Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 4:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି ସେ ଆପଣା ଦାସ ଗିହେଜୀକୁ କହିଲେ, “ଏହି ଶୁନେମୀୟା ସ୍ତ୍ରୀକୁ ଡାକ।” ତହୁଁ ସେ ତାହାକୁ ଡାକନ୍ତେ, ସେ ସ୍ତ୍ରୀ ତାଙ୍କ ସମ୍ମୁଖରେ ଠିଆ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ସେ ଆପଣା ଦାସ ଗିହେଜୀକି କହିଲେ, ଏହି ଶୁନେମୀୟାକୁ ଡାକ। ତହୁଁ ସେ ତାହାକୁ ଡାକନ୍ତେ, ସେ ସ୍ତ୍ରୀ ତାଙ୍କ ସମ୍ମୁଖରେ ଠିଆ ହେଲା।

Gade chapit la Kopi

ଓଡିଆ ବାଇବେଲ

12 ପୁଣି ସେ ଆପଣା ଦାସ ଗିହେଜୀକୁ କହିଲେ, “ଏହି ଶୁନେମୀୟା ସ୍ତ୍ରୀକୁ ଡାକ।” ତହୁଁ ସେ ତାହାକୁ ଡାକନ୍ତେ, ସେ ସ୍ତ୍ରୀ ତାଙ୍କ ସମ୍ମୁଖରେ ଠିଆ ହେଲା।

Gade chapit la Kopi

ପବିତ୍ର ବାଇବଲ

12 ପୁଣି ସେ ନିଜର ଦାସ ଗିହେଜୀକୁ କହିଲେ, “ସେହି ଶୁନେମୀୟା ସ୍ତ୍ରୀଙ୍କୁ ଡାକ।” ତହିଁରେ ଦାସ ତାହାକୁ ଡାକିଲେ ଓ ସେ ଇଲୀଶାୟଙ୍କ ସମ୍ମୁଖରେ ଛିଡ଼ା ହେଲେ।

Gade chapit la Kopi




2 ରାଜାବଳୀ 4:12
9 Referans Kwoze  

ପୁଣି, ସେ ଆପଣା ଦାସକୁ କହିଲେ, “ଉଠିଯାଇ ସମୁଦ୍ର ଆଡ଼େ ଅନାଅ।” ତହୁଁ ସେ ଉଠିଯାଇ ଅନାଇ କହିଲା, “କିଛି ନାହିଁ।” ଏଥିରେ ଏଲୀୟ କହିଲେ, “ପୁନର୍ବାର ସାତ ଥର ଯାଅ।”


ସେମାନେ ସାଲାମି ସହରରେ ପହଞ୍ଚିଲା ଉତ୍ତାରେ ଯିହୁଦୀମାନଙ୍କ ସମସ୍ତ ସମାଜଗୃହରେ ଈଶ୍ବରଙ୍କ ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ଆଉ ଯୋହନ ମଧ୍ୟ ପରିଚାରକସ୍ୱରୂପେ ସେମାନଙ୍କ ସହିତ ଥିଲେ।


ମାତ୍ର ଯିହୋଶାଫଟ୍‍ କହିଲେ, “ଆମ୍ଭେମାନେ ଯାହାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି କୌଣସି ଭବିଷ୍ୟଦ୍‍ବକ୍ତା କʼଣ ଏଠାରେ ନାହାନ୍ତି?” ଏଥିରେ ଇସ୍ରାଏଲ ରାଜାଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା, “ଶାଫଟ୍‍ର ପୁତ୍ର ଇଲୀଶାୟ, ଯେ ଏଲୀୟଙ୍କ ହସ୍ତରେ ଜଳ ଢାଳୁଥିଲେ, ସେ ଏଠାରେ ଅଛନ୍ତି।”


ତହୁଁ ଏଲୀୟ ଏହା ଦେଖି ଆପଣା ପ୍ରାଣ ସକାଶେ ଉଠିଯାଇ ଯିହୁଦାର ବେର୍‍ଶେବା ନଗରରେ ଉପସ୍ଥିତ ହେଲେ ଓ ସେଠାରେ ଆପଣା ଦାସକୁ ଛାଡ଼ିଲେ।


ଦିନକରେ ଇଲୀଶାୟ ସେଠାକୁ ଆସିଲେ, ଆଉ ସେହି କୋଠରିକୁ ଯାଇ ଶୟନ କଲେ।


ଏଥିରେ ଇଲୀଶାୟ ଗିହେଜୀକୁ କହିଲେ, “ତାଙ୍କୁ କୁହ, ଦେଖ, ତୁମ୍ଭେ ଏସମସ୍ତ ଚିନ୍ତାରେ ଆମ୍ଭମାନଙ୍କ ନିମନ୍ତେ ଚିନ୍ତିତ ହୋଇଅଛ; ମୁଁ ତୁମ୍ଭ ନିମନ୍ତେ କʼଣ କରି ପାରିବି? ମୋତେ ତୁମ୍ଭ ସପକ୍ଷରେ ରାଜା କିମ୍ବା ସେନାପତିଙ୍କ ନିକଟରେ କିଛି କହିବାକୁ ଇଚ୍ଛା କରୁଅଛ କି?” ତହୁଁ ସେ ଉତ୍ତର କଲା, “ମୁଁ ନିଜ ଲୋକଙ୍କ ମଧ୍ୟରେ ବାସ କରୁଅଛି।”


Swiv nou:

Piblisite


Piblisite