Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 5:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିଉତ୍ତାରେ ଇସ୍ରାଏଲର ରାଜା ଆପଣା ବସ୍ତ୍ର ଚିରିଅଛନ୍ତି, ଏହା ଶୁଣି ପରମେଶ୍ୱରଙ୍କ ଲୋକ ଇଲୀଶାୟ, ରାଜାଙ୍କ ନିକଟକୁ ଏହି କଥା କହି ପଠାଇଲେ, “ତୁମ୍ଭେ କାହିଁକି ଆପଣା ବସ୍ତ୍ର ଚିରିଲ? ସେ ଏବେ ମୋʼ ନିକଟକୁ ଆସୁ, ତହିଁରେ ଇସ୍ରାଏଲ ମଧ୍ୟରେ ଯେ ଏକ ଭବିଷ୍ୟଦ୍‍ବକ୍ତା ଅଛି, ଏହା ସେ ଜାଣିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏଉତ୍ତାରେ ଇସ୍ରାଏଲର ରାଜା ଆପଣା ବସ୍ତ୍ର ଚିରିଅଛନ୍ତି, ଏହା ଶୁଣି ପରମେଶ୍ଵରଙ୍କ ଲୋକ ଇଲୀଶାୟ ରାଜାଙ୍କ କତିକି ଏହି କଥା କହି ପଠାଇଲେ, ତୁମ୍ଭେ କାହିଁକି ଆପଣା ବସ୍ତ୍ର ଚିରିଲ? ସେ ଏବେ ମୋʼ କତିକି ଆସୁ, ତହିଁରେ ଇସ୍ରାଏଲ ମଧ୍ୟରେ ଯେ ଏକ ଭବିଷ୍ୟଦ୍ବକ୍ତା ଅଛି, ଏହା ସେ ଜାଣିବ।

Gade chapit la Kopi

ଓଡିଆ ବାଇବେଲ

8 ଏଥିଉତ୍ତାରେ ଇସ୍ରାଏଲର ରାଜା ଆପଣା ବସ୍ତ୍ର ଚିରିଅଛନ୍ତି, ଏହା ଶୁଣି ପରମେଶ୍ୱରଙ୍କ ଲୋକ ଇଲୀଶାୟ, ରାଜାଙ୍କ ନିକଟକୁ ଏହି କଥା କହି ପଠାଇଲେ, “ତୁମ୍ଭେ କାହିଁକି ଆପଣା ବସ୍ତ୍ର ଚିରିଲ ? ସେ ଏବେ ମୋ’ ନିକଟକୁ ଆସୁ, ତହିଁରେ ଇସ୍ରାଏଲ ମଧ୍ୟରେ ଯେ ଏକ ଭବିଷ୍ୟଦ୍‍ବକ୍ତା ଅଛି, ଏହା ସେ ଜାଣିବ।”

Gade chapit la Kopi

ପବିତ୍ର ବାଇବଲ

8 ଏହା ପରେ ପରମେଶ୍ୱରଙ୍କ ଲୋକ ଇଲୀଶାୟ ଶୁଣିଲେ ଯେ ଇସ୍ରାଏଲର ରାଜା ନିଜର ବସ୍ତ୍ର ଚିରିଛନ୍ତି, ସେ ଗୋଟିଏ ବାର୍ତ୍ତା ରାଜାଙ୍କ ନିକଟକୁ ପଠାଇ କହିଲେ, “ତୁମ୍ଭେ କାହିଁକି ନିଜର ବସ୍ତ୍ର ଚିରିଲ। ନାମାନ୍ ମୋ’ ନିକଟକୁ ଆସୁ, ତାହାହେଲେ ଇସ୍ରାଏଲରେ ଭବିଷ୍ୟ‌ଦ୍‌ବକ୍ତା ଅଛନ୍ତି, ସେ ଜାଣିବ।”

Gade chapit la Kopi




2 ରାଜାବଳୀ 5:8
14 Referans Kwoze  

କିନ୍ତୁ ଅଣଯିହୁଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି। ମୁଁ ଅଣଯିହୁଦୀମାନଙ୍କ ନିମନ୍ତେ ପ୍ରେରିତ ହେବାରୁ ମୋʼ ସେବକପଦର ଗୌରବ କରୁଅଛି,


ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ ଓ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ସେ ରକ୍ଷିତ ହେଲା।


ସେମାନେ ବିଦ୍ରୋହୀ ବଂଶ, ଏଣୁ ଶୁଣନ୍ତୁ ଅବା ନ ଶୁଣନ୍ତୁ, ତଥାପି ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟଦ୍‍ବକ୍ତା ଉପସ୍ଥିତ ହୋଇଅଛି ବୋଲି ଜ୍ଞାତ ହେବେ।


ଏଥିଉତ୍ତାରେ ନାମାନ୍‍ ଓ ତାହାର ସଙ୍ଗୀ ସମସ୍ତେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଫେରିଆସି ତାଙ୍କ ସମ୍ମୁଖରେ ଠିଆ ହେଲେ; ଆଉ ନାମାନ୍‍ କହିଲା, “ଦେଖନ୍ତୁ, ଏବେ ମୁଁ ଜାଣିଲି ଯେ, ଇସ୍ରାଏଲ ପରମେଶ୍ୱରଙ୍କ ବ୍ୟତୀତ ସମୁଦାୟ ପୃଥିବୀରେ ପରମେଶ୍ୱର କେହି ନାହାନ୍ତି; ଏହେତୁ ଏବେ ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣା ଦାସଠାରୁ ଉପହାର ଗ୍ରହଣ କରନ୍ତୁ।”


ତହୁଁ ଇସ୍ରାଏଲର ରାଜା ଏହି ପତ୍ର ପାଠ କରନ୍ତେ, ଆପଣା ବସ୍ତ୍ର ଚିରି କହିଲା, “ମାରିବାକୁ ଓ ବଞ୍ଚାଇବାକୁ ସମର୍ଥ ପରମେଶ୍ୱର କି ମୁଁ, ଯେ ଏହି ଲୋକ ଏକ ମନୁଷ୍ୟକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବା ପାଇଁ ମୋʼ ନିକଟକୁ ପଠାଇଅଛି? କିନ୍ତୁ ମୁଁ ବିନୟ କରୁଅଛି, ତୁମ୍ଭେମାନେ ବିବେଚନା କର, ସେ କିପରି ଆମ୍ଭ ବିରୁଦ୍ଧରେ ଛିଦ୍ର ଖୋଜୁଅଛି।”


ପୁଣି ସେ ଆପଣା କର୍ତ୍ତ୍ରୀକୁ କହିଲା, “ଆଃ, ଶମରୀୟାରେ ଯେଉଁ ଭବିଷ୍ୟଦ୍‍ବକ୍ତା ଅଛନ୍ତି, ତାଙ୍କ ସଙ୍ଗେ ଯେବେ ମୋʼ ପ୍ରଭୁ ଥାଆନ୍ତେ, ତେବେ ତାଙ୍କୁ ସେ ତାଙ୍କ କୁଷ୍ଠରୋଗରୁ ସୁସ୍ଥ କରନ୍ତେ।”


ଏଥିରେ ସେମାନେ ତାଙ୍କୁ କହିଲେ, “ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ‘ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରିଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍‍ସବୂବ ନିକଟକୁ ପଚାରି ପଠାଉଅଛ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’”


ଏଥିରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ତୁମ୍ଭେ ଯେ ପରମେଶ୍ୱରଙ୍କ ଲୋକ ଓ ତୁମ୍ଭ ମୁଖରେ ସଦାପ୍ରଭୁଙ୍କ ବାକ୍ୟ ଯେ ସତ୍ୟ, ଏହା ଏବେ ମୁଁ ଜାଣିଲି।”


ଏଥିଉତ୍ତାରେ ଦାଉଦ ଯୋୟାବକୁ ଓ ତାହାର ସଙ୍ଗୀ ଲୋକ ସମସ୍ତଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ବସ୍ତ୍ର ଚିରି ଅଖା ପିନ୍ଧ ଓ ଅବ୍‍ନରର ଆଗେ ଆଗେ ଶୋକ କରି ଚାଲ।” ପୁଣି ଦାଉଦ ରାଜା ଶବଶଯ୍ୟାର ପଛେ ପଛେ ଚାଲିଲେ।


ତହିଁରେ ତୁମ୍ଭର ଏହି ସମସ୍ତ ଦାସମାନେ ମୋʼ ନିକଟକୁ ନତ ହୋଇ ଆସିବେ ଓ ମୋତେ ପ୍ରଣାମ କରି କହିବେ, ‘ତୁମ୍ଭେ ଓ ତୁମ୍ଭର ଅନୁଗତ ସମସ୍ତ ଲୋକ ବାହାରି ଯାଅ;’ ତହିଁ ଉତ୍ତାରେ ମୁଁ ବାହାରି ଯିବି।” ଏଥିଉତ୍ତାରେ ସେ ପ୍ରଚଣ୍ଡ କ୍ରୋଧରେ ଫାରୋଙ୍କ ନିକଟରୁ ବାହାରିଗଲେ।


ତହିଁରେ ସେ ତାଙ୍କୁ କହିଲା, “ଦେଖ, ଏହି ନଗରରେ ପରମେଶ୍ୱରଙ୍କର ଏକ ଲୋକ ଅଛନ୍ତି, ସେ ଅତି ମାନ୍ୟଗଣ୍ୟ ଲୋକ; ସେ ଯାହାସବୁ କହନ୍ତି, ନିଶ୍ଚୟ ସଫଳ ହୁଏ; ଆସ, ଆମ୍ଭେମାନେ ସେଠାକୁ ଯାଉ; ହୋଇପାରେ, ଆମ୍ଭେମାନେ ଯେଉଁ ଯାତ୍ରା କରୁଅଛୁ, ସେ ବିଷୟ ସେ ଆମ୍ଭମାନଙ୍କୁ ଜଣାଇ ପାରିବେ।”


ମାତ୍ର ପରମେଶ୍ୱରଙ୍କ ଲୋକ ଶମୟୀୟ ନିକଟରେ ପରମେଶ୍ୱରଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,


ଏଣୁ ନାମାନ୍‍ ଆପଣା ଅଶ୍ୱ ଓ ରଥ ଇତ୍ୟାଦି ସହିତ ଆସି ଇଲୀଶାୟଙ୍କ ଗୃହର ଦ୍ୱାର ନିକଟରେ ଠିଆ ହେଲା।


Swiv nou:

Piblisite


Piblisite