Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 7:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କାରଣ ସଦାପ୍ରଭୁ ଅରାମୀୟମାନଙ୍କ ସୈନ୍ୟଗଣକୁ ରଥ ଶବ୍ଦ ଓ ଅଶ୍ୱ ଶବ୍ଦ, ଅର୍ଥାତ୍‍, ମହାସୈନ୍ୟ ଶବ୍ଦ ଶୁଣାଇଥିଲେ; ତହିଁରେ ସେମାନେ ପରସ୍ପର କହିଲେ, “ଦେଖ, ଇସ୍ରାଏଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବା ପାଇଁ ହିତ୍ତୀୟମାନଙ୍କ ରାଜାଗଣକୁ ଓ ମିସରୀୟମାନଙ୍କ ରାଜାଗଣକୁ ଆମ୍ଭମାନଙ୍କ ପ୍ରତିକୂଳରେ ବେତନ ଦେଇ ନିଯୁକ୍ତ କରିଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କାରଣ ସଦାପ୍ରଭୁ ଅରାମୀୟମାନଙ୍କ ସୈନ୍ୟଗଣକୁ ରଥ-ଶଦ୍ଦ ଓ ଅଶ୍ଵ-ଶଦ୍ଦ, ଅର୍ଥାତ୍, ମହାସୈନ୍ୟ-ଶଦ୍ଦ ଶୁଣାଇଥିଲେ; ତହିଁରେ ସେମାନେ ପରସ୍ପର କହିଲେ, ଦେଖ, ଇସ୍ରାଏଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବା ପାଇଁ ହିତ୍ତୀୟମାନଙ୍କ ରାଜାଗଣକୁ ଓ ମିସ୍ରୀୟମାନଙ୍କ ରାଜାଗଣକୁ ଆମ୍ଭମାନଙ୍କ ପ୍ରତିକୂଳରେ ବେତନ ଦେଇ ନିଯୁକ୍ତ କରିଅଛି।

Gade chapit la Kopi

ଓଡିଆ ବାଇବେଲ

6 କାରଣ ସଦାପ୍ରଭୁ ଅରାମୀୟମାନଙ୍କ ସୈନ୍ୟଗଣକୁ ରଥ ଶବ୍ଦ ଓ ଅଶ୍ୱ ଶବ୍ଦ, ଅର୍ଥାତ୍‍, ମହାସୈନ୍ୟ ଶବ୍ଦ ଶୁଣାଇଥିଲେ; ତହିଁରେ ସେମାନେ ପରସ୍ପର କହିଲେ, “ଦେଖ, ଇସ୍ରାଏଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବା ପାଇଁ ହିତ୍ତୀୟମାନଙ୍କ ରାଜାଗଣକୁ ଓ ମିସ୍ରୀୟମାନଙ୍କ ରାଜାଗଣକୁ ଆମ୍ଭମାନଙ୍କ ପ୍ରତିକୂଳରେ ବେତନ ଦେଇ ନିଯୁକ୍ତ କରିଅଛି।”

Gade chapit la Kopi

ପବିତ୍ର ବାଇବଲ

6 କାରଣ ସଦାପ୍ରଭୁ ଅରାମୀୟ ସୈନ୍ୟମାନଙ୍କୁ ରଥ ଶବ୍ଦ, ଅଶ୍ୱ ଶବ୍ଦ ଓ ବିପୁଳ ସୈନ୍ୟବାହିନୀର ଶବ୍ଦ ଶୁଣାଇଲେ। ତହିଁରେ ସେମାନେ ପରସ୍ପରକୁ କହିଲେ, “ଦେଖ, ଇସ୍ରାଏଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବାକୁ ହିତ୍ତୀୟ ଓ ମିଶରୀୟ ରାଜଗଣଙ୍କୁ ଆମ୍ଭ ବିରୁଦ୍ଧରେ ବେତନ ଦେଇ ନିଯୁକ୍ତ କରିଅଛି।”

Gade chapit la Kopi




2 ରାଜାବଳୀ 7:6
21 Referans Kwoze  

ପୁଣି ତୁମ୍ଭେ ସେହି ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ ଆକ୍ରମଣ କରିବ; କାରଣ ସେତେବେଳେ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।”


ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ୱଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ୱାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ୱାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ୱେଷଣ ନ କରନ୍ତି, ସେମାନେ ସନ୍ତାପର ପାତ୍ର!


ଏହିରୂପେ ସେମାନଙ୍କ ଦ୍ୱାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେସବୁ ଅଣାଗଲା; ପୁଣି, ମିସରର ଏକ ଏକ ରଥ ଛଅ ଶହ ଶେକଲ ରୌପ୍ୟ ମୁଦ୍ରାରେ ଓ ଏକ ଏକ ଅଶ୍ୱ ଏକ ଶହ ପଚାଶ ଶେକଲ ରୌପ୍ୟ ମୁଦ୍ରାରେ ଆସିଲା ଓ ଗଲା।


ଲୌହ ଊରସ୍ତ୍ରାଣ ପରି ସେମାନଙ୍କର ଊରସ୍ତ୍ରାଣ, ପୁଣି, ରଥ ଓ ରଣକ୍ଷେତ୍ରରେ ଦୌଡ଼ୁଥିବା ଅନେକ ଅଶ୍ୱଙ୍କ ଶବ୍ଦ ପରି ସେମାନଙ୍କ ପକ୍ଷର ଶବ୍ଦ।


ଆଉ, ସର୍ବଶକ୍ତିମାନ ପରମେଶ୍ୱରଙ୍କର କଥା କହିବା ସମୟର ରବ ତୁଲ୍ୟ କିରୂବମାନଙ୍କ ପକ୍ଷୀର ଶବ୍ଦ ବାହାର ପ୍ରାଙ୍ଗଣ ପର୍ଯ୍ୟନ୍ତ ଶୁଣାଗଲା।


ତେବେ କିପରି ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ବିମୁଖ କରି ପାରିବ, ଆଉ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରିବ?


ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; କାରଣ ପରମେଶ୍ୱର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି।


ତାହାର କର୍ଣ୍ଣରେ ତ୍ରାସଜନକ ଶବ୍ଦ ଥାଏ, ସୌଭାଗ୍ୟ ସମୟରେ ଲୁଣ୍ଠନକାରୀ ତାହାକୁ ଆକ୍ରମଣ କରିବ;


ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ। ଆଉ ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।’”


ତହିଁରେ କ୍ଷେତ୍ରସ୍ଥିତ ଛାଉଣି ମଧ୍ୟରେ ଓ ସବୁ ଲୋକଙ୍କ ମଧ୍ୟରେ କମ୍ପ ହେଲା; ପ୍ରହରୀ-ଦଳ ଓ ବିନାଶକମାନେ ମଧ୍ୟ କମ୍ପିଲେ ଓ ଭୂମିକମ୍ପ ହେଲା; ଏହିରୂପେ ଘୋରତର ମହାକମ୍ପ ହେଲା।


ଏଥିରେ ଦାଉଦ ହିତ୍ତୀୟ ଅହୀମେଲକ୍‍କୁ ଓ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟକୁ ଉତ୍ତର ଦେଇ କହିଲେ, “ମୋʼ ସଙ୍ଗରେ ଛାଉଣିକୁ ଶାଉଲଙ୍କ ନିକଟକୁ କିଏ ଯିବ?” ତହିଁରେ ଅବୀଶୟ କହିଲା, “ମୁଁ ତୁମ୍ଭ ସଙ୍ଗେ ଯିବି।”


ଏଥିରେ ଅମ୍ମୋନ-ସନ୍ତାନମାନେ ଦେଖିଲେ ଯେ, ସେମାନେ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହେତୁ ଅମ୍ମୋନ-ସନ୍ତାନଗଣ ଲୋକ ପଠାଇ ବେଥ୍‍-ରହୋବସ୍ଥ ଓ ସୋବାସ୍ଥିତ ଅରାମୀୟ କୋଡ଼ିଏ ହଜାର ପଦାତିକକୁ ଓ ଏକ ହଜାର ଲୋକ ସହିତ ମାଖାର ରାଜାକୁ ଓ ଟୋବର ବାର ହଜାର ଲୋକଙ୍କୁ ବେତନ ଦେଇ ରଖିଲେ।


ଏଣୁ କୁଷ୍ଠୀମାନେ ଅରାମୀୟମାନଙ୍କ ଛାଉଣିକୁ ଯିବା ପାଇଁ ଗୋଧୂଳି ସମୟରେ ଉଠିଲେ; ଆଉ ସେମାନେ ଅରାମୀୟମାନଙ୍କ ଛାଉଣିର ବାହାର ସୀମାରେ ଉପସ୍ଥିତ ହେବା ବେଳେ, ଦେଖ, ସେଠାରେ କୌଣସି ମନୁଷ୍ୟ ନ ଥିଲେ।


ଆହୁରି, ମିସରର ମଧ୍ୟବର୍ତ୍ତୀ ବେତନଗ୍ରାହୀ ଲୋକମାନେ ଗୋଶାଳାର ଗୋବତ୍ସ ତୁଲ୍ୟ; କାରଣ ସେମାନେ ମଧ୍ୟ ଫେରି ଯାଇଅଛନ୍ତି, ସେମାନେ ଏକତ୍ର ପଳାଇଅଛନ୍ତି, ସେମାନେ ସ୍ଥିର ହୋଇ ରହିଲେ ନାହିଁ, କାରଣ ସେମାନଙ୍କର ବିପଦର ଦିନ, ପ୍ରତିଫଳ ପାଇବାର ସମୟ ସେମାନଙ୍କର ନିକଟରେ ଉପସ୍ଥିତ ହେଲା।


ଆଉ, ସେମାନେ ଗମନ କରିବା ବେଳେ ମୁଁ ସେମାନଙ୍କ ପକ୍ଷୀର ଶବ୍ଦ ଶୁଣିଲି, ତାହା ମହା ଜଳରାଶିର କଲ୍ଲୋଳ ତୁଲ୍ୟ, ସର୍ବଶକ୍ତିମାନଙ୍କର ରବ ତୁଲ୍ୟ, ସୈନ୍ୟଦଳର ଶବ୍ଦ ତୁଲ୍ୟ କୋଳାହଳ ଶବ୍ଦ; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ।


ପୁଣି ସେମାନେ ପ୍ରତ୍ୟେକ ଛାଉଣି ଚାରିଆଡ଼େ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ; ତହିଁରେ ସୈନ୍ୟଦଳ ଦଉଡ଼ାଦଉଡ଼ି କଲେ; ତେବେ ଇସ୍ରାଏଲୀୟ ଲୋକମାନେ ଜୟଧ୍ୱନି କରି ସେମାନଙ୍କୁ ପଳାୟନ କରାଇଲେ।


ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିଯୋଦ୍ଧାକୁ ବଧ କଲେ; ତହିଁରେ ଅରାମୀୟମାନେ ପଳାଇଲେ ଓ ଇସ୍ରାଏଲ ସେମାନଙ୍କ ପଛେ ପଛେ ଗୋଡ଼ାଇଲେ; ପୁଣି, ଅରାମର ରାଜା ବିନ୍‍ହଦଦ୍‍ ଅଶ୍ୱାରୋହୀମାନଙ୍କ ସହିତ ଏକ ଅଶ୍ୱ ଆରୋହଣ କରି ରକ୍ଷା ପାଇଲା।


Swiv nou:

Piblisite


Piblisite