Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 4:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏହିରୂପେ ସେ ଯାଇ କର୍ମିଲ ପର୍ବତରେ ପରମେଶ୍ୱରଙ୍କ ଲୋକଙ୍କ ନିକଟରେ ପହଞ୍ଚିଲା। ତହିଁରେ ପରମେଶ୍ୱରଙ୍କ ଲୋକ ଦୂରରୁ ତାହାକୁ ଦେଖି ଆପଣା ଦାସ ଗିହେଜୀକୁ କହିଲେ, “ଦେଖ, ସେଠାରେ ଶୁନେମୀୟା ସ୍ତ୍ରୀ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଏହିରୂପେ ସେ ଯାଇ କର୍ମିଲ ପର୍ବତରେ ପରମେଶ୍ଵରଙ୍କ ଲୋକଙ୍କ ନିକଟରେ ପହୁଞ୍ଚିଲା। ତହିଁରେ ପରମେଶ୍ଵରଙ୍କ ଲୋକ ଦୂରରୁ ତାହାକୁ ଦେଖି ଆପଣା ଦାସ ଗିହେଜୀକି କହିଲେ, ଦେଖ, ହେଇଟି ଶୁନେମୀୟା;

Gade chapit la Kopi

ଓଡିଆ ବାଇବେଲ

25 ଏହିରୂପେ ସେ ଯାଇ କର୍ମିଲ ପର୍ବତରେ ପରମେଶ୍ୱରଙ୍କ ଲୋକଙ୍କ ନିକଟରେ ପହଞ୍ଚିଲା। ତହିଁରେ ପରମେଶ୍ୱରଙ୍କ ଲୋକ ଦୂରରୁ ତାହାକୁ ଦେଖି ଆପଣା ଦାସ ଗିହେଜୀକୁ କହିଲେ, “ଦେଖ, ସେଠାରେ ଶୁନେମୀୟା ସ୍ତ୍ରୀ;

Gade chapit la Kopi

ପବିତ୍ର ବାଇବଲ

25 ଏହିରୂପେ ସେ କର୍ମିଲ ପର୍ବତରେ ପହଞ୍ଚି ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କୁ ଦେଖିଲେ। ଇଲୀଶାୟ ମଧ୍ୟ ଦୂରରୁ ତାଙ୍କୁ ଆସୁଥିବାର ଦେଖି ନିଜର ଦାସ ଗିହେଜୀକି କହିଲେ, “ଦେଖ, ଏହି ଶୁନେମୀୟା ସ୍ତ୍ରୀ ଏଠାକୁ ଆସୁଛି।

Gade chapit la Kopi




2 ରାଜାବଳୀ 4:25
10 Referans Kwoze  

ଏଥିଉତ୍ତାରେ ସେ ସେଠାରୁ କର୍ମିଲ ପର୍ବତକୁ ଗଲେ ଓ ସେଠାରୁ ଶମରୀୟାକୁ ଫେରିଗଲେ।


ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଶୋଭା ଦେଖିବେ।


ତହୁଁ ଆହାବ ଭୋଜନପାନ କରିବାକୁ ଉଠିଗଲେ। ପୁଣି, ଏଲୀୟ କର୍ମିଲର ଶୃଙ୍ଗକୁ ଯାଇ ଭୂମିରେ ନଇଁପଡ଼ି ଆପଣା ଆଣ୍ଠୁ ମଧ୍ୟରେ ମୁଖ ରଖିଲେ।


ଏହେତୁ ଏବେ ତୁମ୍ଭେ ଲୋକ ପଠାଇ ସମଗ୍ର ଇସ୍ରାଏଲକୁ ଓ ଈଷେବଲ୍‍ର ମେଜରେ ଭୋଜନକାରୀ ବାଲ୍‍ର ଚାରି ଶହ ପଚାଶ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଆଶେରାର ଚାରି ଶହ ଭବିଷ୍ୟଦ୍‍ବକ୍ତାଙ୍କୁ କର୍ମିଲ ପର୍ବତରେ ମୋʼ ନିକଟରେ ଏକତ୍ର କର।”


ତହୁଁ ସେ ଗର୍ଦ୍ଦଭୀ ସଜାଇ ଆପଣା ଦାସକୁ କହିଲା, “ଅଡ଼ାଇ ଚାଲ; ମୋʼ ଆଜ୍ଞା ବିନା ଚଲାଇବାରେ ଢିଲା କର ନାହିଁ।”


ମୁଁ ବିନୟ କରୁଅଛି, ଦୌଡ଼ିଯାଇ ତାହାକୁ ସାକ୍ଷାତ କରି ପଚାର, ତୁମ୍ଭର ସମସ୍ତ ବିଷୟ ମଙ୍ଗଳ ତ? ତୁମ୍ଭ ସ୍ୱାମୀର ମଙ୍ଗଳ ତ? ବାଳକର ମଙ୍ଗଳ ତ?” ତହୁଁ ସେ ଉତ୍ତର କଲା, “ମଙ୍ଗଳ।”


ଏଥିଉତ୍ତାରେ ସେ ପର୍ବତରେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଆସି ତାଙ୍କ ଚରଣ ଧରି ରହିଲା। ତହିଁରେ ଗିହେଜୀ ତାହାକୁ ଛଡ଼ାଇ ଦେବା ପାଇଁ ନିକଟକୁ ଆସିଲା; ମାତ୍ର ପରମେଶ୍ୱରଙ୍କ ଲୋକ କହିଲେ, “ତାହାକୁ ଛାଡ଼ିଦିଅ; କାରଣ ତାହାର ଅନ୍ତରରେ ତାହାର ପ୍ରାଣ ଶୋକାକୁଳ ହୋଇଅଛି; ମାତ୍ର ସଦାପ୍ରଭୁ ମୋʼ ଠାରୁ ତାହା ଗୋପନରେ ରଖିଅଛନ୍ତି, ପୁଣି ତାହା ମୋତେ ଜଣାଇ ନାହାନ୍ତି।”


ତେବେ ରାଜା ଏଲୀୟଙ୍କ ନିକଟକୁ ଜଣେ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ପଚାଶପତି ଏଲୀୟଙ୍କ ନିକଟକୁ ଗଲା; ଆଉ ଦେଖ, ଏଲୀୟ ପର୍ବତ ଶୃଙ୍ଗରେ ବସିଥିଲେ। ଏଥିରେ ପଚାଶପତି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ‘ତଳକୁ ଆସ।’”


ମାତ୍ର ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କର ଦାସ ଗିହେଜୀ କହିଲା, “ଦେଖ, ମୋʼ ପ୍ରଭୁ ଏହି ଅରାମୀୟ ନାମାନ୍‍ ଆଣିଥିବା କୌଣସି ଦ୍ରବ୍ୟ ତାହା ହାତରୁ ଗ୍ରହଣ ନ କରି ତାହାକୁ ଛାଡ଼ି ଦେଇଅଛନ୍ତି; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ତାହା ପଛେ ଦୌଡ଼ି ତାହାଠାରୁ କିଛି ନେବି।”


ସେହି ସମୟରେ ରାଜା ପରମେଶ୍ୱରଙ୍କ ଲୋକଙ୍କର ଦାସ ଗିହେଜୀ ସଙ୍ଗେ କଥାବାର୍ତ୍ତା କରୁ କରୁ କହିଲେ, “ମୁଁ ବିନୟ କରୁଅଛି, ଇଲୀଶାୟ ଯେ ଯେ ମହତ୍ କର୍ମ କରିଅଛନ୍ତି, ତାହାସବୁ ମୋତେ ଜଣାଅ।”


Swiv nou:

Piblisite


Piblisite