Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 7:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସେତେବେଳେ ଇଲୀଶାୟ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସଦାପ୍ରଭୁ ଏହି କଥା କହନ୍ତି, ‘କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର-ଦ୍ୱାରରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଯିବ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସେତେବେଳେ ଇଲୀଶାୟ କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସଦାପ୍ରଭୁ ଏହି କଥା କହନ୍ତି, କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର-ଦ୍ଵାରରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକାଯିବ।

Gade chapit la Kopi

ଓଡିଆ ବାଇବେଲ

1 ସେତେବେଳେ ଇଲୀଶାୟ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସଦାପ୍ରଭୁ ଏହି କଥା କହନ୍ତି, ‘କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର ଦ୍ୱାରରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଯିବ।’”

Gade chapit la Kopi

ପବିତ୍ର ବାଇବଲ

1 ଇଲୀଶାୟ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ, ସଦାପ୍ରଭୁ ଏହି କଥା କହନ୍ତି, ‘କାଲି ପ୍ରାୟ ଏହି ସମୟକୁ ପ୍ରଚୁର ଖାଦ୍ୟ ଆସିବ ଏବଂ ଏହା ପୁଣି ଅତି ଶସ୍ତା ହେବ। ଜଣେ ବ୍ୟକ୍ତି ଶମରିୟାର ନଗର ଦ୍ୱାରରେ ଏକ ଶେକଲରେ ଏକ ଝୁଡ଼ିର ସୁନ୍ଦର ମଇଦା ଓ ସେହି ମୂଲ୍ୟରେ ଦୁଇ ଝୁଡ଼ି ଯବ କିଣିବ।’”

Gade chapit la Kopi




2 ରାଜାବଳୀ 7:1
19 Referans Kwoze  

ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣାକୁ ପବିତ୍ର କର, କାରଣ କାଲି ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ଆଶ୍ଚର୍ଯ୍ୟକ୍ରିୟା କରିବେ।”


“ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ବଚସା ଶୁଣିଅଛୁ; ତୁମ୍ଭେ ସେମାନଙ୍କୁ କୁହ, ‘ତୁମ୍ଭେମାନେ ସନ୍ଧ୍ୟା ସମୟରେ ମାଂସ ଭୋଜନ କରିବ ଓ ପ୍ରଭାତରେ ଅନ୍ନରେ ପରିତୃପ୍ତ ହେବ; ତହିଁରେ ଆମ୍ଭେ ଯେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟୁ, ତାହା ତୁମ୍ଭେମାନେ ଜାଣିବ।’”


ପୁନର୍ବାର ସେ ମୋତେ କହିଲେ, “ତୁମ୍ଭେ ଏହି ସକଳ ଅସ୍ଥିର ଉଦ୍ଦେଶ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ସେମାନଙ୍କୁ କୁହ, ‘ହେ ଶୁଷ୍କ ଅସ୍ଥିସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।


ଏଥିଉତ୍ତାରେ ସେମାନେ ସେହି ଆଗତ ଦୂତମାନଙ୍କୁ କହିଲେ, “ତୁମ୍ଭେମାନେ ଯାବେଶ-ଗିଲୀୟଦର ଲୋକମାନଙ୍କୁ କୁହ, କାଲି ଖରା ବେଳେ ତୁମ୍ଭେମାନେ ଉଦ୍ଧାର ପାଇବ;” ତହିଁରେ ଦୂତମାନେ ଆସି ଯାବେଶର ଲୋକମାନଙ୍କୁ ତାହା ଜଣାନ୍ତେ, ସେମାନେ ଆନନ୍ଦିତ ହେଲେ।


ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପରି ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତକାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ।


ପରମେଶ୍ୱର ସେହି ନଗରର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ। ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ।


ଆମ୍ଭେ ଆପଣା ଲୋକମାନଙ୍କ ଓ ତୁମ୍ଭ ଲୋକମାନଙ୍କ ମଧ୍ୟରେ ପ୍ରଭେଦ କରିବା; ଆସନ୍ତାକାଲି ଏହି ଚିହ୍ନ ହେବ।’”


ଏଥିରେ ଯିଶାଇୟ ହିଜକୀୟଙ୍କୁ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ଶୁଣ:


ଆଉ ମୁଁ ଚାରି ପ୍ରାଣୀଙ୍କ ମଧ୍ୟରୁ ନିର୍ଗତ ହେଲା ପରି ଏହି ସ୍ୱର ଶୁଣିଲି, ଟଙ୍କାକୁ ସେରେ ଗହମ ଓ ଟଙ୍କାକୁ ତିନି ସେର ଯବ ହେବ, କିନ୍ତୁ ତୁମ୍ଭେ ତୈଳ ଓ ଦ୍ରାକ୍ଷାରସ କ୍ଷତି କର ନାହିଁ।


ଏଥିଉତ୍ତାରେ ବାଲ୍‍-ଶାଲିଶାରୁ ଜଣେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳର ରୁଟି, ଅର୍ଥାତ୍‍, କୋଡ଼ିଏ ଯବ ରୁଟି ଓ ନୂତନ ଶସ୍ୟର ଶିଷା ଆପଣା ଝୁଲିରେ ନେଇ ଆସିଲା। ତହିଁରେ ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ।”


ତାହା ପାଖରେ ଯଅର ପାଞ୍ଚୋଟି ରୁଟି ଓ ଦୁଇଟି ଭଜା ମାଛ ଅଛି, କିନ୍ତୁ ଏତେ ଲୋକଙ୍କ ପାଇଁ ତାହା କଅଣ ହେବ?


ତହିଁରେ ଶମରୀୟାରେ ମହାଦୁର୍ଭିକ୍ଷ ହେଲା; ଆଉ ଦେଖ, ଏକ ଗର୍ଦ୍ଦଭର ମୁଣ୍ଡ ଅଶୀ ରୌପ୍ୟ ମୁଦ୍ରାରେ ଓ କପୋତ ମଳର ଏକ କାବ୍‍ର ଚତୁର୍ଥାଂଶ ପାଞ୍ଚ ରୌପ୍ୟ ମୁଦ୍ରାରେ ବିକ୍ରୟ ହେବା ପର୍ଯ୍ୟନ୍ତ ସେମାନେ ତାହା ଅବରୋଧ କଲେ।


ପୁଣି ସେ ସେମାନଙ୍କ ସହିତ କଥାବାର୍ତ୍ତା କରୁ କରୁ ଦେଖ, ସେହି ଦୂତ ତାଙ୍କ ନିକଟକୁ ଓହ୍ଲାଇ ଆସିଲା; ଆଉ ସେ କହିଲା, “ଦେଖ, ଏହି ଅମଙ୍ଗଳ ସଦାପ୍ରଭୁଙ୍କଠାରୁ; ମୁଁ କାହିଁକି ଆଉ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବି?”


ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର।


ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।


ତହିଁରେ ଲୋକମାନେ ବାହାରକୁ ଯାଇ ଅରାମୀୟମାନଙ୍କ ଛାଉଣି ଲୁଟ କଲେ। ତେଣୁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଗଲା।


ଏଥିଉତ୍ତାରେ ଶାମୁୟେଲ ଶାଉଲଙ୍କୁ କହିଲେ, “ସଦାପ୍ରଭୁ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜପଦରେ ଅଭିଷେକ କରିବା ପାଇଁ ମୋତେ ପଠାଇଥିଲେ; ଏଣୁ ଏବେ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ରବ ଶୁଣ।


Swiv nou:

Piblisite


Piblisite