଆସ, ଅନନ୍ତକାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।’


ଆଉ, ତୁମ୍ଭେ ସତ୍ୟରେ, ନ୍ୟାୟରେ ଓ ଧାର୍ମିକତାରେ ଜୀବିତ ସଦାପ୍ରଭୁଙ୍କ ନାମରେ ଶପଥ କରିବ; ତହିଁରେ ନାନା ଦେଶୀୟମାନେ ତାହାଙ୍କଠାରେ ଆପଣାମାନଙ୍କୁ ଆଶୀର୍ବାଦର ପାତ୍ର କରିବେ ଓ ତାହାଙ୍କଠାରେ ଦର୍ପ କରିବେ।”


ତୁମ୍ଭେ ରାଜାଜ୍ଞା ପାଳନ କର, ମୁଁ ଏହା ପରାମର୍ଶ ଦିଏ ଓ ପରମେଶ୍ୱରଙ୍କ ସାକ୍ଷାତରେ ଶପଥ କରିବା ସକାଶୁ ତାହା କର।


ଏସବୁ ଘଟିଲେ ହେଁ ଆମ୍ଭେମାନେ ଏକ ନିଶ୍ଚିତ ନିୟମ କରି ତାହା ଲେଖୁଅଛୁ; ଆଉ, ଆମ୍ଭମାନଙ୍କ ଅଧିପତିମାନେ, ଆମ୍ଭମାନଙ୍କ ଲେବୀୟମାନେ ଓ ଆମ୍ଭମାନଙ୍କ ଯାଜକମାନେ ତାହା ମୋହରାଙ୍କିତ କରୁଅଛନ୍ତି।


ଏହେତୁ ଆମ୍ଭେମାନେ ଏବେ ଆମ୍ଭ ପ୍ରଭୁଙ୍କର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାରେ କମ୍ପିତ ଲୋକମାନଙ୍କର ମନ୍ତ୍ରଣାନୁସାରେ ଏହି ସକଳ ଭାର୍ଯ୍ୟା ଓ ଏମାନଙ୍କଠାରୁ ଜାତ ସମସ୍ତଙ୍କୁ ଦୂର କରିଦେବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସହିତ ନିୟମ କରୁ; ଆଉ, ଏହା ବ୍ୟବସ୍ଥାନୁସାରେ କରାଯାଉ।


ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧ ଯେପରି ଆମ୍ଭମାନଙ୍କ ଉପରୁ ନିବୃତ୍ତ ହେବ, ଏଥିପାଇଁ ତାହାଙ୍କ ସଙ୍ଗେ ଏକ ନିୟମ କରିବାକୁ ମୋʼ ମନରେ ଅଛି।


ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ଆପଣାର, ପୁଣି ସମଗ୍ର ଲୋକଙ୍କର ଓ ରାଜାଙ୍କର ମଧ୍ୟରେ ଏକ ନିୟମ କଲା।


ଆଉ, ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ଦ୍ୱାର-ପ୍ରବେଶ ସ୍ଥାନରେ ଆପଣା ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଅଛନ୍ତି ଓ ତୂରୀ ଅଛି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି; ମଧ୍ୟ ଗାୟକମାନେ ବାଦ୍ୟଯନ୍ତ୍ର ବଜାଇ ପ୍ରଶଂସା ଗାନ କରୁଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି ରାଜଦ୍ରୋହ, ରାଜଦ୍ରୋହ ବୋଲି ଡାକ ପକାଇଲେ।


ସଦାପ୍ରଭୁ ହୋରେବରେ ଇସ୍ରାଏଲ-ସନ୍ତାନଗଣ ସହିତ ଯେଉଁ ନିୟମ କରିଥିଲେ, ତାହା ଛଡ଼ା ମୋୟାବ ଦେଶରେ ସେମାନଙ୍କ ସହିତ ଯେଉଁ ନିୟମ କରିବାକୁ ମୋଶାଙ୍କୁ ଆଜ୍ଞା ଦେଲେ, ସେହି ନିୟମର କଥା ଏହି।


ଆଉ ତୁମ୍ଭେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କୁ ସେବା କରିବାକୁ ଆଜି ଆମ୍ଭେ ଯେଉଁ ଆଜ୍ଞା ଦେଉଅଛୁ, ତାହା ଯଦି ଯତ୍ନପୂର୍ବକ ଶୁଣିବ;


ଏବେ ହେ ଇସ୍ରାଏଲ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବାର, ତାହାଙ୍କ ସକଳ ପଥରେ ଗମନ କରିବାର ଓ ତାହାଙ୍କୁ ପ୍ରେମ କରିବାର, ପୁଣି ଆପଣାର ସମସ୍ତ ଅନ୍ତଃକରଣ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସେବା କରିବାର,


ଆଉ ଯେବେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରିବ, ଅନ୍ୟ ଦେବତାଗଣର ପଶ୍ଚାଦ୍‍ଗାମୀ ହୋଇ ସେମାନଙ୍କ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆଜି ଏହି ସାକ୍ଷ୍ୟ ଦେଉଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ।


ଏନିମନ୍ତେ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ।


ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କ ପାଳନାର୍ଥେ ଏହିସବୁ ଆଜ୍ଞା ଓ ବିଧି ଓ ଶାସନ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆଜ୍ଞା ଦେଇଅଛନ୍ତି।


ଅର୍ଥାତ୍‍, ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା ଯର୍ଦ୍ଦନ-ପୂର୍ବପାରିରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ହିଷ୍‍ବୋନ ନିବାସୀ ଇମୋରୀୟ ରାଜା ସୀହୋନର ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହିସବୁ ପ୍ରମାଣ-ବାକ୍ୟ ଓ ବିଧି ଓ ଶାସନ ଦେଲେ।


ତେବେ ମୋଶା ଆସି ସଦାପ୍ରଭୁଙ୍କର ସେହି ସବୁ ବାକ୍ୟ ଓ ନିୟମ ବିଷୟ ଲୋକମାନଙ୍କୁ କହନ୍ତେ, ସମସ୍ତେ ଏକସ୍ୱରରେ ଉତ୍ତର କଲେ, “ସଦାପ୍ରଭୁ ଯେଉଁସବୁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା।”


ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟ ଦାସକୁ ଓ ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟା ଦାସୀକୁ ମୁକ୍ତ କରି ବିଦାୟ କରିବେ; କେହି ସେମାନଙ୍କୁ, ଅର୍ଥାତ୍‍ ଆପଣା ଯିହୁଦୀୟ ଭ୍ରାତାକୁ ଦାସ୍ୟକର୍ମ କରାଇବ ନାହିଁ,


ପୁଣି, ତୁମ୍ଭେମାନେ ଏଥିପୂର୍ବେ ଫେରି ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରି ଆମ୍ଭ ଦୃଷ୍ଟିରେ ଯଥାର୍ଥ କର୍ମ କରିଥିଲ ଓ ଆମ୍ଭ ନାମରେ ଖ୍ୟାତ ଗୃହରେ ଆମ୍ଭ ସମ୍ମୁଖରେ ନିୟମ କରିଥିଲ


ତହିଁରେ ସମଗ୍ର ଯିହୁଦା ସେହି ଶପଥରେ ଆନନ୍ଦ କଲେ; କାରଣ ସେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ସହିତ ଶପଥ କରିଥିଲେ ଓ ଆପଣା ଆପଣାର ସମ୍ପୂର୍ଣ୍ଣ ଇଚ୍ଛାରେ ତାହାଙ୍କର ଅନ୍ୱେଷଣ କଲେ, ଏଣୁ ସେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇଲେ; ପୁଣି ସଦାପ୍ରଭୁ ସେମାନଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଲେ।


ମଧ୍ୟ ମୁଁ ଆପଣା ଅଣ୍ଟି ଝାଡ଼ି ଦେଇ କହିଲି, “ଯେକେହି ଏହି ପ୍ରତିଜ୍ଞା ପ୍ରତିପାଳନ କରିବ ନାହିଁ, ପରମେଶ୍ୱର ତାହାର ଗୃହ ଓ ପରିଶ୍ରମର ଫଳରୁ ତାହାକୁ ଏହିପରି ଝାଡ଼ି ଦେଉନ୍ତୁ; ସେ ଏହିରୂପେ ଝଡ଼ା ଯାଉ ଓ ଶୂନ୍ୟ ହେଉ।” ତହିଁରେ ସମସ୍ତ ସମାଜ କହିଲେ “ଆମେନ୍‍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ। ଏଥିଉତ୍ତାରେ ଲୋକମାନେ ଏହି ପ୍ରତିଜ୍ଞାନୁସାରେ କର୍ମ କଲେ।


ମୋହରାଙ୍କନକାରୀମାନଙ୍କ ନାମ ଏହି, ଯଥା, ହଖଲୀୟର ପୁତ୍ର ନିହିମୀୟା ଶାସନକର୍ତ୍ତା ଓ ସିଦିକୀୟ;


Swiv nou:

Piblisite


Piblisite