Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 8:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହୁଁ ରାଜା ସେହି ସ୍ତ୍ରୀକୁ ପଚାରନ୍ତେ, ସେ ତାଙ୍କୁ ଜଣାଇଲା। ତହିଁରେ ରାଜା ତାହା ନିମନ୍ତେ ଏକ କର୍ମଚାରୀକୁ ନିଯୁକ୍ତ କରି କହିଲେ, “ଏହାର ଯେଉଁ ସର୍ବସ୍ୱ ଥିଲା ଓ ଏ ଯେଉଁ ଦିନ ଦେଶ ଛାଡ଼ିଲା, ସେହି ଦିନଠାରୁ ଆଜି ପର୍ଯ୍ୟନ୍ତ ଏହାର କ୍ଷେତ୍ରୋତ୍ପନ୍ନ ସମସ୍ତ ଫଳ ଏହାକୁ ଫେରାଇ ଦିଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହୁଁ ରାଜା ସେହି ସ୍ତ୍ରୀକି ପଚାରନ୍ତେ, ସେ ତାଙ୍କୁ ଜଣାଇଲା। ତହିଁରେ ରାଜା ତାହା ନିମନ୍ତେ ଏକ କର୍ମଚାରୀକି ନିଯୁକ୍ତ କରି କହିଲେ, ଏହାର ଯେଉଁ ସର୍ବସ୍ଵ ଥିଲା ଓ ଏ ଯେଉଁ ଦିନ ଦେଶ ଛାଡ଼ିଲା, ସେହି ଦିନଠାରୁ ଆଜି ପର୍ଯ୍ୟନ୍ତ ଏହାର କ୍ଷେତ୍ରୋତ୍ପନ୍ନ ସମସ୍ତ ଫଳ ଏହାକୁ ଫେରାଇଦିଅ।

Gade chapit la Kopi

ଓଡିଆ ବାଇବେଲ

6 ତହୁଁ ରାଜା ସେହି ସ୍ତ୍ରୀକୁ ପଚାରନ୍ତେ, ସେ ତାଙ୍କୁ ଜଣାଇଲା। ତହିଁରେ ରାଜା ତାହା ନିମନ୍ତେ ଏକ କର୍ମଚାରୀକୁ ନିଯୁକ୍ତ କରି କହିଲେ, “ଏହାର ଯେଉଁ ସର୍ବସ୍ୱ ଥିଲା ଓ ଏ ଯେଉଁ ଦିନ ଦେଶ ଛାଡ଼ିଲା, ସେହି ଦିନଠାରୁ ଆଜି ପର୍ଯ୍ୟନ୍ତ ଏହାର କ୍ଷେତ୍ରୋତ୍ପନ୍ନ ସମସ୍ତ ଫଳ ଏହାକୁ ଫେରାଇଦିଅ।”

Gade chapit la Kopi

ପବିତ୍ର ବାଇବଲ

6 ରାଜା ସ୍ତ୍ରୀଲୋକଟିକୁ ଆସିବାର କାରଣ ପଗ୍ଭରିବାରୁ ସ୍ତ୍ରୀଲୋକଟି ସମସ୍ତ କଥା କହିଲା, ରାଜା ତାକୁ ସାହାଯ୍ୟ କରିବା ପାଇଁ ଏକ କର୍ମଗ୍ଭରୀକୁ ନିଯୁକ୍ତି କରି କହିଲେ, “ତା'ର ଯେଉଁ ସର୍ବସ୍ୱ ଥିଲା ଓ ଏ ଯେଉଁ ଦିନ ଦେଶ ଛାଡ଼ିଲା ସେହି ଦିନଠାରୁ ଆଜି ପର୍ଯ୍ୟନ୍ତ ଏହାର ଜମିର ଉତ୍ପନ୍ନ ଶସ୍ୟର ଫଳ ସେ ସ୍ତ୍ରୀକୁ ଫେରାଇ ଦିଅ।” ସେ ସମସ୍ତ ଫେରି ପାଇଛି ବୋଲି ନିଶ୍ଚିତ ହେଉ।

Gade chapit la Kopi




2 ରାଜାବଳୀ 8:6
10 Referans Kwoze  

ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁଆଡ଼େ ଇଚ୍ଛା, ସେଆଡ଼େ ତାହା ଫେରାନ୍ତି।


ମନୁଷ୍ୟର ଗତି ସଦାପ୍ରଭୁଙ୍କର ତୁଷ୍ଟିକର ହେଲେ, ସେ ତାହାର ଶତ୍ରୁମାନଙ୍କୁ ମଧ୍ୟ ତାହା ସହିତ ଶାନ୍ତିରେ ବାସ କରାନ୍ତି।


ତହିଁରେ ଦାଉଦ ତାହାକୁ କହିଲେ, “ଭୟ ନ କର; କାରଣ ମୁଁ ତୁମ୍ଭ ପିତା ଯୋନାଥନ ସକାଶୁ ଅବଶ୍ୟ ତୁମ୍ଭ ପ୍ରତି ଦୟା ପ୍ରକାଶ କରିବି ଓ ତୁମ୍ଭ ପିତାମହ ଶାଉଲଙ୍କର ସମସ୍ତ ଭୂମି ତୁମ୍ଭକୁ ଫେରାଇ ଦେବି ଓ ତୁମ୍ଭେ ନିତ୍ୟ ମୋହର ମେଜରେ ଭୋଜନ କରିବ।”


ଏଥିଉତ୍ତାରେ ଦାଉଦ ଇସ୍ରାଏଲର ସମଗ୍ର ଅଧିପତିଙ୍କୁ, ବଂଶାଧିପତିଗଣଙ୍କୁ ଓ ପାଳିକ୍ରମେ ରାଜାଙ୍କର ସେବାକାରୀ ଦଳର ଅଧ୍ୟକ୍ଷମାନଙ୍କୁ, ପୁଣି, ସହସ୍ରପତି ଓ ଶତପତିମାନଙ୍କୁ, ଆଉ ରାଜାଙ୍କର ଓ ରାଜପୁତ୍ରମାନଙ୍କର ସକଳ ସମ୍ପତ୍ତି ଓ ଅଧିକାରର ଅଧ୍ୟକ୍ଷମାନଙ୍କୁ ଓ ନପୁଂସକଗଣକୁ ଓ ବୀରମାନଙ୍କୁ ଓ ମହାବିକ୍ରମଶାଳୀ ଲୋକଙ୍କୁ ଯିରୂଶାଲମରେ ଏକତ୍ର କଲେ।


ଏଥିରେ ଯେହୂ ଝରକା ଆଡ଼େ ଆପଣା ମୁଖ ଉଠାଇ କହିଲେ, “କିଏ ମୋʼ ପକ୍ଷରେ ଅଛି? କିଏ?” ତହୁଁ ତାଙ୍କ ଆଡ଼କୁ ଦୁଇ ବା ତିନି ନପୁଂସକ ଅନାଇଲେ।


ପୁଣି ଯଦି ତୁମ୍ଭର ସେହି ଭାଇ ତୁମ୍ଭର ନିକଟବର୍ତ୍ତୀ ନ ଥାଏ, କିମ୍ବା ତୁମ୍ଭେ ଯଦି ତାହାକୁ ନ ଚିହ୍ନ, ତେବେ ତୁମ୍ଭେ ଆପଣା ଗୃହକୁ ସେହି ପଶୁ ଆଣିବ, ତୁମ୍ଭର ସେହି ଭାଇ ତାହାକୁ ଅନ୍ୱେଷଣ କରିବା ପର୍ଯ୍ୟନ୍ତ ତାହା ତୁମ୍ଭ ପାଖରେ ରହିବ, ତହିଁ ଉତ୍ତାରେ ତୁମ୍ଭେ ତାହାକୁ ତାହା ଫେରାଇ ଦେବ।


ଏଥିମଧ୍ୟରେ ସେହି ମିଦୀୟନୀୟମାନେ ମିସର ଦେଶରେ ପୋଟୀଫର ନାମକ ଫାରୋର ଭୃତ୍ୟ, ଅର୍ଥାତ୍‍, ରକ୍ଷକ ସେନାପତିକୁ ଯୋଷେଫକୁ ବିକ୍ରୟ କଲେ।


ତହିଁରେ ଅମ୍ମୋନ-ସନ୍ତାନଗଣର ରାଜା ଯିପ୍ତହଙ୍କ ଦୂତମାନଙ୍କୁ କହିଲା, “କାରଣ ଏହି, ଇସ୍ରାଏଲ ଯେତେବେଳେ ମିସରରୁ ବାହାର ହୋଇ ଆସିଲେ, ସେତେବେଳେ ଅର୍ଣ୍ଣୋନଠାରୁ ଯବ୍ବୋକ୍‍ ଓ ଯର୍ଦ୍ଦନ ପର୍ଯ୍ୟନ୍ତ ମୋହର ଭୂମି ହରଣ କଲେ; ଏଣୁ ଏବେ ବିରୋଧ ନ କରି ତାହା ଫେରାଇ ଦିଅ।”


ତହିଁରେ ଇଲୀଶାୟ କିପରି ମୃତ ଲୋକକୁ ପୁନର୍ଜୀବିତ କରିଥିଲେ, ଏହା ଗିହେଜୀ ରାଜାଙ୍କୁ କହିବା ବେଳେ, ଦେଖ, ଯେଉଁ ସ୍ତ୍ରୀର ପୁତ୍ରକୁ ସେ ପୁନର୍ଜୀବିତ କରିଥିଲେ, ସେ ସ୍ତ୍ରୀ ରାଜାଙ୍କ ନିକଟରେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରୁଅଛି। ଏଥିରେ ଗିହେଜୀ କହିଲା, “ହେ ମୋର ପ୍ରଭୋ, ମହାରାଜ, ଏ ସେହି ସ୍ତ୍ରୀ ଓ ତାହାର ପୁତ୍ର, ଯାହାକୁ ଇଲୀଶାୟ ପୁନର୍ଜୀବିତ କରିଥିଲେ।”


ଏକ ସମୟରେ ଇଲୀଶାୟ ଦମ୍ମେଶକରେ ଉପସ୍ଥିତ ହେଲେ; ସେତେବେଳେ ଅରାମର ରାଜା ବିନ୍‍ହଦଦ୍‍ ପୀଡ଼ିତ ଥିଲା; “ପୁଣି ପରମେଶ୍ୱରଙ୍କ ଲୋକ ଏ ସ୍ଥାନକୁ ଆସିଅଛନ୍ତି” ବୋଲି ତାହାକୁ ସମ୍ବାଦ ଦିଆଗଲା।


Swiv nou:

Piblisite


Piblisite