Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 3:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହୁଁ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଓ ଇଦୋମର ରାଜା ଯାତ୍ରା କରି ସାତ ଦିନର ପଥ ବୁଲିକରି ଗଲେ; ପୁଣି ସୈନ୍ୟମାନଙ୍କ ପାଇଁ ଅବା ସେମାନଙ୍କ ପଶ୍ଚାଦ୍‍ଗାମୀ ପଶୁମାନଙ୍କ ପାଇଁ ଜଳ ମିଳିଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତହୁଁ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଓ ଇଦୋମର ରାଜା ଯାତ୍ରା କରି ସାତ ଦିନର ପଥ ବୁଲିକରି ଗଲେ; ପୁଣି ସୈନ୍ୟମାନଙ୍କ ପାଇଁ ଅବା ସେମାନଙ୍କ ପଶ୍ଚାତ୍ଗାମୀ ପଶୁମାନଙ୍କ ପାଇଁ ଜଳ ମିଳିଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

9 ତହୁଁ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଓ ଇଦୋମର ରାଜା ଯାତ୍ରା କରି ସାତ ଦିନର ପଥ ବୁଲିକରି ଗଲେ; ପୁଣି ସୈନ୍ୟମାନଙ୍କ ପାଇଁ ଅବା ସେମାନଙ୍କ ପଶ୍ଚାଦ୍‍ଗାମୀ ପଶୁମାନଙ୍କ ପାଇଁ ଜଳ ମିଳିଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ

9 ତହୁଁ ଇସ୍ରାଏଲର ରାଜା, ଯିହୁଦାର ରାଜା ଓ ଇଦୋମର ରାଜା ଏକତ୍ର ସାତ ଦିନ ଧରି ଯାତ୍ରା କଲେ। ସେମାନଙ୍କର ସୈନ୍ୟମାନଙ୍କ ପାଇଁ ଓ ପଶୁମାନଙ୍କ ପାଇଁ କୌଣସି ଜଳ ନ ଥିଲା।

Gade chapit la Kopi




2 ରାଜାବଳୀ 3:9
16 Referans Kwoze  

ସେହି ସମୟରେ ଇଦୋମରେ କେହି ରାଜା ନ ଥିଲା; ଜଣେ ପ୍ରତିନିଧି ରାଜ୍ୟ କଲା।


ପୁଣି, କୁହ, ‘ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ କେବଳ ଅଳ୍ପ ଅନ୍ନ ଓ ଅଳ୍ପ ଜଳ ଖୁଆଅ।’”


ପୁଣି ବାରକ୍‍, ସବୂଲୂନ ଓ ନପ୍ତାଲିକି ଏକତ୍ର କେଦଶକୁ ଡକାଇଲା; ଏରୂପେ ସେ ଦଶ ହଜାର ପଦାତିକ ସୈନ୍ୟ ଆପଣା ସଙ୍ଗରେ ଘେନି ଯାତ୍ରା କଲା ଓ ଦବୋରା ତାହା ସଙ୍ଗେ ଗଲେ।


ପୁଣି, ସେମାନେ ଆଲୁଶରୁ ଯାତ୍ରା କରି ରଫୀଦୀମରେ ଛାଉଣି ସ୍ଥାପନ କଲେ; ସେହି ସ୍ଥାନରେ ଲୋକମାନଙ୍କର ପିଇବା ନିମନ୍ତେ ଜଳ ନ ଥିଲା।


ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ।


ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ସମାଜକୁ ବାହାର କରି ଏହି ପ୍ରାନ୍ତରକୁ ଆଣିଲ, ଯେପରିକି ଆମ୍ଭେମାନେ ଓ ଆମ୍ଭମାନଙ୍କର ପଶୁମାନେ ଏହିଠାରେ ମରିବୁ?


ଆଉ ସେହି ସ୍ଥାନରେ ମଣ୍ଡଳୀ ନିମନ୍ତେ ଜଳ ନ ଥିଲା; ତହିଁରେ ଲୋକମାନେ ମୋଶାଙ୍କ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେଲେ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନିରୂପିତ ସକଳ ଉତ୍ତରଣ-ସ୍ଥାନ ଦେଇ ରଫୀଦୀମରେ ଛାଉଣି ସ୍ଥାପନ କଲେ; ମାତ୍ର ସେ ସ୍ଥାନରେ ଲୋକମାନଙ୍କର ପାନ କରିବାକୁ ଜଳ ନ ଥିଲା।


ଏଥିଉତ୍ତାରେ ମୋଶା ଇସ୍ରାଏଲଙ୍କୁ ସୂଫ ସାଗରଠାରୁ ଯାତ୍ରା କରାଇଲେ, ପୁଣି, ସେମାନେ ଶୂର-ପ୍ରାନ୍ତର ଆଡ଼କୁ ଯାତ୍ରା କଲେ, ସେମାନେ ପ୍ରାନ୍ତରରେ ତିନି ଦିନ ଯାତ୍ରା କରି ଜଳ ପାଇଲେ ନାହିଁ।


ତହିଁରେ ତୁମ୍ଭର ଏହି ସମସ୍ତ ଦାସମାନେ ମୋʼ ନିକଟକୁ ନତ ହୋଇ ଆସିବେ ଓ ମୋତେ ପ୍ରଣାମ କରି କହିବେ, ‘ତୁମ୍ଭେ ଓ ତୁମ୍ଭର ଅନୁଗତ ସମସ୍ତ ଲୋକ ବାହାରି ଯାଅ;’ ତହିଁ ଉତ୍ତାରେ ମୁଁ ବାହାରି ଯିବି।” ଏଥିଉତ୍ତାରେ ସେ ପ୍ରଚଣ୍ଡ କ୍ରୋଧରେ ଫାରୋଙ୍କ ନିକଟରୁ ବାହାରିଗଲେ।


ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ରାଜତ୍ଵର ଅଠର ବର୍ଷରେ ଆହାବଙ୍କର ପୁତ୍ର ଯିହୋରାମ୍‍ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରିବାର ବର୍ଷ ରାଜ୍ୟ କଲେ।


ତହୁଁ ଯିହୋରାମ୍‍ ଯାଇ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ନିକଟକୁ ଲୋକ ପଠାଇ କହିଲେ, “ମୋୟାବର ରାଜା ମୋʼ ବିରୁଦ୍ଧରେ ଦ୍ରୋହାଚରଣ କରିଅଛି; ତୁମ୍ଭେ କʼଣ ମୋୟାବ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ମୋʼ ସଙ୍ଗେ ଯିବ?” ତହୁଁ ସେ କହିଲେ, “ମୁଁ ଯିବି; ମୁଁ ତୁମ୍ଭ ପରି, ମୋʼ ଲୋକ ତୁମ୍ଭ ଲୋକ ପରି, ମୋʼ ଅଶ୍ୱ ତୁମ୍ଭ ଅଶ୍ୱ ପରି।”


ଆଉ ଯିହୋରାମ୍‍ କହିଲେ, “ଆମ୍ଭେମାନେ କେଉଁ ପଥରେ ଯିବା?” ତହୁଁ ଯିହୋଶାଫଟ୍‍ ଉତ୍ତର କଲେ, “ଇଦୋମ ପ୍ରାନ୍ତର-ପଥ ଦେଇ।”


ଏଥିରେ ଇସ୍ରାଏଲର ରାଜା କହିଲେ, “ହାୟ! କାରଣ ମୋୟାବର ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏହି ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”


ତାଙ୍କ ସମୟରେ ଇଦୋମୀୟ ଲୋକମାନେ ଯିହୁଦାର ଅଧୀନତାର ବିଦ୍ରୋହୀ ହୋଇ ଆପଣାମାନଙ୍କ ଉପରେ ଏକ ରାଜା କଲେ।


ଯିହୋଶାଫଟ୍‍ ସୁନା ପାଇଁ ଓଫୀରକୁ ଯିବା ସକାଶେ ତର୍ଶୀଶର ଜାହାଜମାନ ନିର୍ମାଣ କଲେ; ମାତ୍ର ତାହାସବୁ ଗଲା ନାହିଁ; କାରଣ ଇତ୍‍ସିୟୋନ-ଗେବରରେ ଜାହାଜମାନ ଭାଙ୍ଗିଗଲା।


Swiv nou:

Piblisite


Piblisite