Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 9:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିରେ ସେ ଉଠି ଗୃହ ଭିତରକୁ ଗଲେ; ତହୁଁ ଭବିଷ୍ୟଦ୍‍ବକ୍ତା ତାଙ୍କର ମସ୍ତକରେ ତୈଳ ଢାଳି ତାଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ସଦାପ୍ରଭୁଙ୍କ ଲୋକ, ଅର୍ଥାତ୍‍, ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏଥିରେ ସେ ଉଠି ଗୃହ ଭିତରକୁ ଗଲେ; ତହୁଁ ଭବିଷ୍ୟଦ୍ବକ୍ତା ତାଙ୍କର ମସ୍ତକରେ ତୈଳ ଢାଳି ତାଙ୍କୁ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ସଦାପ୍ରଭୁଙ୍କ ଲୋକ, ଅର୍ଥାତ୍, ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ।

Gade chapit la Kopi

ଓଡିଆ ବାଇବେଲ

6 ଏଥିରେ ସେ ଉଠି ଗୃହ ଭିତରକୁ ଗଲେ; ତହୁଁ ଭବିଷ୍ୟଦ୍‍ବକ୍ତା ତାଙ୍କର ମସ୍ତକରେ ତୈଳ ଢାଳି ତାଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ସଦାପ୍ରଭୁଙ୍କ ଲୋକ, ଅର୍ଥାତ୍‍, ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ।

Gade chapit la Kopi

ପବିତ୍ର ବାଇବଲ

6 ଏଥିରେ ଯେହୂ ଉଠି ଘର ଭିତରକୁ ଗଲେ। ତା'ପରେ ଯୁବ ଭବିଷ୍ୟ‌ଦ୍‌ବକ୍ତା ଯେହୂଙ୍କ ମସ୍ତକରେ ସେହି ତୈଳ ଢାଳି କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କୁହନ୍ତି, ‘ଆମ୍ଭେ ତୁମ୍ଭକୁ ସଦାପ୍ରଭୁଙ୍କ ଲୋକ ଅର୍ଥାତ୍ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ।

Gade chapit la Kopi




2 ରାଜାବଳୀ 9:6
20 Referans Kwoze  

ଅହସୀୟ ଯୋରାମ୍‍ଙ୍କ ନିକଟକୁ ଯିବା ସକାଶୁ ପରମେଶ୍ୱରଙ୍କ ଆଡ଼ୁ ତାଙ୍କର ବିନାଶ ଘଟିଲା; କାରଣ ଆହାବ ବଂଶକୁ ଉଚ୍ଛିନ୍ନ କରିବା ପାଇଁ ସଦାପ୍ରଭୁ ନିମ୍‍ଶିର ପୁତ୍ର ଯେଉଁ ଯେହୂଙ୍କୁ ଅଭିଷିକ୍ତ କରିଥିଲେ, ତାଙ୍କର ପ୍ରତିକୂଳରେ ସେ ଆସି ଯୋରାମ୍‍ଙ୍କ ସଙ୍ଗେ ଗଲେ।


ପୁଣି ତୈଳ ଶିଶି ନେଇ ତାଙ୍କ ମସ୍ତକରେ ଢାଳି କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛୁ।’ ତହୁଁ ତୁମ୍ଭେ ଦ୍ୱାର ଫିଟାଇ ପଳାଇ ଯାଅ ଓ ବିଳମ୍ବ ନ କର।”


ଆଉ ନିମ୍‍ଶିର ପୁତ୍ର ଯେହୂଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କର; ଆଉ ଆବେଲ୍‍-ମହୋଲା ନିବାସୀ ଶାଫଟ୍‍ର ପୁତ୍ର ଇଲୀଶାୟଙ୍କୁ ତୁମ୍ଭ ପଦରେ ଭବିଷ୍ୟଦ୍‍ବକ୍ତା କରି ଅଭିଷେକ କର।


ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।”


ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟଗଣର ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ନୀଚତମ ଲୋକକୁ ତହିଁ ଉପରେ ନିଯୁକ୍ତ କରନ୍ତି, ଜୀବିତ ଲୋକମାନେ ଯେପରି ଏହା ଜାଣିବେ, ଏଥିପାଇଁ ଏହି ବାକ୍ୟ ପ୍ରହରୀଗଣର ଆଦେଶରେ ଓ ଏହି ଦାବୀ ପବିତ୍ରଗଣର ବାକ୍ୟ ଦ୍ୱାରା ହୋଇଅଛି।’


ଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜାଗଣକୁ ପଦଚ୍ୟୁତ କରନ୍ତି ଓ ରାଜାଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି;


ସଦାପ୍ରଭୁ ଆପଣା ଅଭିଷିକ୍ତ ବ୍ୟକ୍ତିର, ଅର୍ଥାତ୍‍, କୋରସ୍‍ର ବିଷୟରେ ଏହି କଥା କହନ୍ତି, ଆମ୍ଭେ ତାହା ସମ୍ମୁଖରେ ନାନା ଗୋଷ୍ଠୀଙ୍କୁ ପରାସ୍ତ କରିବା ନିମନ୍ତେ ତାହାର ଡାହାଣ ହସ୍ତ ଧରିଅଛୁ ଓ ଆମ୍ଭେ ରାଜାମାନଙ୍କର କଟିବନ୍ଧନ ଫିଟାଇବା; ଆମ୍ଭେ ତାହା ସମ୍ମୁଖରେ କବାଟସବୁ ମୁକ୍ତ କରିବା ଓ ନଗରଦ୍ୱାରସବୁ ବନ୍ଦ ହେବ ନାହିଁ;


କାରଣ ପୂର୍ବ ଦିଗରୁ, କିମ୍ବା ପଶ୍ଚିମ ଦିଗରୁ, କିଅବା ଦକ୍ଷିଣ ଦିଗରୁ ଉନ୍ନତି ଆସେ ନାହିଁ।


“ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।”


“ଯେପରି ଆମ୍ଭେ ତୁମ୍ଭକୁ ଧୂଳିରୁ ଉଠାଇ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲୁ; ମାତ୍ର ତୁମ୍ଭେ ଯାରବୀୟାମର ପଥରେ ଚାଲିଅଛ ଓ ଆପଣା ଲୋକ ଇସ୍ରାଏଲକୁ ପାପ କରାଇଅଛ ଓ ସେମାନଙ୍କ ପାପ ଦ୍ୱାରା ଆମ୍ଭକୁ ବିରକ୍ତ କଲ;


ତୁମ୍ଭେ ଯାଇ ଯାରବୀୟାମକୁ କୁହ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ଆମ୍ଭେ ଲୋକମାନଙ୍କ ମଧ୍ୟରୁ ତୁମ୍ଭକୁ ଉନ୍ନତ କରି ଆମ୍ଭ ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲୁ;


ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ସେ ଆପଣଙ୍କୁ ଇସ୍ରାଏଲର ସିଂହାସନରେ ଉପବିଷ୍ଟ କରାଇବା ପାଇଁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ; ସଦାପ୍ରଭୁ ଇସ୍ରାଏଲକୁ ସଦାକାଳ ପ୍ରେମ କରନ୍ତି, ଏହେତୁ ବିଚାର ଓ ନ୍ୟାୟ କରିବାକୁ ଆପଣଙ୍କୁ ରାଜା କଲେ।”


ଆଉ ତୁମ୍ଭର ଦାସ ତୁମ୍ଭ ମନୋନୀତ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ବାହୁଲ୍ୟ ସକାଶୁ ଅଗଣ୍ୟ ଓ ଅସଂଖ୍ୟ ଏକ ମହାଗୋଷ୍ଠୀ ଅଟନ୍ତି।


ଆଉ, ସେଠାରେ ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍‍ବକ୍ତା ତାହାକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରନ୍ତୁ; ପୁଣି, ତୁମ୍ଭେମାନେ ତୂରୀ ବଜାଇ କୁହ, ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।


ସଦାପ୍ରଭୁ ନିର୍ଦ୍ଧନ କରନ୍ତି ଓ ଧନବାନ କରନ୍ତି; ସେ ନତ କରନ୍ତି, ସେ ମଧ୍ୟ ଉନ୍ନତ କରନ୍ତି।


ସେ କୁଳୀନମାନଙ୍କ ସଙ୍ଗେ ବସାଇବା ପାଇଁ ଓ ଗୌରବ ସିଂହାସନ ଅଧିକାର କରିବା ପାଇଁ ଧୂଳିରୁ ଦୀନହୀନକୁ ଉଠାନ୍ତି ଓ ଦରିଦ୍ରକୁ ଖତରାଶିରୁ ଉନ୍ନତ କରନ୍ତି; କାରଣ ପୃଥିବୀର ସ୍ତମ୍ଭସକଳ ସଦାପ୍ରଭୁଙ୍କର ଓ ସେ ତହିଁ ଉପରେ ଜଗତ ସ୍ଥାପନ କରିଅଛନ୍ତି।


ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି?


ଆଉ ସେ ଉପସ୍ଥିତ ହେବା ବେଳେ ଦେଖ, ସେନାପତିମାନେ ବସିଅଛନ୍ତି; ତହିଁରେ ସେ କହିଲେ, “ହେ ସେନାପତି, ତୁମ୍ଭଠାରେ ମୋହର ଏକ କାର୍ଯ୍ୟ ଅଛି।” ତହୁଁ ଯେହୂ କହିଲେ, “ଆମ୍ଭ ସମସ୍ତଙ୍କ ମଧ୍ୟରୁ କାହାଠାରେ?” ତହିଁରେ ସେ କହିଲେ, “ହେ ସେନାପତି, ତୁମ୍ଭଠାରେ।”


Swiv nou:

Piblisite


Piblisite