Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 23:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ଯୋଶୀୟ ସଦାପ୍ରଭୁଙ୍କ ଗୃହରୁ ଆଶେରା ମୂର୍ତ୍ତି ବାହାର କରି ଯିରୂଶାଲମର ବାହାରେ କିଦ୍ରୋଣ ନଦୀକୁ ଆଣିଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ ଓ ସେହି ଚୂର୍ଣ୍ଣ ସାଧାରଣ ଲୋକମାନଙ୍କ କବର ଉପରେ ନିକ୍ଷେପ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ ସେ ସଦାପ୍ରଭୁଙ୍କ ଗୃହରୁ ଆଶେରାମୂର୍ତ୍ତି ବାହାର କରି ଯିରୂଶାଲମର ବାହାରେ କିଦ୍ରୋଣ ନଦୀକି ଆଣିଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ଦଗ୍ଧ କରି ଓ ତାହା ପେଷି ଚୂର୍ଣ୍ଣ କଲେ ଓ ସେହି ଚୂର୍ଣ୍ଣ ସାଧାରଣ ଲୋକମାନଙ୍କ କବର ଉପରେ ନିକ୍ଷେପ କଲେ।

Gade chapit la Kopi

ଓଡିଆ ବାଇବେଲ

6 ଆଉ ଯୋଶୀୟ ସଦାପ୍ରଭୁଙ୍କ ଗୃହରୁ ଆଶେରା ମୂର୍ତ୍ତି ବାହାର କରି ଯିରୂଶାଲମର ବାହାରେ କିଦ୍ରୋଣ ନଦୀକୁ ଆଣିଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ ଓ ସେହି ଚୂର୍ଣ୍ଣ ସାଧାରଣ ଲୋକମାନଙ୍କ କବର ଉପରେ ନିକ୍ଷେପ କଲେ।

Gade chapit la Kopi

ପବିତ୍ର ବାଇବଲ

6 ଆଉ ଯୋଶିୟ ସଦାପ୍ରଭୁଙ୍କ ମନ୍ଦିରରୁ ଆଶେରା ମୂର୍ତ୍ତି କାଢ଼ିନେଇ ଯିରୁଶାଲମର ବାହାରେ କିଦ୍ରୋଣ ନଦୀ ନିକଟକୁ ଆଣିଲେ। ସେଠାରେ ସେ ଏହାକୁ ଦ‌ଗ୍‌ଧ କଲେ ଓ ତାକୁ ପେଷି ଧୂଳି କଲେ। ସେହି ଚୂର୍ଣ୍ଣକୁ ନେଇ ସାମାନ୍ୟ ଲୋକମାନଙ୍କ କବର ଉପରେ ନିକ୍ଷେପ କଲେ।

Gade chapit la Kopi




2 ରାଜାବଳୀ 23:6
20 Referans Kwoze  

ପୁଣି, ଲୋକମାନେ ତାଙ୍କ ସାକ୍ଷାତରେ ବାଲ୍‍ ଦେବଗଣର ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ, ଆଉ ସେ ତହିଁ ଉପରେ ସ୍ଥାପିତ ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇଲେ ଓ ଆଶେରା ମୂର୍ତ୍ତି, ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମାସବୁ ଭାଙ୍ଗି ଚୂର୍ଣ୍ଣ କରି ସେସବୁର ଉଦ୍ଦେଶ୍ୟରେ ବଳିଦାନକାରୀ ଲୋକମାନଙ୍କ କବର ଉପରେ ତାହା ବିଞ୍ଚିଲେ।


ଆହୁରି ବେଥେଲ୍‍ରେ ଯେଉଁ ଯଜ୍ଞବେଦି ଥିଲା ଓ ଇସ୍ରାଏଲକୁ ପାପ କରାଇଥିଲେ ଯେ ନବାଟର ପୁତ୍ର ଯାରବୀୟାମ, ସେ ଯେଉଁ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଯୋଶୀୟ ସେହି ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ, ପୁଣି ସେ ଉଚ୍ଚସ୍ଥଳୀ ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ, ଆଉ ଆଶେରାମୂର୍ତ୍ତିକୁ ଦଗ୍ଧ କଲେ।


ପୁଣି, ସେମାନଙ୍କର ସନ୍ତାନଗଣ ଉଚ୍ଚ ଗିରିସ୍ଥିତ ହରିତ୍‍ପୂର୍ଣ୍ଣ ବୃକ୍ଷ ନିକଟରେ ସେମାନଙ୍କର ଯଜ୍ଞବେଦି ଓ ଆଶେରା ମୂର୍ତ୍ତିସକଳ ସ୍ମରଣ କରନ୍ତି।


ଆହୁରି ସେ ମନ୍ଦିରରେ ଆପଣା ନିର୍ମିତ ଆଶେରାର ଖୋଦିତ ମୂର୍ତ୍ତି ସ୍ଥାପନ କଲେ। ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, “ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ଚିରକାଳ ସ୍ଥାପନ କରିବା।


ଆଉ ବାଲ୍‍ର ସ୍ତମ୍ଭ ଭାଙ୍ଗି ପକାଇଲେ ଓ ବାଲ୍‍ର ମନ୍ଦିର ଭାଙ୍ଗି ପକାଇ ତାକୁ ମଳଗୃହ କଲେ, ତାହା ଆଜି ପର୍ଯ୍ୟନ୍ତ ଅଛି।


ଆଉ ଆହାବ ଆଶେରା ମୂର୍ତ୍ତି ନିର୍ମାଣ କଲେ ଓ ଆହାବ ଆପଣା ପୂର୍ବବର୍ତ୍ତୀ ସମସ୍ତ ଇସ୍ରାଏଲ ରାଜାଙ୍କ ଅପେକ୍ଷା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କର ଆହୁରି ଅଧିକ ବିରକ୍ତିଜନକ କର୍ମ କଲେ।


କାରଣ ସେମାନେ ମଧ୍ୟ ପ୍ରତ୍ୟେକ ଉଚ୍ଚ ପର୍ବତରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ମୂଳେ ଆପଣାମାନଙ୍କ ପାଇଁ ଉଚ୍ଚସ୍ଥଳୀ, ସ୍ତମ୍ଭ ଓ ଆଶେରା ମୂର୍ତ୍ତିମାନ ନିର୍ମାଣ କଲେ;


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କୁ ପାସୋରି ବାଲ୍‍ ଦେବଗଣର ଓ ଆଶେରା ଦେବୀଗଣର ସେବା କଲେ।


ପୁଣି ମୁଁ ତୁମ୍ଭମାନଙ୍କ ପାପ ସ୍ୱରୂପ, ଅର୍ଥାତ୍‍, ସେହି ଯେଉଁ ବାଛୁରି ତୁମ୍ଭେମାନେ ନିର୍ମାଣ କରିଥିଲ, ତାହା ନେଇ ଅଗ୍ନିରେ ଦଗ୍ଧ କଲି ଓ ତାହା ଧୂଳି ପରି ସୂକ୍ଷ୍ମ ହେବା ପର୍ଯ୍ୟନ୍ତ ପେଷି ଚୂର୍ଣ୍ଣ କଲି; ତହୁଁ ମୁଁ ତହିଁର ଧୂଳି ପର୍ବତ ନିର୍ଗତ ଜଳସ୍ରୋତରେ ନିକ୍ଷେପ କଲି।


ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ; ତୁମ୍ଭେ ଯେପରି ଫାନ୍ଦରେ ନ ପଡ଼ିବ, ଏଥିପାଇଁ ସେହି ସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ, କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ, କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣିତ ବସ୍ତୁ;


ପୁଣି, ସେମାନଙ୍କ ନିର୍ମିତ ବାଛୁରି ଘେନି ଅଗ୍ନିରେ ପୋଡ଼ିଲେ ଓ ତାହା ପେଷି ଧୂଳି କଲେ, ଆଉ ଜଳ ଉପରେ ବିଞ୍ଚି ଦେଇ ଇସ୍ରାଏଲ-ସନ୍ତାନଗଣକୁ ପିଆଇଲେ।


ଯୀଶୁ ଏହିସବୁ କଥା କହି ଆପଣା ଶିଷ୍ୟମାନଙ୍କ ସହିତ କିଦ୍ରୋଣ ଜୋଡ଼ର ଆରପାଖକୁ ବାହାରିଗଲେ। ସେଠାରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେ ଓ ତାହାଙ୍କ ଶିଷ୍ୟମାନେ ସେଥିରେ ପ୍ରବେଶ କଲେ।


କାରଣ, ତୁମ୍ଭେ ଯେଉଁ ଦିନ ବାହାରି କିଦ୍ରୋଣ ନଦୀ ପାର ହେବ; ସେହି ଦିନ ତୁମ୍ଭେ ନିତାନ୍ତ ମରିବ, ଏହା ନିଶ୍ଚୟ ଜାଣ; ତୁମ୍ଭ ରକ୍ତପାତର ଅପରାଧ ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ।”


ଆଉ ଯିହୁଦାର ରାଜାମାନେ ଆହସ୍‌ର ଉପରିସ୍ଥ କୋଠରି ଛାତ ଉପରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ ଓ ମନଃଶି ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ, ରାଜା ସେସବୁକୁ ସେସ୍ଥାନରୁ ଭାଙ୍ଗି ପକାଇ ଚୂର୍ଣ୍ଣ କଲେ ଓ ତହିଁର ଧୂଳି କିଦ୍ରୋଣ ନଦୀରେ ଫୋପାଡ଼ି ଦେଲେ।


କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ଭାଙ୍ଗି ପକାଇଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ସେ ବାଲ୍‍ଦେବଗଣ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ ଓ ଆକାଶସ୍ଥ ସକଳ ବାହିନୀକୁ ପୂଜା କରି ସେମାନଙ୍କର ସେବା କଲେ।


ଏଥିପାଇଁ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; “ଲୋକମାନେ, ହାୟ, ଆମ୍ଭର ଭାଇ! ଅବା ହାୟ, ଭଉଣୀ! କହି ତାହା ପାଇଁ ବିଳାପ କରିବେ ନାହିଁ; ‘ହାୟ, ପ୍ରଭୁ!’ ଅବା ‘ହାୟ, ତାଙ୍କର ମହିମା!’ ଏହା କହି ଲୋକେ ତାହା ପାଇଁ ବିଳାପ କରିବେ ନାହିଁ।


ପୁଣି, ଶବ ଓ ଭସ୍ମର ସମୁଦାୟ ଉପତ୍ୟକା ଓ କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସକଳ କ୍ଷେତ୍ର, ପୂର୍ବଦିଗସ୍ଥ ଅଶ୍ୱଦ୍ୱାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ସଦାକାଳ ପର୍ଯ୍ୟନ୍ତ ଆଉ ଉତ୍ପାଟିତ କିଅବା ନିପାତିତ ହେବ ନାହିଁ।”


ମଧ୍ୟ ଆପଣା ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ଦେଲେ।


ପୁଣି ସେମାନେ ବାଲ୍‍ ମନ୍ଦିରରୁ ସ୍ତମ୍ଭମାନ ବାହାର କରି ଆଣି ପୋଡ଼ି ପକାଇଲେ।


ମଧ୍ୟ ଆସା ରାଜାଙ୍କର ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି ଚୂର୍ଣ୍ଣ କଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ପକାଇଲେ।


Swiv nou:

Piblisite


Piblisite