Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 5:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି ସେ ଆପଣା କର୍ତ୍ତ୍ରୀକୁ କହିଲା, “ଆଃ, ଶମରୀୟାରେ ଯେଉଁ ଭବିଷ୍ୟଦ୍‍ବକ୍ତା ଅଛନ୍ତି, ତାଙ୍କ ସଙ୍ଗେ ଯେବେ ମୋʼ ପ୍ରଭୁ ଥାଆନ୍ତେ, ତେବେ ତାଙ୍କୁ ସେ ତାଙ୍କ କୁଷ୍ଠରୋଗରୁ ସୁସ୍ଥ କରନ୍ତେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ସେ ଆପଣା କର୍ତ୍ତ୍ରୀକି କହିଲା, ଆଃ, ଶମରୀୟାରେ ଯେଉଁ ଭବିଷ୍ୟଦ୍ବକ୍ତା ଅଛନ୍ତି, ତାଙ୍କ ସଙ୍ଗେ ଯେବେ ମୋʼ ପ୍ରଭୁ ଥାଆନ୍ତେ, ତେବେ ତାଙ୍କୁ ସେ ତାଙ୍କ କୁଷ୍ଠରୋଗରୁ ସୁସ୍ଥ କରନ୍ତେ।

Gade chapit la Kopi

ଓଡିଆ ବାଇବେଲ

3 ପୁଣି ସେ ଆପଣା କର୍ତ୍ତ୍ରୀକୁ କହିଲା, “ଆଃ, ଶମରୀୟାରେ ଯେଉଁ ଭବିଷ୍ୟଦ୍‍ବକ୍ତା ଅଛନ୍ତି, ତାଙ୍କ ସଙ୍ଗେ ଯେବେ ମୋ’ ପ୍ରଭୁ ଥାଆନ୍ତେ, ତେବେ ତାଙ୍କୁ ସେ ତାଙ୍କ କୁଷ୍ଠରୋଗରୁ ସୁସ୍ଥ କରନ୍ତେ।”

Gade chapit la Kopi

ପବିତ୍ର ବାଇବଲ

3 ଅନନ୍ତର ସେହି ବାଳିକା ନିଜର କର୍ତ୍ତାଙ୍କୁ କହିଲା, “ମୁଁ ଆଶା କରୁଛି ମୋର ମହାଶୟ ନାମା‌ନ୍‌ ଯଦି ଭବିଷ୍ୟ‌ଦ୍‌ବକ୍ତା ଇଲୀଶାୟଙ୍କୁ ସାକ୍ଷାତ୍ କରନ୍ତି, ଯେ ବର୍ତ୍ତମାନ ଶମରିୟାରେ ବାସ କରୁଛନ୍ତି। ସେ ନିଶ୍ଚୟ ତାଙ୍କୁ ଏହି କୁଷ୍ଠରୋଗରୁ ଆରୋଗ୍ୟ କରିବେ।”

Gade chapit la Kopi




2 ରାଜାବଳୀ 5:3
9 Referans Kwoze  

ପାଉଲ କହିଲେ, ଅଳ୍ପରେ ହେଉ କି ବହୁତରେ ହେଉ, କେବଳ ଆପଣ ନୁହଁନ୍ତି, ମାତ୍ର ଯେତେ ଲୋକ ଆଜି ମୋହର କଥା ଶୁଣୁଅଛନ୍ତି, ଯେପରି ସେମାନେ ସମସ୍ତେ ସୁଦ୍ଧା ଏହି ବନ୍ଧନ ବିନା ମୋହରି ପରି ହୁଅନ୍ତି, ଏହା ମୁଁ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଅଛି।


ତେବେ ମୋଶା କହିଲେ, “ତୁମ୍ଭେ ମୋʼ ସକାଶୁ କʼଣ ଈର୍ଷା କରୁଅଛ? ପରମେଶ୍ୱର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍‍ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ!”


ଇତିମଧ୍ୟରେ ତୁମ୍ଭେମାନେ କଅଣ ପରିତୃପ୍ତ ହୋଇଗଲଣି? ଇତିମଧ୍ୟରେ ତୁମ୍ଭେମାନେ କଅଣ ଧନବାନ ହୋଇଗଲଣି? ଆମ୍ଭମାନଙ୍କ ବିନା ତୁମ୍ଭେମାନେ କଅଣ ରାଜା ହୋଇଅଛ? ହଁ, ତୁମ୍ଭେମାନେ ରାଜା ହୋଇଥିଲେ ଭଲ ହୋଇଥାଆନ୍ତା, ଯେପରି ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ସହିତ ରାଜତ୍ୱ କରିପାରିଥାଆନ୍ତୁ।


ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠରୋଗୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;


ଏଥିଉତ୍ତାରେ ଇସ୍ରାଏଲର ରାଜା ଆପଣା ବସ୍ତ୍ର ଚିରିଅଛନ୍ତି, ଏହା ଶୁଣି ପରମେଶ୍ୱରଙ୍କ ଲୋକ ଇଲୀଶାୟ, ରାଜାଙ୍କ ନିକଟକୁ ଏହି କଥା କହି ପଠାଇଲେ, “ତୁମ୍ଭେ କାହିଁକି ଆପଣା ବସ୍ତ୍ର ଚିରିଲ? ସେ ଏବେ ମୋʼ ନିକଟକୁ ଆସୁ, ତହିଁରେ ଇସ୍ରାଏଲ ମଧ୍ୟରେ ଯେ ଏକ ଭବିଷ୍ୟଦ୍‍ବକ୍ତା ଅଛି, ଏହା ସେ ଜାଣିବ।”


ଅରାମୀୟମାନେ ଦଳ ଦଳ ହୋଇ ବାହାରି ଇସ୍ରାଏଲ ଦେଶରୁ ଏକ କ୍ଷୁଦ୍ର ବାଳିକାକୁ ବନ୍ଦୀ କରି ଆଣିଥିଲେ; ଆଉ ସେ ନାମାନ୍‍ର ଭାର୍ଯ୍ୟାର ସେବା କରୁଥିଲା।


ଏଥିରେ ଜଣେ ଭିତରକୁ ଯାଇ ତାହାର ପ୍ରଭୁଙ୍କୁ ଜଣାଇ କହିଲା, “ଇସ୍ରାଏଲ ଦେଶର ବାଳିକା ଏପରି ଏପରି କହେ।”


Swiv nou:

Piblisite


Piblisite