Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 8:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିରେ ହସାୟେଲ ତାଙ୍କୁ ସାକ୍ଷାତ କରିବାକୁ ଗଲା ଓ ଦମ୍ମେଶକର ସକଳ ଉତ୍ତମ ବସ୍ତୁର ଚାଳିଶ ଓଟର ବୋଝ ଉପହାର ସଙ୍ଗେ ନେଇ ଆସି ତାଙ୍କ ସମ୍ମୁଖରେ ଉଭା ହୋଇ କହିଲା, “ଆପଣଙ୍କ ପୁତ୍ର ଅରାମର ରାଜା ବିନ୍‍ହଦଦ୍‍ ଆପଣଙ୍କ ନିକଟକୁ ମୋତେ ପଠାଇ ପଚାରୁଅଛନ୍ତି, ‘ମୁଁ କʼଣ ଏହି ପୀଡ଼ାରୁ ମୁକ୍ତ ହେବି?’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏଥିରେ ହସାୟେଲ ତାଙ୍କୁ ସାକ୍ଷାତ କରିବାକୁ ଗଲା ଓ ଦମ୍ମେଶକର ସକଳ ଉତ୍ତମ ବସ୍ତୁର ଚାଳିଶ ଉଷ୍ଟ୍ରର ବୋଝ ଉପହାର ସଙ୍ଗେ ନେଇ ଆସି ତାଙ୍କ ସମ୍ମୁଖରେ ଉଭା ହୋଇ କହିଲା, ଆପଣଙ୍କ ପୁତ୍ର ଅରାମର ରାଜା ବିନ୍ହଦଦ୍ ଆପଣଙ୍କ ନିକଟକୁ ମୋତେ ପଠାଇ ପଚାରୁଅଛନ୍ତି, ମୁଁ କʼଣ ଏହି ପୀଡ଼ାରୁ ମୁକ୍ତ ହେବି?

Gade chapit la Kopi

ଓଡିଆ ବାଇବେଲ

9 ଏଥିରେ ହସାୟେଲ ତାଙ୍କୁ ସାକ୍ଷାତ କରିବାକୁ ଗଲା ଓ ଦମ୍ମେଶକର ସକଳ ଉତ୍ତମ ବସ୍ତୁର ଚାଳିଶ ଓଟର ବୋଝ ଉପହାର ସଙ୍ଗେ ନେଇ ଆସି ତାଙ୍କ ସମ୍ମୁଖରେ ଉଭା ହୋଇ କହିଲା, “ଆପଣଙ୍କ ପୁତ୍ର ଅରାମର ରାଜା ବିନ୍‍ହଦଦ୍‍ ଆପଣଙ୍କ ନିକଟକୁ ମୋତେ ପଠାଇ ପଚାରୁଅଛନ୍ତି, ‘ମୁଁ କ’ଣ ଏହି ପୀଡ଼ାରୁ ମୁକ୍ତ ହେବି ?’”

Gade chapit la Kopi

ପବିତ୍ର ବାଇବଲ

9 ତେଣୁ ହସାୟେଲ ଇଲୀଶାୟଙ୍କୁ ସାକ୍ଷାତ କରିବାକୁ ଗଲେ। ଦମ୍ମେଶକର ସମସ୍ତ ଉତ୍ତମ ପଦାର୍ଥ ଉପହାର ସ୍ୱରୂପ ଗ୍ଭଳି‌ଶ୍‌ଟି ଓଟ ଦ୍ୱାରା ନେଇ ତାଙ୍କ ସମ୍ମୁଖରେ ଉଭା ହୋଇ କହିଲେ, “ଆପଣଙ୍କ ପୁତ୍ର ବି‌ନ୍‌ହଦଦ୍ ଅରାମର ରାଜା ଆପଣଙ୍କ ନିକଟକୁ ମୋତେ ପଠାଇଛନ୍ତି, ସେ ଜାଣିବାକୁ ଇଚ୍ଛା କରୁଛି, ମୁଁ କ’ଣ ଅସୁସ୍ଥତାଠାରୁ ଆରୋଗ୍ୟଲାଭ ହେବି କି?”

Gade chapit la Kopi




2 ରାଜାବଳୀ 8:9
13 Referans Kwoze  

କିନ୍ତୁ ତୁମ୍ଭର ସମ୍ମତି ନ ନେଇ ମୁଁ କିଛି କରିବାକୁ ଇଚ୍ଛା କଲି ନାହିଁ, ଯେପରି ତୁମ୍ଭର ଉତ୍ତମ କାର୍ଯ୍ୟ ବାଧ୍ୟ ବାଧକତାରେ କଲା ପରି ନ ହୋଇ ସ୍ୱଚ୍ଛନ୍ଦ ମନରେ ହେବ।


ଏଥିରେ ଆହସ୍‌ ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍ ନିକଟକୁ ଦୂତଗଣ ପଠାଇ କହିଲେ, “ମୁଁ ତୁମ୍ଭର ଦାସ ଓ ତୁମ୍ଭର ପୁତ୍ର; ଆସ, ଅରାମର ରାଜା ହସ୍ତରୁ ଓ ଇସ୍ରାଏଲର ରାଜା ହସ୍ତରୁ ମୋତେ ଉଦ୍ଧାର କର, ଏମାନେ ମୋʼ ବିରୁଦ୍ଧରେ ଉଠୁଅଛନ୍ତି।”


ଇଲୀଶାୟ ଯେଉଁ ପୀଡ଼ାରେ ମଲେ, ସେହି ପୀଡ଼ାରେ ପୀଡ଼ିତ ହୁଅନ୍ତେ, ଇସ୍ରାଏଲର ରାଜା ଯୋୟାଶ୍‍ ତାଙ୍କ ନିକଟକୁ ଆସି ତାଙ୍କ ଉପରେ ରୋଦନ କରି କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!”


ତହିଁରେ ଇସ୍ରାଏଲର ରାଜା ସେମାନଙ୍କୁ ଦେଖି ଇଲୀଶାୟଙ୍କୁ କହିଲେ, “ହେ ମୋହର ପିତଃ, ମୁଁ କʼଣ ସେମାନଙ୍କୁ ଆଘାତ କରିବି? ମୁଁ କʼଣ ସେମାନଙ୍କୁ ଆଘାତ କରିବି?”


ଏଥିରେ ତାହାର ଦାସମାନେ ନାମାନ୍‍ ନିକଟକୁ ଆସି କହିଲେ, “ଆମ୍ଭ ପିତଃ, ଯଦି ସେହି ଭବିଷ୍ୟଦ୍‍ବକ୍ତା କୌଣସି ବଡ଼ କାର୍ଯ୍ୟ କରିବାକୁ ଆପଣଙ୍କୁ ଆଜ୍ଞା କରିଥାʼନ୍ତେ, ତେବେ କି ଆପଣ ତାହା କରି ନ ଥାଆନ୍ତେ? ତେବେ ସ୍ନାନ କରି ଶୁଚି ହୁଅ, ଏହି କଥା ଯେତେବେଳେ ସେ ଆପଣଙ୍କୁ କହନ୍ତି, ତାହା ମାନିବା କେତେ ଅଧିକ କର୍ତ୍ତବ୍ୟ।”


ତହୁଁ ଅରାମର ରାଜା କହିଲା, “ତୁମ୍ଭେ ସେଠାକୁ ଯାଅ, ଆଉ ମୁଁ ଇସ୍ରାଏଲ ରାଜାଙ୍କ ନିକଟକୁ ଖଣ୍ଡେ ପତ୍ର ପଠାଇବି।” ତହୁଁ ସେ ଆପଣା ସଙ୍ଗେ ଦଶ ତାଳନ୍ତ ରୂପା ଓ ଛଅ ସହସ୍ର ସ୍ୱର୍ଣ୍ଣମୁଦ୍ରା ଓ ଦଶ ସାଜ ପୋଷାକ ନେଇ ପ୍ରସ୍ଥାନ କଲା।


ସେତେବେଳେ ସଦାପ୍ରଭୁ ତାଙ୍କୁ କହିଲେ, “ଆପଣା ପଥରେ ଫେରି ଦମ୍ମେଶକ ପ୍ରାନ୍ତରକୁ ଯାଅ; ଆଉ ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ହସାୟେଲକୁ ଅରାମ ଉପରେ ରାଜାଭିଷିକ୍ତ କର;


ତୁମ୍ଭେ ଆପଣା ଯୁବାମାନଙ୍କୁ ପଚାର, ସେମାନେ କହିବେ; ଏହେତୁ ଏହି ଯୁବାମାନେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଉନ୍ତୁ; କାରଣ ଆମ୍ଭେମାନେ ଶୁଭ ଦିନରେ ଆସିଅଛୁ। ବିନୟ କରୁଅଛୁ, ତୁମ୍ଭ ହସ୍ତରେ ଯାହା ଆସେ, ତାହା ତୁମ୍ଭେ ଆପଣା ଦାସମାନଙ୍କୁ ଓ ଆପଣା ପୁତ୍ର ଦାଉଦଙ୍କୁ ଦିଅ।’”


ତେବେ ଶାଉଲ ଆପଣା ଯୁବାକୁ କହିଲେ, “ମାତ୍ର ଦେଖ, ଆମ୍ଭେମାନେ ଗଲେ, ସେ ଲୋକଙ୍କ ନିକଟକୁ କଅଣ ନେବା? କାରଣ ଆମ୍ଭମାନଙ୍କ ପାତ୍ରରୁ ଖାଦ୍ୟସାମଗ୍ରୀ ସରିଲାଣି, ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ନେବା ପାଇଁ କୌଣସି ଦର୍ଶନୀ ନାହିଁ; ଆମ୍ଭମାନଙ୍କ ପାଖରେ କଅଣ ଅଛି?”


ତହିଁରେ ଆସା ସଦାପ୍ରଭୁଙ୍କ ଗୃହର ଭଣ୍ଡାରରୁ, ରାଜଗୃହର ଭଣ୍ଡାରରୁ ଅବଶିଷ୍ଟ ସବୁ ରୂପା ଓ ସୁନା ନେଇ ଆପଣା ଦାସମାନଙ୍କ ହସ୍ତରେ ସମର୍ପଣ କଲେ ଓ ଆସା ରାଜା ହିଷୀୟୋଣର ପୌତ୍ର ଟବ୍ରିମ୍ମୋଣର ପୁତ୍ର ବିନ୍‍ହଦଦ୍‍ ନାମକ ଦମ୍ମେଶକ ନିବାସୀ ଅରାମୀୟ ରାଜା ନିକଟକୁ ସେମାନଙ୍କୁ ପଠାଇ ଏହି କଥା କହିଲେ,


ପୁଣି, ଆପଣା ସଙ୍ଗେ ଦଶ ରୁଟି ଓ କିଛି ତିଲୁଆ ଓ ଏକ ପାତ୍ର ମଧୁ ନେଇ ତାହା ନିକଟକୁ ଯାଅ; ବାଳକର କଅଣ ହେବ, ତାହା ସେ ତୁମ୍ଭକୁ ଜଣାଇବ।”


ପୁଣି ଅହସୀୟ ଶମରୀୟାସ୍ଥ ଆପଣା ଉପରିସ୍ଥ କୋଠରିର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, “ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାର।”


ଅନ୍ଵେଷଣ କରିବାର ସମୟ ଓ ହଜାଇବାର ସମୟ; ରଖିବାର ସମୟ ଓ ପକାଇ ଦେବାର ସମୟ;


Swiv nou:

Piblisite


Piblisite