Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 24:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯିହୋୟାଖୀନ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଅଠର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ନହୁଷ୍ଟା, ସେ ଯିରୂଶାଲମ ନିବାସୀ ଇଲ୍‍ନାଥନ୍‍ର କନ୍ୟା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଯିହୋୟାଖୀନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଅଠର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ନହୁଷ୍ଟା, ସେ ଯିରୂଶାଲମ ନିବାସୀ ଇଲ୍ନାଥନର କନ୍ୟା।

Gade chapit la Kopi

ଓଡିଆ ବାଇବେଲ

8 ଯିହୋୟାଖୀନ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଅଠର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ନହୁଷ୍ଟା, ସେ ଯିରୂଶାଲମ ନିବାସୀ ଇଲ୍‍ନାଥନର କନ୍ୟା।

Gade chapit la Kopi

ପବିତ୍ର ବାଇବଲ

8 ଯିହୋୟାଖୀନ୍ ଅଷ୍ଟାଦଶ ବର୍ଷ ବୟସରେ ରାଜ୍ୟ ଶାସନ ଆରମ୍ଭ କଲେ। ସେ ଯିରୁଶାଲମରେ ମାତ୍ର ତିନି ମାସ ରାଜତ୍ୱ କଲେ। ତାଙ୍କ ମାତାଙ୍କ ନାମ ନହୁଷ୍ଟା ଓ ସେ ଯିରୁଶାଲମ ନିବାସୀ ଇ‌ଲ୍‌‌‌ନାଥ‌ନ୍‌ର କନ୍ୟା।

Gade chapit la Kopi




2 ରାଜାବଳୀ 24:8
8 Referans Kwoze  

ଯିହୋୟାଖୀନ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ଦଶ ଦିନ ରାଜ୍ୟ କଲେ; ଆଉ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।


ପୁଣି, ଯିହୋୟାକୀମ୍‍ର ସନ୍ତାନଗଣ; ତାହାର ପୁତ୍ର ଯିକନୀୟ, ତାହାର ପୁତ୍ର ସିଦିକୀୟ।


ଏଥିଉତ୍ତାରେ ଯିହୋୟାକୀମ୍‍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ୱ କଲା; ବାବିଲର ରାଜା ନବୂଖଦ୍‍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା।


ବାବିଲର ରାଜା ନବୂଖଦ୍‍ନିତ୍ସର, ଯିହୋୟାକୀମ୍‍ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀନ୍‍କୁ ଓ ଯିହୁଦାର ଅଧିପତିମାନଙ୍କୁ, ଶିଳ୍ପକର ଓ କର୍ମକାରକମାନଙ୍କ ସହିତ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇଗଲା ଉତ୍ତାରେ ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ, ଆଉ ଦେଖ, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମ୍ବିରି ଫଳ ରଖାଯାଇଅଛି।


ଏହି କନୀୟ କି ତୁଚ୍ଛୀକୃତ ଭଗ୍ନ ପାତ୍ର? ସେ କି ଅପ୍ରୀତିକର ପାତ୍ର? ସେ ଓ ତାହାର ବଂଶ କାହିଁକି ଦୂରୀକୃତ ହୋଇ ସେମାନଙ୍କ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ।


“ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହୋୟାକୀମ୍‍ର ପୁତ୍ର କନୀୟ ଆମ୍ଭ ଦକ୍ଷିଣ ହସ୍ତରେ ମୋହର ତୁଲ୍ୟ ହେଲେ ହେଁ ଆମ୍ଭେ ତୁମ୍ଭକୁ ସେଠାରୁ କାଢ଼ି ପକାଇବା;


ଆଉ, ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ପ୍ରସବକାରିଣୀ ମାତାକୁ, ଯେଉଁ ଦେଶରେ ତୁମ୍ଭମାନଙ୍କର ଜନ୍ମ ହୋଇ ନ ଥିଲା, ଏପରି ଏକ ଦେଶରେ ତୁମ୍ଭମାନଙ୍କୁ ନିକ୍ଷେପ କରିବା। ଆଉ, ସେଠାରେ ତୁମ୍ଭେମାନେ ମରିବ।


Swiv nou:

Piblisite


Piblisite