Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 3:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତେବେ ଯିହୋଶାଫଟ୍‍ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ତାଙ୍କଠାରେ ଅଛି।” ତେଣୁ ଇସ୍ରାଏଲର ରାଜା ଓ ଯିହୋଶାଫଟ୍‍ ଓ ଇଦୋମର ରାଜା ତାଙ୍କ ନିକଟକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତେବେ ଯିହୋଶାଫଟ କହିଲେ, ସଦାପ୍ରଭୁଙ୍କ ବାକ୍ୟ ତାଙ୍କଠାରେ ଅଛି। ତେଣୁ ଇସ୍ରାଏଲର ରାଜା ଓ ଯିହୋଶାଫଟ ଓ ଇଦୋମର ରାଜା ତାଙ୍କ ନିକଟକୁ ଗଲେ।

Gade chapit la Kopi

ଓଡିଆ ବାଇବେଲ

12 ତେବେ ଯିହୋଶାଫଟ୍‍ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ତାଙ୍କଠାରେ ଅଛି।” ତେଣୁ ଇସ୍ରାଏଲର ରାଜା ଓ ଯିହୋଶାଫଟ୍‍ ଓ ଇଦୋମର ରାଜା ତାଙ୍କ ନିକଟକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ

12 ତହୁଁ ଯିହୋଶାଫଟ୍ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ପାଖରେ ଅଛି।” ତେଣୁ ଇସ୍ରାଏଲର ରାଜା, ଯିହୋଶାଫଟ୍ ଓ ଇଦୋମର ରାଜା ଇଲୀଶାୟଙ୍କୁ ଭେଟ କରିବାକୁ ଗଲେ।

Gade chapit la Kopi




2 ରାଜାବଳୀ 3:12
12 Referans Kwoze  

ଦେଖ, ଯେଉଁମାନେ ଯିହୁଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ।


ଆଉ, ଯେଉଁମାନେ ତୁମ୍ଭକୁ କ୍ଲେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେମାନେ ସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ ବୋଲି ସମ୍ବୋଧନ କରିବେ।


ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।”


ଏଥିଉତ୍ତାରେ ନାମାନ୍‍ ଓ ତାହାର ସଙ୍ଗୀ ସମସ୍ତେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଫେରିଆସି ତାଙ୍କ ସମ୍ମୁଖରେ ଠିଆ ହେଲେ; ଆଉ ନାମାନ୍‍ କହିଲା, “ଦେଖନ୍ତୁ, ଏବେ ମୁଁ ଜାଣିଲି ଯେ, ଇସ୍ରାଏଲ ପରମେଶ୍ୱରଙ୍କ ବ୍ୟତୀତ ସମୁଦାୟ ପୃଥିବୀରେ ପରମେଶ୍ୱର କେହି ନାହାନ୍ତି; ଏହେତୁ ଏବେ ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣା ଦାସଠାରୁ ଉପହାର ଗ୍ରହଣ କରନ୍ତୁ।”


ଏଥିରେ ସେ ଜଳ ନିର୍ଝର ନିକଟକୁ ଗଲେ ଓ ତହିଁରେ ଲବଣ ପକାଇ କହିଲେ, ସଦାପ୍ରଭୁ ଏହି କଥା କହନ୍ତି, “ମୁଁ ଏହି ଜଳ ଭଲ କଲି; ତାହା ମୃତ୍ୟୁୁଜନକ ଅବା ଫଳନାଶକ ଆଉ ହେବ ନାହିଁ।”


ମାତ୍ର ଯିହୋଶାଫଟ୍‍ କହିଲେ, “ଆମ୍ଭେମାନେ ଯାହାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି କୌଣସି ଭବିଷ୍ୟଦ୍‍ବକ୍ତା କʼଣ ଏଠାରେ ନାହାନ୍ତି?” ଏଥିରେ ଇସ୍ରାଏଲ ରାଜାଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା, “ଶାଫଟ୍‍ର ପୁତ୍ର ଇଲୀଶାୟ, ଯେ ଏଲୀୟଙ୍କ ହସ୍ତରେ ଜଳ ଢାଳୁଥିଲେ, ସେ ଏଠାରେ ଅଛନ୍ତି।”


ସେତେବେଳେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ତୁମ୍ଭ ସହିତ ମୋହର କʼଣ କରିବାର ଅଛି? ତୁମ୍ଭ ପିତାର ଭବିଷ୍ୟଦ୍‍ବକ୍ତାମାନଙ୍କ ନିକଟକୁ ଓ ତୁମ୍ଭ ମାତାର ଭବିଷ୍ୟଦ୍‍ବକ୍ତାମାନଙ୍କ ନିକଟକୁ ଯାଅ।” ତହିଁରେ ଇସ୍ରାଏଲର ରାଜା ତାଙ୍କୁ କହିଲେ, “ନାହିଁ, କାରଣ ମୋୟାବ ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏ ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”


ତହିଁ ଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ତାଙ୍କୁ ଅଣାଇଲା; ଆଉ, ରାଜା ଆପଣା ଗୃହରେ ତାଙ୍କୁ ଗୋପନରେ ପଚାରିଲା, “ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ୟ ଆସିଅଛି କି?” ତହିଁରେ ଯିରିମୀୟ କହିଲେ, “ଆସିଅଛି। ସେ ଆହୁରି କହିଲେ, ଆପଣ ବାବିଲର ରାଜାର ହସ୍ତରେ ସମର୍ପିତ ହେବେ।”


Swiv nou:

Piblisite


Piblisite