Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 5:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମାତ୍ର ନାମାନ୍‍ କ୍ରୁଦ୍ଧ ହୋଇ ଚାଲିଗଲା, ଆଉ କହିଲା, “ଦେଖ, ମୁଁ ଭାବିଥିଲି, ସେ ଅବଶ୍ୟ ବାହାରି ମୋʼ ନିକଟକୁ ଆସିବ ଓ ଠିଆ ହୋଇ ସଦାପ୍ରଭୁ ତାହାର ପରମେଶ୍ୱରଙ୍କ ନାମରେ ପ୍ରାର୍ଥନା କରି କୁଷ୍ଠ ସ୍ଥାନରେ ହସ୍ତ ହଲାଇ ତାହା ସୁସ୍ଥ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମାତ୍ର ନାମାନ୍ କ୍ରୁଦ୍ଧ ହୋଇ ଚାଲିଗଲା, ଆଉ କହିଲା, ଦେଖ, ମୁଁ ଭାବିଥିଲି, ସେ ଅବଶ୍ୟ ବାହାରି ମୋʼ କତିକି ଆସିବ ଓ ଠିଆ ହୋଇ ସଦାପ୍ରଭୁ ତାହାର ପରମେଶ୍ଵରଙ୍କ ନାମରେ ପ୍ରାର୍ଥନା କରି କୁଷ୍ଠସ୍ଥାନରେ ହସ୍ତ ହଲାଇ ତାହା ସୁସ୍ଥ କରିବ।

Gade chapit la Kopi

ଓଡିଆ ବାଇବେଲ

11 ମାତ୍ର ନାମାନ୍‍ କ୍ରୁଦ୍ଧ ହୋଇ ଚାଲିଗଲା, ଆଉ କହିଲା, “ଦେଖ, ମୁଁ ଭାବିଥିଲି, ସେ ଅବଶ୍ୟ ବାହାରି ମୋ’ ନିକଟକୁ ଆସିବ ଓ ଠିଆ ହୋଇ ସଦାପ୍ରଭୁ ତାହାର ପରମେଶ୍ୱରଙ୍କ ନାମରେ ପ୍ରାର୍ଥନା କରି କୁଷ୍ଠ ସ୍ଥାନରେ ହସ୍ତ ହଲାଇ ତାହା ସୁସ୍ଥ କରିବ।

Gade chapit la Kopi

ପବିତ୍ର ବାଇବଲ

11 ମାତ୍ର ନାମାନ୍ କ୍ରୁଦ୍ଧ ହୋଇ ଗ୍ଭଲିଗଲେ। ସେ କହିଲେ “ମୁଁ ଭାବିଥିଲି ସେ ବାହାରି ଆସି ଥା’ନ୍ତା ଏବଂ ତାଙ୍କ ସଦାପ୍ରଭୁଙ୍କ ନାମରେ ଡାକି ଥା’ନ୍ତା ଏବଂ ସଂକ୍ରମିତ ଚର୍ମ ଉପରେ ତାଙ୍କ ହାତ ରଖି ମୋତେ ଆରୋଗ୍ୟ କରିଥା’ନ୍ତା।

Gade chapit la Kopi




2 ରାଜାବଳୀ 5:11
19 Referans Kwoze  

ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ କର ନାହିଁ, କାରଣ ଯେଉଁ ମୋଶା ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ଇସ୍ରାଏଲର ଲୋକମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ମଧ୍ୟ ଯେ ରକ୍ଷା ପାଇବା ନାହିଁ, ଏହା ଯେ ଅଧିକ ସୁନିଶ୍ଚିତ!


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।”


ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ୱାସ କରିବ ନାହିଁ।”


କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”


କିନ୍ତୁ ଏହି କଥା ଶୁଣି ଯୁବକଟି ଦୁଃଖିତ ହୋଇ ଚାଲିଗଲେ, କାରଣ ତାଙ୍କର ବହୁତ ସମ୍ପତ୍ତି ଥିଲା।


କିନ୍ତୁ ସେ କହିଲା, ହଁ, ପ୍ରଭୁ, କାରଣ କୁକୁରମାନେ ତ ନିଜ ନିଜ ପ୍ରଭୁଙ୍କ ମେଜରୁ ପଡ଼ିବା ଅଇଁଠା ଖାଆନ୍ତି।


କିନ୍ତୁ ଶତ-ସେନାପତି ଉତ୍ତର ଦେଲେ, ପ୍ରଭୁ, ଆପଣ ଯେ ମୋʼ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ; କିନ୍ତୁ କେବଳ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ।


ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି।


ତୁମ୍ଭେ ଆପଣା ଦୃଷ୍ଟିରେ ଜ୍ଞାନବାନ ହୁଅ ନାହିଁ; ସଦାପ୍ରଭୁଙ୍କୁ ଭୟ କର ଓ ମନ୍ଦତାରୁ ବିମୁଖ ହୁଅ।


ହଁ, ନିର୍ବୋଧମାନଙ୍କର ବିପଥଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ।


ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍‍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯଦି ତାଙ୍କୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।”


ତହୁଁ ଇଲୀଶାୟ ଏକ ଦୂତ ପଠାଇ ତାହାଙ୍କୁ କହିଲେ, “ତୁମ୍ଭେ ଯାଇ ଯର୍ଦ୍ଦନରେ ସାତ ଥର ସ୍ନାନ କର, ତହିଁରେ ତୁମ୍ଭର ନୂତନ ମାଂସ ହେବ ଓ ତୁମ୍ଭେ ଶୁଚି ହେବ।”


ଇସ୍ରାଏଲର ସମୁଦାୟ ଜଳ ଅପେକ୍ଷା କି ଦମ୍ମେଶକର ଅବାନା ଓ ପର୍ପର ନଦୀ ଉତ୍ତମ ନୁହେଁ? ମୁଁ କି ତହିଁରେ ସ୍ନାନ କରି ଶୁଚି ହୋଇ ନ ପାରନ୍ତି?” ଏଣୁ ସେ ଫେରି କ୍ରୋଧରେ ଚାଲିଗଲା।


ତହୁଁ ସେହି ବିଧବା ଇଲୀଶାୟଙ୍କ ନିକଟରୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କଲା; ସେମାନେ ତାହା ନିକଟକୁ ପାତ୍ର ଆଣନ୍ତେ, ସେ ଅଜାଡ଼ିଲା।


Swiv nou:

Piblisite


Piblisite