Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 8:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆହାବଙ୍କର ପୁତ୍ର ଇସ୍ରାଏଲର ରାଜା ଯୋରାମ୍‍ଙ୍କ ରାଜତ୍ଵର ପଞ୍ଚମ ବର୍ଷରେ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କର ପୁତ୍ର ଯିହୋରାମ୍‍ ରାଜତ୍ୱ କରିବାକୁ ଆରମ୍ଭ କଲେ, ସେହି ସମୟରେ ଯିହୋଶାଫଟ୍‍ ଯିହୁଦାର ରାଜା ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆହାବଙ୍କର ପୁତ୍ର ଇସ୍ରାଏଲର ରାଜା ଯୋରାମ୍ଙ୍କର ଅଧିକାରର ପଞ୍ଚମ ବର୍ଷରେ ଯିହୁଦାର ରାଜା ଯିହୋଶାଫଟଙ୍କର ପୁତ୍ର ଯିହୋରାମ୍ ରାଜ୍ୟ କରିବାକୁ ଆରମ୍ଭ କଲେ, ସେସମୟରେ ଯିହୋଶାଫଟ ଯିହୁଦାର ରାଜା ଥିଲେ।

Gade chapit la Kopi

ଓଡିଆ ବାଇବେଲ

16 ଆହାବଙ୍କର ପୁତ୍ର ଇସ୍ରାଏଲର ରାଜା ଯୋରାମ୍‍ଙ୍କ ରାଜତ୍ଵର ପଞ୍ଚମ ବର୍ଷରେ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କର ପୁତ୍ର ଯିହୋରାମ୍‍ ରାଜତ୍ଵ କରିବାକୁ ଆରମ୍ଭ କଲେ, ସେହି ସମୟରେ ଯିହୋଶାଫଟ୍‍ ଯିହୁଦାର ରାଜା ଥିଲେ।

Gade chapit la Kopi

ପବିତ୍ର ବାଇବଲ

16 ଆହାବଙ୍କ ପୁତ୍ର ଯୋରାମ ଇସ୍ରାଏଲରେ ରାଜତ୍ୱ କରିବାର ପଞ୍ଚମ ବର୍ଷରେ ଯିହୋଶାଫଟଙ୍କ ପୁତ୍ର ଯିହୋରାମ ଯିହୁଦାର ରାଜା ହେଲେ।

Gade chapit la Kopi




2 ରାଜାବଳୀ 8:16
10 Referans Kwoze  

ଏଥିଉତ୍ତାରେ ଏଲୀୟଙ୍କ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ମଲେ। ପୁଣି ତାଙ୍କର ପୁତ୍ର ନ ଥିବାରୁ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କର ପୁତ୍ର ଯିହୋରାମ୍‍ଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କରିବାକୁ ଆରମ୍ଭ କଲେ।


ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ରାଜତ୍ଵର ଅଠର ବର୍ଷରେ ଆହାବଙ୍କର ପୁତ୍ର ଯିହୋରାମ୍‍ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରିବାର ବର୍ଷ ରାଜ୍ୟ କଲେ।


ଏଥିଉତ୍ତାରେ ଯିହୋଶାଫଟ୍‍ ଆପଣା ପିତୃଗଣ ସହିତ ଶୟନ କରି ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଲୋକଙ୍କ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କଲେ।


ପୁଣି, ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କ ସଙ୍ଗେ ସନ୍ଧି ସ୍ଥାପନ କଲେ।


ରାଜ୍ୟ କରିବାର ଆରମ୍ଭରେ ଯିହୋଶାଫଟ୍‍ଙ୍କର ବୟସ ପଞ୍ଚତିରିଶ ବର୍ଷ ହୋଇଥିଲା ଓ ସେ ଯିରୂଶାଲମରେ ପଚିଶ ବର୍ଷ ରାଜ୍ୟ କଲେ। ତାଙ୍କର ମାତାର ନାମ ଅସୂବା, ସେ ଶିଲ୍‍ହିର କନ୍ୟା।


ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ରାଜତ୍ଵର ସତର ବର୍ଷରେ ଆହାବଙ୍କର ପୁତ୍ର ଅହସୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।


ଇସ୍ରାଏଲ ରାଜା ଆହାବଙ୍କର ପୁତ୍ର ଯୋରାମ୍‍ଙ୍କ ରାଜତ୍ଵର ଦ୍ୱାଦଶ ବର୍ଷରେ ଯିହୁଦା-ରାଜା ଯିହୋରାମ୍‍ଙ୍କର ପୁତ୍ର ଅହସୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।


ମାତ୍ର ଯୋରାମ୍‍ ରାଜାଙ୍କର କନ୍ୟା, ଅହସୀୟଙ୍କର ଭଗିନୀ ଯିହୋଶେବା ଅହସୀୟଙ୍କର ପୁତ୍ର ଯୋୟାଶ୍‍କୁ ନେଇଗଲା ଓ ଯେଉଁ ରାଜପୁତ୍ରମାନେ ହତ ହେଲେ, ସେମାନଙ୍କ ମଧ୍ୟରୁ ତାହାକୁ ଚୋରାଇ ନେଇ ତାହାକୁ ଓ ତାହାର ଧାତ୍ରୀକୁ ଶୟନାଗାରରେ ରଖିଲା; ଆଉ ସେମାନେ ତାହାକୁ ଅଥଲୀୟାଠାରୁ ଲୁଚାଇ ରଖିବାରୁ ସେ ହତ ହେଲା ନାହିଁ।


ଏଥିଉତ୍ତାରେ ଯିରୂଶାଲମ ନିବାସୀମାନେ ତାଙ୍କର କନିଷ୍ଠ ପୁତ୍ର ଅହସୀୟଙ୍କୁ ତାଙ୍କ ପଦରେ ରାଜା କଲେ; କାରଣ ଆରବୀୟମାନଙ୍କ ସହିତ ଯେଉଁ ଲୋକଦଳ ଛାଉଣିକୁ ଆସିଥିଲେ, ସେମାନେ ଜ୍ୟେଷ୍ଠ ସମସ୍ତଙ୍କୁ ବଧ କରିଥିଲେ। ଏହେତୁ ଯିହୁଦାର ରାଜା ଯିହୋରାମ୍‍ଙ୍କର ପୁତ୍ର ଅହସୀୟ ରାଜ୍ୟ କଲେ।


Swiv nou:

Piblisite


Piblisite