Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତେବେ ସେହି ବିଧବା ଆସି ପରମେଶ୍ୱରଙ୍କ ଲୋକଙ୍କୁ ତାହା ଜଣାଇଲା। ଏଥିରେ ସେ କହିଲେ, “ଯାଅ, ତୈଳ ବିକ୍ରୟ କରି ଆପଣା ଋଣ ପରିଶୋଧ କର, ପୁଣି ଅବଶିଷ୍ଟରେ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଜୀବନ ଯାପନ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତେବେ ସେ ସ୍ତ୍ରୀ ଆସି ପରମେଶ୍ଵରଙ୍କ ଲୋକଙ୍କୁ ତାହା ଜଣାଇଲା। ଏଥିରେ ସେ କହିଲେ, ଯାଅ, ତୈଳ ବିକ୍ରୟ କରି ଆପଣା ଋଣ ପରିଶୋଧ କର, ପୁଣି ଅବଶିଷ୍ଟରେ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଦିନାତିପାତ କର।

Gade chapit la Kopi

ଓଡିଆ ବାଇବେଲ

7 ତେବେ ସେହି ବିଧବା ଆସି ପରମେଶ୍ୱରଙ୍କ ଲୋକଙ୍କୁ ତାହା ଜଣାଇଲା। ଏଥିରେ ସେ କହିଲେ, “ଯାଅ, ତୈଳ ବିକ୍ରୟ କରି ଆପଣା ଋଣ ପରିଶୋଧ କର, ପୁଣି ଅବଶିଷ୍ଟରେ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଜୀବନଯାପନ କର।”

Gade chapit la Kopi

ପବିତ୍ର ବାଇବଲ

7 ତା'ପରେ ସ୍ତ୍ରୀଲୋକଟି ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କୁ ଯାହାସବୁ ଘଟିଥିଲା କହିଲେ। ତହୁଁ ଇଲୀଶାୟ କହିଲେ, “ଏବେ ଯାଅ, ସେ ସମସ୍ତ ତୈଳକୁ ବିକି ଋଣ ପରିଶୋଧ କର ଓ ଅବଶିଷ୍ଟ ଅର୍ଥରେ ତୁମ୍ଭେ ଓ ତୁମ୍ଭର ପୁତ୍ରମାନେ କାଳାତିପାତ କର।”

Gade chapit la Kopi




2 ରାଜାବଳୀ 4:7
11 Referans Kwoze  

ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରିୟ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍‍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର।


ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହିସବୁ ଚିନ୍ତା କର;


ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ। ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ।


ମାତ୍ର ପରମେଶ୍ୱରଙ୍କ ଲୋକ ଶମୟୀୟ ନିକଟରେ ପରମେଶ୍ୱରଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,


ଯେପରି ବାହାର ଲୋକମାନଙ୍କ ପ୍ରତି ତୁମ୍ଭେମାନେ ସଦାଚାରୀ ହୁଅ ଆଉ ତୁମ୍ଭମାନଙ୍କର କୌଣସି ଅଭାବ ନ ହୁଏ।


ଏଥିଉତ୍ତାରେ ସେହି ସ୍ତ୍ରୀ ଆପଣା ସ୍ୱାମୀକୁ କହିଲା, “ଦେଖ, ମୁଁ ଜାଣି ପାରୁଅଛି, ଏହି ଯେଉଁ ଲୋକ ନିତ୍ୟ ଆମ୍ଭମାନଙ୍କ ନିକଟ ଦେଇ ଗତାୟାତ କରୁଅଛନ୍ତି, ସେ ପରମେଶ୍ୱରଙ୍କର ଏକ ପବିତ୍ର ଲୋକ ଅଟନ୍ତି।


ଏଥିରେ ମାତା ଉପରକୁ ଯାଇ ପରମେଶ୍ୱରଙ୍କ ଲୋକଙ୍କ ଖଟରେ ତାହାକୁ ଶୁଆଇ ଦ୍ୱାର ବନ୍ଦ କରି ବାହାରି ଆସିଲା।


ସେତେବେଳେ ପରମେଶ୍ୱରଙ୍କ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ କହି ପଠାନ୍ତି, “ସାବଧାନ, ତୁମ୍ଭେ ସେହି ସ୍ଥାନ ଦେଇ ଯିବ ନାହିଁ; କାରଣ ଅରାମୀୟମାନେ ସେହି ସ୍ଥାନକୁ ଓହ୍ଲାଇ ଆସୁଅଛନ୍ତି।”


ଆଉ ଇଲୀଶାୟ କହିଲେ, “ତୁମ୍ଭେ ତାହା ଉଠାଇ ନିଅ।” ତହୁଁ ସେ ହାତ ବଢ଼ାଇ ତାହା ନେଲା।


Swiv nou:

Piblisite


Piblisite