Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 23:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି ରାଜା ଯୋଶୀୟ ସଦାପ୍ରଭୁଙ୍କ ମନ୍ଦିରରୁ ବାଲ୍‍ର ଓ ଆଶେରା ମୂର୍ତ୍ତିର ଓ ଆକାଶସ୍ଥ ବାହିନୀ ସକଳ ନିମନ୍ତେ ନିର୍ମିତ ସକଳ ସାମଗ୍ରୀ ବାହାର କରି ଆଣିବା ପାଇଁ ହିଲ୍‍କୀୟ ମହାଯାଜକକୁ ଓ ଦ୍ୱିତୀୟ ଶ୍ରେଣୀର ଯାଜକମାନଙ୍କୁ ଓ ଦ୍ୱାରପାଳମାନଙ୍କୁ ଆଜ୍ଞା କଲେ; ତହୁଁ ସେ ଯିରୂଶାଲମର ବାହାରେ କିଦ୍ରୋଣ ପଦାରେ ତାହାସବୁ ଦଗ୍ଧ କରି ତହିଁର ଭସ୍ମ ବେଥେଲ୍‍କୁ ନେଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ରାଜା ସଦାପ୍ରଭୁଙ୍କ ମନ୍ଦିରରୁ ବାଲ୍ର ଓ ଆଶେରାମୂର୍ତ୍ତିର ଓ ଆକାଶସ୍ଥ ସମସ୍ତ ବାହିନୀର ନିମନ୍ତେ ନିର୍ମିତ ସକଳ ସାମଗ୍ରୀ ବାହାର କରି ଆଣିବା ପାଇଁ ହିଲ୍‍କୀୟ ମହାଯାଜକକୁ ଓ ଦ୍ଵିତୀୟ ଶ୍ରେଣୀର ଯାଜକମାନଙ୍କୁ ଓ ଦ୍ଵାରପାଳମାନଙ୍କୁ ଆଜ୍ଞା କଲେ; ତହୁଁ ସେ ଯିରୂଶାଲମର ବାହାରେ କିଦ୍ରୋଣ-ପଦାରେ ତାହାସବୁ ଦଗ୍ଧ କରି ତହିଁର ଭସ୍ମ ବୈଥେଲକୁ ନେଇଗଲେ।

Gade chapit la Kopi

ଓଡିଆ ବାଇବେଲ

4 ପୁଣି ରାଜା ଯୋଶୀୟ ସଦାପ୍ରଭୁଙ୍କ ମନ୍ଦିରରୁ ବାଲ୍‍ର ଓ ଆଶେରା ମୂର୍ତ୍ତିର ଓ ଆକାଶସ୍ଥ ବାହିନୀ ସକଳ ନିମନ୍ତେ ନିର୍ମିତ ସକଳ ସାମଗ୍ରୀ ବାହାର କରି ଆଣିବା ପାଇଁ ହିଲ୍‍କୀୟ ମହାଯାଜକକୁ ଓ ଦ୍ୱିତୀୟ ଶ୍ରେଣୀର ଯାଜକମାନଙ୍କୁ ଓ ଦ୍ୱାରପାଳମାନଙ୍କୁ ଆଜ୍ଞା କଲେ; ତହୁଁ ସେ ଯିରୂଶାଲମର ବାହାରେ କିଦ୍ରୋଣ ପଦାରେ ତାହାସବୁ ଦଗ୍ଧ କରି ତହିଁର ଭସ୍ମ ବେଥେଲ୍‍କୁ ନେଇଗଲେ।

Gade chapit la Kopi

ପବିତ୍ର ବାଇବଲ

4 ପୁଣି ରାଜା ସଦାପ୍ରଭୁଙ୍କ ମନ୍ଦିରରୁ ବା‌ଲ୍‌ର, ଆଶେରାମୂର୍ତ୍ତିର ଓ ସ୍ୱର୍ଗସ୍ଥ ସମସ୍ତ ବାହିନୀ ଓ ମିଥ୍ୟା ଦେବତାମାନଙ୍କ ନିମନ୍ତେ ନିର୍ମିତ ସକଳ ସାମଗ୍ରୀ ବାହାର କରି ଆଣିବା ପାଇଁ ହି‌ଲ୍‌‌‌କିୟ ମହାଯାଜକକୁ, ଦ୍ୱିତୀୟ ଶ୍ରେଣୀର ଯାଜକମାନଙ୍କୁ ଓ ଦ୍ୱାରପାଳମାନଙ୍କୁ ଆଦେଶ କଲେ। ତା'ପରେ ଯୋଶିୟ ରାଜା ସେ ସମସ୍ତ ଦ୍ରବ୍ୟକୁ ଯିରୁଶାଲମର ବାହାରେ କିଦ୍ରୋଣ ଉପତ୍ୟକାରେ ଦ‌ଗ୍‌ଧ କଲେ ଓ ତାହାର ଭସ୍ମ ବୈଥେ‌ଲ୍‌କୁ ନେଇଗଲେ।

Gade chapit la Kopi




2 ରାଜାବଳୀ 23:4
35 Referans Kwoze  

ଆହୁରି ସେ ମନ୍ଦିରରେ ଆପଣା ନିର୍ମିତ ଆଶେରାର ଖୋଦିତ ମୂର୍ତ୍ତି ସ୍ଥାପନ କଲେ। ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, “ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ଚିରକାଳ ସ୍ଥାପନ କରିବା।


କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ବିନାଶ କରିଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ଇସ୍ରାଏଲର ରାଜା ଆହାବ ଯେପରି କରିଥିଲେ, ସେପରି ସେ ବାଲ୍‍ ନିମନ୍ତେ ଯଜ୍ଞବେଦିମାନ ପ୍ରସ୍ତୁତ କଲେ, ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଓ ଆକାଶସ୍ଥ ବାହିନୀ ସକଳକୁ ପୂଜା କରି ସେମାନଙ୍କର ସେବା କଲେ।


କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ଭାଙ୍ଗି ପକାଇଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ସେ ବାଲ୍‍ଦେବଗଣ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ ଓ ଆକାଶସ୍ଥ ସକଳ ବାହିନୀକୁ ପୂଜା କରି ସେମାନଙ୍କର ସେବା କଲେ।


ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ପ୍ରଧାନ ଯାଜକ ସରାୟଙ୍କୁ ଓ ଦ୍ୱିତୀୟ ଯାଜକ ସଫନୀୟଙ୍କୁ ଓ ତିନି ଜଣ ଦ୍ୱାରପାଳଙ୍କୁ ଧରିଲା।


ଯୀଶୁ ଏହିସବୁ କଥା କହି ଆପଣା ଶିଷ୍ୟମାନଙ୍କ ସହିତ କିଦ୍ରୋଣ ଜୋଡ଼ର ଆରପାଖକୁ ବାହାରିଗଲେ। ସେଠାରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେ ଓ ତାହାଙ୍କ ଶିଷ୍ୟମାନେ ସେଥିରେ ପ୍ରବେଶ କଲେ।


ସକାଳ ହୁଅନ୍ତେ, ସମସ୍ତ ପ୍ରଧାନ ଯାଜକମାନେ ପୁଣି, ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ପାଇଁ ତାହାଙ୍କର ବିରୁଦ୍ଧରେ ମନ୍ତ୍ରଣା କଲେ,


ସେହି ସମୟରେ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗ କୟାଫା ନାମକ ମହାଯାଜକଙ୍କ ପ୍ରାଙ୍ଗଣରେ ଏକତ୍ର ହେଲେ,


“ତୁମ୍ଭେମାନେ ବେଥେଲ୍‍କୁ ଯାଇ ଅପରାଧ କର; ଗିଲ୍‍ଗଲ୍‍କୁ ଯାଇ ଅପରାଧ ବୃଦ୍ଧି କର; ଆଉ, ପ୍ରତି ପ୍ରଭାତରେ ଆପଣା ଆପଣା ବଳି ଓ ପ୍ରତି ତିନି ଦିନରେ ଆପଣା ଆପଣାର ଦଶମାଂଶ ଉତ୍ସର୍ଗ କର;


ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; ଆଉ, ତୁମ୍ଭେମାନେ ଗିଲ୍‍ଗଲ୍‍ରେ ଉପସ୍ଥିତ ହୁଅ ନାହିଁ, କିଅବା ବେଥ୍-ଆବନକୁ ଯାଅ ନାହିଁ; ଅଥବା ସେଠାରେ ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ।


ପୁଣି, ପ୍ରହରୀବର୍ଗର ସେନାପତି ପ୍ରଧାନ ଯାଜକ ସରାୟକୁ ଓ ଦ୍ୱିତୀୟ ଯାଜକ ସଫନୀୟକୁ, ଆଉ ତିନି ଜଣ ଦ୍ୱାରପାଳକୁ ଧରିଲା।


ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍‍ଗମନ କରିବ,


ଏହେତୁ ଏହା ଦ୍ୱାରା ଯାକୁବର ଅପରାଧ ମାର୍ଜିତ ହେବ ଓ ତାହାର ପାପ ଦୂରୀକୃତ ହେବାର ସମସ୍ତ ଫଳ ଏହି; ସେ ଯଜ୍ଞବେଦିର ପ୍ରସ୍ତର ସବୁକୁ ଚୂନର ଭଗ୍ନ ପ୍ରସ୍ତର ତୁଲ୍ୟ କଲେ, ଆଶେରା ମୂର୍ତ୍ତି ଓ ସୂର୍ଯ୍ୟ-ପ୍ରତିମାସବୁ ଆଉ ଉଠିବେ ନାହିଁ।


ଆଉ, ସେ ଆପଣା ନିର୍ମିତ ଦେବତାର ଖୋଦିତ ପ୍ରତିମା ପରମେଶ୍ୱରଙ୍କ ଗୃହରେ ସ୍ଥାପନ କଲେ; ସେହି ଗୃହ ବିଷୟରେ ପରମେଶ୍ୱର ଦାଉଦଙ୍କୁ ଓ ତାଙ୍କ ପୁତ୍ର ଶଲୋମନଙ୍କୁ କହିଥିଲେ, “ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ସଦାକାଳ ସ୍ଥାପନ କରିବା;


ଆହୁରି ବେଥେଲ୍‍ରେ ଯେଉଁ ଯଜ୍ଞବେଦି ଥିଲା ଓ ଇସ୍ରାଏଲକୁ ପାପ କରାଇଥିଲେ ଯେ ନବାଟର ପୁତ୍ର ଯାରବୀୟାମ, ସେ ଯେଉଁ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଯୋଶୀୟ ସେହି ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ, ପୁଣି ସେ ଉଚ୍ଚସ୍ଥଳୀ ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ, ଆଉ ଆଶେରାମୂର୍ତ୍ତିକୁ ଦଗ୍ଧ କଲେ।


“ସଦାପ୍ରଭୁଙ୍କ ଗୃହକୁ ଆନୀତ ଯେଉଁ ମୁଦ୍ରା ଦ୍ୱାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରିଅଛନ୍ତି, ତାହା ଯେପରି ହିଲ୍‍କୀୟ ମହାଯାଜକ ଗଣିବ, ଏଥିପାଇଁ ତାହା ନିକଟକୁ ଯାଅ।


ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍‍, ଦୁଇ ଗୋବତ୍ସ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଆଉ ଆକାଶସ୍ଥ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍‍ର ସେବା କଲେ।


ତଥାପି ଆମ୍ଭେ ଇସ୍ରାଏଲ ମଧ୍ୟରେ ଆପଣା ପାଇଁ ସାତ ସହସ୍ର ଲୋକ ଅବଶିଷ୍ଟ ରଖିବା, ଯେଉଁମାନଙ୍କର ଆଣ୍ଠୁ ବାଲ୍‍ ସମ୍ମୁଖରେ ନତ ହୋଇ ନାହିଁ ଓ ଯେଉଁମାନଙ୍କର ମୁଖ ତାହାକୁ ଚୁମ୍ବନ କରି ନାହିଁ।”


ତହୁଁ ଏଲୀୟ ସେମାନଙ୍କୁ କହିଲେ, “ବାଲ୍‍ର ଭବିଷ୍ୟଦ୍‍ବକ୍ତାମାନଙ୍କୁ ଧର; ସେମାନଙ୍କର କାହାରିକୁ ପଳାଇବାକୁ ଦିଅ ନାହିଁ।” ତହିଁରେ ଲୋକମାନେ ସେମାନଙ୍କୁ ଧରିଲେ, ପୁଣି, ଏଲୀୟ ସେମାନଙ୍କୁ କୀଶୋନ୍‍ ନଦୀ ନିକଟକୁ ନେଇ ସେଠାରେ ସେମାନଙ୍କୁ ବଧ କଲେ।


ତହୁଁ ସେମାନେ ଆପଣାମାନଙ୍କୁ ଦତ୍ତ ବୃଷ ନେଇ ତାହା ପ୍ରସ୍ତୁତ କଲେ, ପୁଣି, ପ୍ରାତଃକାଳରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ବାଲ୍‍ ନାମରେ ଡାକି ପ୍ରାର୍ଥନା କରି କହିଲେ, “ହେ ବାଲ୍‍, ଆମ୍ଭମାନଙ୍କ କଥା ଶୁଣ।” ମାତ୍ର କୌଣସି ରବ ନୋହିଲା, ଅବା କେହି ଉତ୍ତର ଦେଲା ନାହିଁ। ତହିଁରେ ସେମାନେ ସେହି ନିର୍ମିତ ଯଜ୍ଞବେଦିର ଚାରିଆଡ଼େ ନାଚିଲେ।


ଏହେତୁ ଏବେ ତୁମ୍ଭେ ଲୋକ ପଠାଇ ସମଗ୍ର ଇସ୍ରାଏଲକୁ ଓ ଈଷେବଲ୍‍ର ମେଜରେ ଭୋଜନକାରୀ ବାଲ୍‍ର ଚାରି ଶହ ପଚାଶ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଆଶେରାର ଚାରି ଶହ ଭବିଷ୍ୟଦ୍‍ବକ୍ତାଙ୍କୁ କର୍ମିଲ ପର୍ବତରେ ମୋʼ ନିକଟରେ ଏକତ୍ର କର।”


ପୁଣି, ନବାଟର ପୁତ୍ର ଯାରବୀୟାମଙ୍କ ପାପ-ପଥରେ ଚାଲିବାର ତାଙ୍କ ପ୍ରତି ତୁଚ୍ଛ ବିଷୟ ହେଲା ପରି ସେ ସୀଦୋନୀୟମାନଙ୍କ ଇତ୍‍ବାଲ ରାଜାର କନ୍ୟା ଈଷେବଲ୍‍କୁ ବିବାହ କଲେ ଓ ଯାଇ ବାଲ୍‍ର ସେବା କରି ତାହାକୁ ପ୍ରଣାମ କଲେ।


ତହୁଁ ସେ ଗୋଟିକୁ ବେଥେଲ୍‍ରେ ଓ ଅନ୍ୟଟିକୁ ଦାନ୍‍ରେ ସ୍ଥାପନ କଲେ।


ତେଣୁ ଦେଶଯାକ ଉଚ୍ଚସ୍ୱର କରି ରୋଦନ କଲେ ଓ ସମସ୍ତ ଲୋକ ଅଗ୍ରସର ହେଲେ; ରାଜା ମଧ୍ୟ ଆପେ କିଦ୍ରୋଣ ନଦୀ ପାର ହୋଇଗଲେ ଓ ସମସ୍ତ ଲୋକ ପାର ହୋଇ ପ୍ରାନ୍ତର-ପଥ ଆଡ଼େ ଗଲେ।


ଆହୁରି ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବାଲ୍‍ଦେବ ଓ ଅଷ୍ଟାରୋତ୍‍ ଦେବୀଗଣର ସେବା କଲେ।


ଆହୁରି ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ବାହିନୀ ସକଳ ନିମନ୍ତେ ଯଜ୍ଞବେଦିମାନ ନିର୍ମାଣ କଲେ।


ଆଉ ଯିହୁଦାର ରାଜାମାନେ ଆହସ୍‌ର ଉପରିସ୍ଥ କୋଠରି ଛାତ ଉପରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ ଓ ମନଃଶି ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ, ରାଜା ସେସବୁକୁ ସେସ୍ଥାନରୁ ଭାଙ୍ଗି ପକାଇ ଚୂର୍ଣ୍ଣ କଲେ ଓ ତହିଁର ଧୂଳି କିଦ୍ରୋଣ ନଦୀରେ ଫୋପାଡ଼ି ଦେଲେ।


ଆଉ, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ସେମାନେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖୁଅଛ, ଆମ୍ଭେ ଯେପରି ଆପଣା ଧର୍ମଧାମରୁ ଦୂରକୁ ଯିବା, ଏଥିପାଇଁ ଇସ୍ରାଏଲ ବଂଶ ଏଠାରେ ମହା ମହା ଘୃଣାଯୋଗ୍ୟ କର୍ମ କରୁଅଛନ୍ତି। ମାତ୍ର ଏଥିଉତ୍ତାରେ ତୁମ୍ଭେ ପୁନର୍ବାର ଅନ୍ୟ ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ।”


ମଧ୍ୟ ଆପଣା ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ଦେଲେ।


ପୁଣି ସେମାନେ ବାଲ୍‍ ମନ୍ଦିରରୁ ସ୍ତମ୍ଭମାନ ବାହାର କରି ଆଣି ପୋଡ଼ି ପକାଇଲେ।


ଏଥିଉତ୍ତାରେ ସେମାନେ ସିନ୍ଦୁକରେ ବହୁତ ମୁଦ୍ରା ଥିବାର ଦେଖନ୍ତେ, ରାଜାଙ୍କର ଲେଖକ ଓ ମହାଯାଜକ ଆସି ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ସେହି ସକଳ ମୁଦ୍ରା ଥଳୀରେ ରଖି ଗଣନା କଲେ।


ମଧ୍ୟ ଆସା ରାଜାଙ୍କର ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି ଚୂର୍ଣ୍ଣ କଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ପକାଇଲେ।


ପୁଣି, “ଆମ୍ଭେ ଯିହୁଦାର ବିରୁଦ୍ଧରେ ଓ ଯିରୂଶାଲମର ନିବସୀସକଳର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା; ଆମ୍ଭେ ଏହି ସ୍ଥାନରୁ ବାଲ୍‍ର ଅବଶିଷ୍ଟାଂଶକୁ ଓ ଯାଜକଗଣ ସହିତ ପୁରୋହିତମାନଙ୍କର ନାମ;


Swiv nou:

Piblisite


Piblisite