Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 4:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହୁଁ ଇଲୀଶାୟ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ତୁମ୍ଭେ ପୁତ୍ରକୁ କୋଳ କରିବ।” ଏଥିରେ ସେ ସ୍ତ୍ରୀ କହିଲା, “ନା, ହେ ମୋର ପ୍ରଭୋ, ହେ ପରମେଶ୍ୱରଙ୍କ ଲୋକ, ଆପଣା ଦାସୀକୁ ଆପଣ ମିଥ୍ୟା ନ କହନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତହୁଁ ଇଲୀଶାୟ କହିଲେ, ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ତୁମ୍ଭେ ପୁତ୍ରକୁ କୋଳ କରିବ। ଏଥିରେ ସେ ସ୍ତ୍ରୀ କହିଲା, ନା, ହେ ମୋର ପ୍ରଭୋ, ହେ ପରମେଶ୍ଵରଙ୍କ ଲୋକ, ଆପଣା ଦାସୀକୁ ଆପଣ ମିଥ୍ୟା ନ କହନ୍ତୁ।

Gade chapit la Kopi

ଓଡିଆ ବାଇବେଲ

16 ତହୁଁ ଇଲୀଶାୟ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ତୁମ୍ଭେ ପୁତ୍ରକୁ କୋଳ କରିବ।” ଏଥିରେ ସେ ସ୍ତ୍ରୀ କହିଲା, “ନା, ହେ ମୋର ପ୍ରଭୁ, ହେ ପରମେଶ୍ୱରଙ୍କ ଲୋକ, ଆପଣା ଦାସୀକୁ ଆପଣ ମିଥ୍ୟା ନ କହନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

16 ଇଲୀଶାୟ ସେହି ସ୍ତ୍ରୀଲୋକକୁ କହିଲେ, “ଏହି ସମୟରେ ପରବର୍ତ୍ତୀ ବସନ୍ତ ଋତୁ ହେଲାବେଳକୁ ତୁମ୍ଭେ ଏକ ପୁତ୍ର ସନ୍ତାନ କୋଳ କରିବ।” ସ୍ତ୍ରୀଲୋକଟି ଉତ୍ତର କଲା, “ନା, ମହାଶୟ, ହେ ମୋର ପରମେଶ୍ୱରଙ୍କର ଲୋକ, ମୋତେ ମିଥ୍ୟା କୁହନ୍ତୁ ନାହିଁ, ମୁଁ ଆପଣଙ୍କର ଦାସୀ।”

Gade chapit la Kopi




2 ରାଜାବଳୀ 4:16
16 Referans Kwoze  

ତହୁଁ ସେ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଆମ୍ଭେ ଅବଶ୍ୟ ଫେରି ଆସିବା; ଦେଖ, ସେହି ସମୟରେ ତୁମ୍ଭ ଭାର୍ଯ୍ୟା ସାରାର (କୋଳରେ) ଗୋଟିଏ ପୁତ୍ର ଥିବ।” ଏହି କଥା ସାରା ତମ୍ବୁ ଦ୍ୱାରରେ ତାଙ୍କ ପଛେ ଥାଇ ଶୁଣିଲେ।


କିନ୍ତୁ ଦୂତ ତାହାଙ୍କୁ କହିଲେ, ଜିଖରୀୟ, ଭୟ କର ନାହିଁ, କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି, ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ, ପୁଣି, ତୁମ୍ଭେ ତାହାର ନାମ ଯୋହନ ଦେବ।


ଏଥିରେ ସେ ସ୍ତ୍ରୀ କହିଲା, “ମୋʼ ପ୍ରଭୁଙ୍କୁ ମୁଁ କʼଣ ପୁତ୍ର ମାଗିଥିଲି? ମୁଁ କି କହି ନ ଥିଲି, ମୋତେ ପ୍ରତାରଣା ନ କର?”


ମାତ୍ର ଆଗାମୀ ବର୍ଷର ଏହି ସମୟରେ ସାରାର ଗର୍ଭରୁ ଯେଉଁ ଇସ୍‌ହାକ ଜନ୍ମିବ, ତାହା ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରିବା।”


ମୁଁ ଚଞ୍ଚଳ ଭାବରେ କହିଲି, “ମନୁଷ୍ୟ ମାତ୍ରେ ହିଁ ମିଥ୍ୟା।”


ଏଥିଉତ୍ତାରେ ନଗରସ୍ଥ ଲୋକମାନେ ଇଲୀଶାୟଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କ ପ୍ରଭୁ ଦେଖୁଅଛନ୍ତି ଯେ, ଏହି ନଗରର ସ୍ଥାନ ମନୋରମ; ମାତ୍ର ଜଳ ମନ୍ଦ ଓ ଭୂମି ଫଳନାଶକ।”


ତହିଁରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ତୁମ୍ଭ ସଙ୍ଗେ ମୋହର କଅଣ ଅଛି? ତୁମ୍ଭେ ମୋହର ପାପ ସ୍ମରଣ କରାଇବାକୁ ଓ ମୋʼ ପୁତ୍ରକୁ ବଧ କରିବାକୁ ଆସିଅଛ!”


ତହୁଁ ସେ କହିଲା, “ମୁଁ କିପରି ପାପ କରିଅଛି ଯେ, ଆପଣ ଆପଣା ଦାସଙ୍କୁ ବଧ କରିବା ପାଇଁ ଆହାବଙ୍କ ହସ୍ତରେ ସମର୍ପଣ କରୁଅଛନ୍ତି?


ତେବେ ଇଲୀଶାୟ କହିଲେ, “ତାଙ୍କୁ ଡାକ।” ଏଣୁ ସେ ତାଙ୍କୁ ଡାକନ୍ତେ, ସେ ଦ୍ୱାରରେ ଠିଆ ହେଲା।


ଏଥିଉତ୍ତାରେ ଇଲୀଶାୟଙ୍କର ବାକ୍ୟାନୁସାରେ ସେହି ସ୍ତ୍ରୀ ଗର୍ଭଧାରଣ କରି ଉକ୍ତ ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଏକ ପୁତ୍ର ପ୍ରସବ କଲା।


ଏଥିରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ତୁମ୍ଭେ ଯେ ପରମେଶ୍ୱରଙ୍କ ଲୋକ ଓ ତୁମ୍ଭ ମୁଖରେ ସଦାପ୍ରଭୁଙ୍କ ବାକ୍ୟ ଯେ ସତ୍ୟ, ଏହା ଏବେ ମୁଁ ଜାଣିଲି।”


Swiv nou:

Piblisite


Piblisite