Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 4:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଭବିଷ୍ୟଦ୍‍ବକ୍ତାମାନଙ୍କ ଦଳର ଭାର୍ଯ୍ୟାମାନଙ୍କ ମଧ୍ୟରୁ ଜଣେ ବିଧବା ଇଲୀଶାୟଙ୍କ ନିକଟରେ କ୍ରନ୍ଦନ କରି କହିଲା, “ଆପଣଙ୍କ ଦାସ ମୋʼ ସ୍ୱାମୀ ମରିଅଛନ୍ତି; ପୁଣି ଆପଣଙ୍କ ଦାସ ଯେ ସଦାପ୍ରଭୁଙ୍କୁ ଭୟ କରୁଥିଲେ, ଏହା ଆପଣ ଜାଣନ୍ତି; ଏବେ ମହାଜନ ମୋହର ଦୁଇ ସନ୍ତାନଙ୍କୁ ଆପଣାର ଦାସ କରିବା ନିମନ୍ତେ ନେବାକୁ ଆସିଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଭବିଷ୍ୟଦ୍ବକ୍ତାମାନଙ୍କ ପୁତ୍ରଗଣର ଭାର୍ଯ୍ୟାମାନଙ୍କ ମଧ୍ୟରୁ ଜଣେ ସ୍ତ୍ରୀ ଇଲୀଶାୟଙ୍କ ନିକଟରେ କ୍ରନ୍ଦନ କରି କହିଲା, ଆପଣଙ୍କ ଦାସ ମୋʼ ସ୍ଵାମୀ ମରିଅଛନ୍ତି; ପୁଣି ଆପଣଙ୍କ ଦାସ ଯେ ସଦାପ୍ରଭୁଙ୍କୁ ଭୟ କରୁଥିଲେ, ଏହା ଆପଣ ଜାଣନ୍ତି; ଏବେ ମହାଜନ ମୋହର ଦୁଇ ସନ୍ତାନଙ୍କୁ ଆପଣାର ଦାସ କରିବା ନିମନ୍ତେ ନେବାକୁ ଆସିଅଛି।

Gade chapit la Kopi

ଓଡିଆ ବାଇବେଲ

1 ଭବିଷ୍ୟଦ୍‍ବକ୍ତାମାନଙ୍କ ଦଳର ଭାର୍ଯ୍ୟାମାନଙ୍କ ମଧ୍ୟରୁ ଜଣେ ବିଧବା ଇଲୀଶାୟଙ୍କ ନିକଟରେ କ୍ରନ୍ଦନ କରି କହିଲା, “ଆପଣଙ୍କ ଦାସ ମୋ’ ସ୍ୱାମୀ ମରିଅଛନ୍ତି; ପୁଣି ଆପଣଙ୍କ ଦାସ ଯେ ସଦାପ୍ରଭୁଙ୍କୁ ଭୟ କରୁଥିଲେ, ଏହା ଆପଣ ଜାଣନ୍ତି; ଏବେ ମହାଜନ ମୋହର ଦୁଇ ସନ୍ତାନଙ୍କୁ ଆପଣାର ଦାସ କରିବା ନିମନ୍ତେ ନେବାକୁ ଆସିଅଛି।”

Gade chapit la Kopi

ପବିତ୍ର ବାଇବଲ

1 ଭବିଷ୍ୟ‌ଦ୍‌ବକ୍ତାଗଣଙ୍କ ଦଳର ମଧ୍ୟରୁ ଜଣକର ଭାର୍ଯ୍ୟା ଇଲୀଶାୟଙ୍କ ସମ୍ମୁଖରେ ଆସି କ୍ରନ୍ଦନ କରି କହିଲା, “ଆପଣଙ୍କର ଦାସ ଯିଏ ମୋର ସ୍ୱାମୀ ଥିଲେ, ସେ ମରିଅଛନ୍ତି। ଆପଣ ଜାଣନ୍ତି ସେ ସଦାପ୍ରଭୁଙ୍କୁ ଭୟ କରୁଥିଲେ। ମାତ୍ର ସେ ଏକ ମନୁଷ୍ୟଠାରୁ ଟଙ୍କା କରଜ କରିଥିଲେ ଓ ସେହି ମହାଜନ ମୋର ଦୁଇପୁତ୍ରଙ୍କୁ ଦାସ କରିନେବାକୁ ଆସିଅଛି।”

Gade chapit la Kopi




2 ରାଜାବଳୀ 4:1
35 Referans Kwoze  

କିନ୍ତୁ ତାହାର ପରିଶୋଧ କରିବାକୁ କିଛି ନ ଥିବାରୁ ତାହାର ପ୍ରଭୁ ତାହାକୁ ଏବଂ ତାହାର ସ୍ତ୍ରୀ, ପିଲା-ପିଲି ଓ ସର୍ବସ୍ୱ ବିକ୍ରୟ କରି ପରିଶୋଧ ନେବାକୁ ଆଜ୍ଞା ଦେଲେ।


ସେତେବେଳେ ବେଥେଲ୍‍ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ବାହାରି ଆସି ତାଙ୍କୁ କହିଲେ, “ଆଜି ସଦାପ୍ରଭୁ ତୁମ୍ଭଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ?” ତହୁଁ ସେ କହିଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”


ସେତେବେଳେ ସିଂହାସନଠାରୁ ଗୋଟିଏ ଶଦ୍ଦ ନିର୍ଗତ ହୋଇ କହିଲା, “ହେ ଈଶ୍ବରଙ୍କ ଦାସମାନେ, ହେ ତାହାଙ୍କର ଭୟକାରୀ କ୍ଷୁଦ୍ର ଓ ମହାନ ଲୋକମାନେ, ତାହାଙ୍କର ପ୍ରଶଂସା କର।”


ମାତ୍ର ସେ ସମ୍ମତ ହେଲା ନାହିଁ, କିନ୍ତୁ ଯାଇ ଋଣ ପରିଶୋଧ ନ କରିବା ଯାଏ ତାହାକୁ କାରାଗାରରେ ପକାଇଦେଲା।


ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।


ସେହି ସମୟରେ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ, ସେମାନେ ଏକଆରେକର ସଙ୍ଗେ କଥାବାର୍ତ୍ତା କଲେ; ଆଉ, ସଦାପ୍ରଭୁ ମନୋଯୋଗ କରି ତାହା ଶୁଣିଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ତାହାଙ୍କ ନାମ ଧ୍ୟାନ କଲେ, ସେମାନଙ୍କ ନିମନ୍ତେ ଏକ ସ୍ମରଣାର୍ଥ ନଳାକାର ପୁସ୍ତକ ତାହାଙ୍କ ଛାମୁରେ ଲେଖାଗଲା।


ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ଓ ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି।


ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,


କାରଣ ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ, ସେପରି ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ମହତ।


ଆଉ ପ୍ରତ୍ୟେକ କ୍ଳିଷ୍ଟ ଓ ପ୍ରତ୍ୟେକ ଋଣଗ୍ରସ୍ତ ଓ ପ୍ରତ୍ୟେକ ତିକ୍ତମନା ଲୋକ ତାଙ୍କ ନିକଟରେ ଏକତ୍ର ହେଲେ; ତହିଁରେ ସେ ସେମାନଙ୍କର ସେନାପତି ହେଲେ; ଏହିରୂପେ ଊଣାଧିକ ଚାରି ଶହ ଲୋକ ତାଙ୍କର ସଙ୍ଗୀ ହେଲେ।


ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାୟ କର୍ମସମୂହ ପ୍ରକାଶିତ ହୋଇଅଛି।”


କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।


ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ବର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି।


ତୁମ୍ଭେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକୁ କ୍ଷମା ନ କର, ତାହାହେଲେ ମୋହର ସ୍ୱର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ।”


‘ତୁମ୍ଭର କୌଣସି ଏବ୍ରୀୟ ଭ୍ରାତା ତୁମ୍ଭ ନିକଟରେ ବିକ୍ରୀତ ହୋଇ ଛଅ ବର୍ଷ ତୁମ୍ଭର ଦାସ୍ୟକର୍ମ କଲା ଉତ୍ତାରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ ଦେବ, ତୁମ୍ଭେମାନେ ପ୍ରତ୍ୟେକେ ସାତ ବର୍ଷର ଶେଷରେ ଆପଣା ଆପଣାର ସେହି ଭ୍ରାତାକୁ ମୁକ୍ତ କରିବ;’ ମାତ୍ର ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭ ବାକ୍ୟ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ।


ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ।


ଯଦ୍ୟପି ପାପୀ ଶହେ ଥର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ୱରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;


ଆଉ, ଦେଶସ୍ଥ ଲୋକମାନେ ବିଶ୍ରାମବାରରେ କୌଣସି ପଦାର୍ଥ କି ଖାଦ୍ୟଦ୍ରବ୍ୟ ବିକ୍ରି କରିବାକୁ ଆଣିଲେ, ଆମ୍ଭେମାନେ ବିଶ୍ରାମବାରରେ କି ଅନ୍ୟ କୌଣସି ପବିତ୍ର ଦିନରେ ସେମାନଙ୍କଠାରୁ ତାହା କିଣିବୁ ନାହିଁ; ଆଉ, ସପ୍ତମ ବର୍ଷ ସର୍ବପ୍ରକାର ଋଣ ଆଦାୟ କରିବାର ଛାଡ଼ି ଦେବୁ।


ତହୁଁ ମୁଁ ଆପଣା ଭ୍ରାତା ହନାନିକୁ ଓ ଦୁର୍ଗର ଶାସନକର୍ତ୍ତା ହନାନୀୟକୁ ଯିରୂଶାଲମ ଉପରେ ନିଯୁକ୍ତ କଲି; କାରଣ ହନାନୀୟ ବିଶ୍ୱସ୍ତ ଲୋକ ଥିଲା ଓ ସେ ଅନେକଙ୍କ ଅପେକ୍ଷା ପରମେଶ୍ୱରଙ୍କୁ ଭୟ କରୁଥିଲା।


ଏଥିଉତ୍ତାରେ ଇଲୀଶାୟ ପୁନର୍ବାର ଗିଲ୍‍ଗଲ୍‍କୁ ଆସିଲେ; ସେସମୟରେ ଦେଶରେ ଦୁର୍ଭିକ୍ଷ ଥିଲା; ପୁଣି ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ତାଙ୍କ ସମ୍ମୁଖରେ ବସୁଥିବା ସମୟରେ ସେ ଆପଣା ଦାସକୁ କହିଲେ, “ଏକ ବଡ଼ ହଣ୍ଡା ବସାଇ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ନିମନ୍ତେ ଖାଦ୍ୟ ରନ୍ଧନ କର।”


ଏଥିରେ ଯିରୀହୋ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ?” ସେ ଉତ୍ତର କଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”


ଏଥିଉତ୍ତାରେ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ କେହି ଜଣେ ସଦାପ୍ରଭୁଙ୍କ ବାକ୍ୟରେ ଆପଣା ସଙ୍ଗୀକୁ କହିଲା, “ମୁଁ ବିନୟ କରୁଅଛି; ମୋତେ ମାର।” ମାତ୍ର ସେ ଲୋକ ତାକୁ ମାରିବା ପାଇଁ ମନା କଲା।


ଏଣୁ ଆହାବ ରାଜଗୃହର ଅଧ୍ୟକ୍ଷ ଓବଦୀୟକୁ ଡକାଇଲେ। (ସେହି ଓବଦୀୟ ସଦାପ୍ରଭୁଙ୍କୁ ଅତିଶୟ ଭୟ କରିଥିଲା।


ତେବେ ସେହି ବିକ୍ରୟ ଉତ୍ତାରେ ତାହାର ମୁକ୍ତି ହୋଇ ପାରିବ; ତାହାର ଜ୍ଞାତି ମଧ୍ୟରୁ କେହି ତାହାକୁ ମୁକ୍ତ କରି ପାରିବ।


ତହିଁରେ ସେ କହିଲେ, “ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ୱରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।”


ସେ ସଦାପ୍ରଭୁଙ୍କ ଭୟକାରୀ ସାନ ଓ ବଡ଼ ସମସ୍ତଙ୍କୁ ଆଶୀର୍ବାଦ କରିବେ।


ସେତେବେଳେ ପରମେଶ୍ୱରଙ୍କ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ କହି ପଠାନ୍ତି, “ସାବଧାନ, ତୁମ୍ଭେ ସେହି ସ୍ଥାନ ଦେଇ ଯିବ ନାହିଁ; କାରଣ ଅରାମୀୟମାନେ ସେହି ସ୍ଥାନକୁ ଓହ୍ଲାଇ ଆସୁଅଛନ୍ତି।”


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ?” “ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।


ଏଉତ୍ତାରୁ ନୟମୀର ସ୍ୱାମୀ ଏଲିମେଲକର ମୃତ୍ୟୁୁ ହୁଅନ୍ତେ, ସେ ଓ ତାହାର ଦୁଇ ପୁତ୍ର ଅବଶିଷ୍ଟ ରହିଲେ।


ପୁଣି ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ପଚାଶ ଜଣ ଯାଇ ସେମାନଙ୍କ ସମ୍ମୁଖରେ ଦୂରରେ ଠିଆ ହେଲେ; ଆଉ ସେ ଦୁହେଁ ଯର୍ଦ୍ଦନ ନିକଟରେ ଠିଆ ହେଲେ।


ଆଉ ଯିରୀହୋ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଯେଉଁ ଦଳ ତାଙ୍କ ସମ୍ମୁଖରେ ଥିଲେ, ସେମାନେ ତାଙ୍କୁ ଦେଖି କହିଲେ, “ଏଲୀୟଙ୍କର ଆତ୍ମା ଇଲୀଶାୟଙ୍କ ଉପରେ ବର୍ତ୍ତିଲା।” ତହୁଁ ସେମାନେ ଇଲୀଶାୟଙ୍କୁ ଭେଟିବାକୁ ଆସି ତାଙ୍କ ସମ୍ମୁଖରେ ଭୂମିଷ୍ଠ ପ୍ରଣାମ କଲେ।


ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଋଣୀ ମହାଜନର ଦାସ ହୁଏ।


Swiv nou:

Piblisite


Piblisite