Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 8:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେତେବେଳେ ଇଲୀଶାୟ ତାହା ପ୍ରତି ଏପରି ସ୍ଥିର ଦୃଷ୍ଟି କଲେ ଯେ, ସେ ଲଜ୍ଜିତ ହେଲା; ପୁଣି ପରମେଶ୍ୱରଙ୍କ ଲୋକ ରୋଦନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେତେବେଳେ ଇଲୀଶାୟ ତାହା ପ୍ରତି ଏପରି ସ୍ଥିରଦୃଷ୍ଟି କଲେ ଯେ, ସେ ଲଜ୍ଜିତ ହେଲା; ପୁଣି ପରମେଶ୍ଵରଙ୍କ ଲୋକ ରୋଦନ କଲେ।

Gade chapit la Kopi

ଓଡିଆ ବାଇବେଲ

11 ସେତେବେଳେ ଇଲୀଶାୟ ତାହା ପ୍ରତି ଏପରି ସ୍ଥିରଦୃଷ୍ଟି କଲେ ଯେ, ସେ ଲଜ୍ଜିତ ହେଲା; ପୁଣି ପରମେଶ୍ୱରଙ୍କ ଲୋକ ରୋଦନ କଲେ।

Gade chapit la Kopi

ପବିତ୍ର ବାଇବଲ

11 ସେତେବେଳେ ଇଲୀଶାୟ ହସାୟେଲ ପ୍ରତି ଏପରି ସ୍ଥିର ଦୃଷ୍ଟି କଲେ ଯେ, ସେ ଲଜ୍ଜିତ ହେବା ପର୍ଯ୍ୟନ୍ତ ବିହ୍ୱଳ ହେଲେ। ପୁଣି ପରମେଶ୍ୱରଙ୍କ ଲୋକ ରୋଦନ କଲେ।

Gade chapit la Kopi




2 ରାଜାବଳୀ 8:11
15 Referans Kwoze  

ଆଉ ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ,


ଆମ୍ଭମାନଙ୍କର ଚକ୍ଷୁ ଯେପରି ଲୋତକରେ ଭାସିଯିବ ଓ ଆମ୍ଭମାନଙ୍କ ଚକ୍ଷୁପତାରୁ ଜଳଧାରା ନିର୍ଗତ ହେବ, ଏଥିପାଇଁ ସେମାନେ ଶୀଘ୍ର ଆସି ଆମ୍ଭମାନଙ୍କ ନିମନ୍ତେ ହାହାକାର କରନ୍ତୁ।


ହାୟ, ମୋହର ପ୍ରାଣ! ମୋହର ପ୍ରାଣ! ମୁଁ ହୃଦୟରେ ବ୍ୟଥିତ ଅଛି; ମୋର ହୃଦୟ ମୋʼ ମଧ୍ୟରେ ଅସ୍ଥିର ହେଉଅଛି; ମୁଁ ନୀରବ ରହି ନ ପାରେ; କାରଣ ହେ ମୋହର ପ୍ରାଣ, ତୁମ୍ଭେ ତୂରୀ ଶବ୍ଦ ଓ ଯୁଦ୍ଧର ନାଦ ଶୁଣିଅଛ।


ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି। ସାଦେ।


କାରଣ ଏପରି ଅନେକ ଅଛନ୍ତି, ଯେଉଁମାନଙ୍କର ଆଚରଣ ବିଷୟରେ ମୁଁ ତୁମ୍ଭମାନଙ୍କୁ ଥରକୁଥର କହିଅଛି, ଆଉ ବର୍ତ୍ତମାନ ମଧ୍ୟ କାନ୍ଦି କାନ୍ଦି କହୁଅଛି, ସେମାନେ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁ;


ଏହା ମୁଁ ଖ୍ରୀଷ୍ଟଙ୍କ ସାକ୍ଷାତରେ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ, ମୋହର ବିବେକ ପବିତ୍ର ଆତ୍ମାଙ୍କ ପ୍ରଭାବରେ ମୋʼ ସହିତ ସାକ୍ଷ୍ୟ ଦେଉଅଛି।


ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ।


ଅଶ୍ରୁପାତ ସହିତ ସମ୍ପୂର୍ଣ୍ଣ ନମ୍ର ମନରେ ଯିହୁଦୀମାନଙ୍କର ନାନା ଷଡ଼ଯନ୍ତ୍ର ହେତୁ, ମୋତେ ଯେ ଯେ ପରୀକ୍ଷା ଘଟୁଥିଲା, ସେହିସବୁ ମଧ୍ୟରେ କିପରି ପ୍ରଭୁଙ୍କ ସେବା କରୁଥିଲି,


ଯୀଶୁ କାନ୍ଦିଲେ।


ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ‘ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ, ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।


ମାତ୍ର ଯଦି ତୁମ୍ଭେମାନେ ଏ କଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ।


ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରିପାରନ୍ତି!


ତଥାପି ଇଲୀଶାୟ ଲଜ୍ଜିତ ହେବା ପର୍ଯ୍ୟନ୍ତ ସେମାନେ ତାଙ୍କୁ ପ୍ରବର୍ତ୍ତାନ୍ତେ, ସେ କହିଲେ, “ପଠାଅ।” ଏହେତୁ ସେମାନେ ପଚାଶ ଲୋକ ପଠାଇଲେ, ଆଉ ସେମାନେ ତାଙ୍କୁ ତିନି ଦିନ ଖୋଜିଲେ, ମାତ୍ର ପାଇଲେ ନାହିଁ।


ସେ ଉଚ୍ଚସ୍ୱରରେ ଏପରି ରୋଦନ କଲେ ଯେ, ମିସରୀୟମାନେ ଓ ଫାରୋଙ୍କ ଗୃହସ୍ଥିତ ଲୋକମାନେ ତାହା ଶୁଣି ପାରିଲେ।


ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍ ଆସି ଇୟୋନ୍‍ ଓ ଆବେଲ୍‍-ବେଥ୍-ମାଖା ଓ ଯାନୋହ ଓ କେଦଶ ଓ ହାସୋର ଓ ଗିଲୀୟଦ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା।


Swiv nou:

Piblisite


Piblisite