Biblia Todo Logo
Bib sou entènèt

- Piblisite -




୨ ପିତର 1:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଅତଏବ, ତୁମ୍ଭେମାନେ ଯଦ୍ୟପି ଏହିସବୁ ବିଷୟ ଜାଣ ଓ ପ୍ରାପ୍ତ ସତ୍ୟରେ ସ୍ଥିରୀକୃତ ହୋଇଅଛ, ତଥାପି ମୁଁ ଏହିସବୁ ବିଷୟ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ସର୍ବଦା ପ୍ରସ୍ତୁତ ହୋଇ ରହିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଅତଏବ, ତୁମ୍ଭେମାନେ ଯଦ୍ୟପି ଏହିସବୁ ବିଷୟ ଜାଣ ଓ ପ୍ରାପ୍ତ ସତ୍ୟରେ ସ୍ଥିରୀକୃତ ହୋଇଅଛ, ତଥାପି ମୁଁ ଏହିସବୁ ବିଷୟ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ସର୍ବଦା ପ୍ରସ୍ତୁତ ହୋଇ ରହିବି।

Gade chapit la Kopi

ଓଡିଆ ବାଇବେଲ

12 ଅତଏବ, ତୁମ୍ଭେମାନେ ଯଦ୍ୟପି ଏହି ସବୁ ବିଷୟ ଜାଣ ଓ ପ୍ରାପ୍ତ ସତ୍ୟରେ ସ୍ଥିରୀକୃତ ହୋଇଅଛ, ତଥାପି ମୁଁ ଏହି ସବୁ ବିଷୟ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ସର୍ବଦା ପ୍ରସ୍ତୁତ ହୋଇ ରହିବି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଯଦିଚ ତୁମ୍ଭେମାନେ ଏ ସବୁ ବିଷୟ ଜାଣିଛ ଓ ତୁମେ ପ୍ରାପ୍ତ ହୋଇଥିବା ସତୃରେ ଦୃଢ଼ ପ୍ରତିଷ୍ଠିତ ହୋଇଛ, ଏହିସବୁ କଥା ମୁଁ ସବୁବେଳେ ତୁମ୍ଭମାନଙ୍କୁ ସ୍ମରଣ କରାଇ ଦେବାକୁ ଚାହେଁ।

Gade chapit la Kopi

ପବିତ୍ର ବାଇବଲ

12 ତୁମ୍ଭେ ଏହି କଥା ଜାଣ। ତୁମ୍ଭଠାରେ ବର୍ତ୍ତମାନ ଥିବା ସତ୍ୟରେ, ତୁମ୍ଭେ ଅତି ଦୃଢ଼ ଅଟ। କିନ୍ତୁ ମୁଁ ସବୁବେଳେ ଏହି କଥାଗୁଡ଼ିକ ମନେପକାଇବା ପାଇଁ ସାହାଯ୍ୟ କରୁଥିବି।

Gade chapit la Kopi




୨ ପିତର 1:12
20 Referans Kwoze  

ତୁମ୍ଭେମାନେ ସତ୍ୟ ଜାଣି ନ ଥିବାରୁ ମୁଁ ଯେ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତାହା ନୁହେଁ, ମାତ୍ର ତୁମ୍ଭେମାନେ ସତ୍ୟ ଜାଣିଥିବାରୁ ଓ କୌଣସି ମିଥ୍ୟା ସତ୍ୟରୁ ଜାତ ହୁଏ ନାହିଁ ବୋଲି ଜାଣିଥିବାରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି।


ଅବଶେଷରେ, ହେ ମୋହର ଭାଇମାନେ, ପ୍ରଭୁଙ୍କଠାରେ ଆନନ୍ଦ କର। ଏକ-ପ୍ରକାର କଥା ତୁମ୍ଭମାନଙ୍କ ନିକଟକୁ ଥରକୁଥର ଲେଖିବା ମୋʼ ପ୍ରତି କ୍ଳାନ୍ତିଜନକ ନୁହେଁ, ବରଂ ସେହିସବୁ ତୁମ୍ଭମାନଙ୍କ ନିମନ୍ତେ ନିଷ୍ଠାଜନକ।


ତାହାଙ୍କଠାରେ ବଦ୍ଧମୂଳ ଓ ଗୁନ୍ଥା ହୋଇ ପ୍ରାପ୍ତ ଶିକ୍ଷା ଅନୁସାରେ ବିଶ୍ୱାସରେ ନିଷ୍ଠାବାନ ହୋଇ ଅଧିକରୁ ଅଧିକ ଧନ୍ୟବାଦ ଦିଅ।


ଯଦ୍ୟପି ତୁମ୍ଭେମାନେ ସମସ୍ତ ବିଷୟ ସମ୍ପୂର୍ଣ୍ଣ ରୂପେ ଜାଣିଅଛ, ତଥାପି ମୁଁ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ଇଚ୍ଛା କରେ ଯେ, ପ୍ରଭୁ ମିସର ଦେଶରୁ ଲୋକମାନଙ୍କୁ ଉଦ୍ଧାର କଲେ, ଆଉ ଯେଉଁମାନେ ବିଶ୍ୱାସ କଲେ ନାହିଁ, ପରେ ସେମାନଙ୍କୁ ବିନାଶ କଲେ।


ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଅନନ୍ତକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ଯେପରି ଜଣାଇ ଅଛନ୍ତି, ତଦନୁସାରେ ଶୀଘ୍ର ମୋତେ ଏହି ଶରୀରରୂପ ତମ୍ବୁ ଯେ ତ୍ୟାଗ କରିବାକୁ ହେବ,


କିନ୍ତୁ, ହେ ପ୍ରିୟମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତମାନେ ପୂର୍ବେ ଯେଉଁସବୁ କଥା କହିଅଛନ୍ତି, ସେହିସବୁ ସ୍ମରଣ କର;


ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯତ୍ନଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ୱାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ଓ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି।


ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ପୂର୍ବରୁ ଏହିସବୁ ଜାଣି ସତର୍କ ହୋଇଥାଅ, କାଳେ ଦୂରାଚାରୀମାନଙ୍କ ଭ୍ରାନ୍ତିରେ ପଡ଼ି ତୁମ୍ଭେମାନେ ମଧ୍ୟ ଆପଣାମାନଙ୍କ ଦୃଢ଼ତାରୁ ସ୍ଖଳିତ ହୁଅ,


ହେ ପ୍ରିୟମାନେ, ମୁଁ ବର୍ତ୍ତମାନ ତୁମ୍ଭମାନଙ୍କ ନିକଟକୁ ଏହି ଦ୍ୱିତୀୟ ପତ୍ର ଲେଖୁଅଛି।


ଆଉ ମୋହର ମହାପ୍ରସ୍ଥାନ ଉତ୍ତାରେ ତୁମ୍ଭେମାନେ ଏହି ସମସ୍ତ ବିଷୟ ଯେପରି ସର୍ବଦା ସ୍ମରଣରେ ଆଣି ପାରିବ, ଏଥିନିମନ୍ତେ ମୁଁ ଯତ୍ନ କରିବି।


ଈଶ୍ବରଙ୍କ ସତ୍ୟ ଅନୁଗ୍ରହ ଯେ ଏହି ପ୍ରକାର, ଏହି ବିଷୟରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ସିଲ୍ୱାନଙ୍କ ଦ୍ୱାରା ମୁଁ ସଂକ୍ଷେପରେ ପତ୍ର ଲେଖିଲି; ମୋʼ ବୋଧରେ ସେ ଜଣେ ବିଶ୍ୱସ୍ତ ଭ୍ରାତା। ତୁମ୍ଭେମାନେ ଏହି ଅନୁଗ୍ରହରେ ସୁସ୍ଥିର ହୋଇଥାଅ।


ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।


ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ।


କିନ୍ତୁ ଆଲୋକ ପ୍ରାପ୍ତ ହେଲା ଉତ୍ତାରେ ଯେତେବେଳେ ତୁମ୍ଭେମାନେ ନାନା ଦୁଃଖଭୋଗରୂପ କଠୋର ସଂଗ୍ରାମ ସହ୍ୟ କରିଥିଲ, ସେହି ପୂର୍ବ ସମୟକୁ ସ୍ମରଣରେ ଆଣ;


ଏହି କାରଣରୁ ମୁଁ ତୁମ୍ଭକୁ ସ୍ମରଣ କରାଉଅଛି ଯେ, ତୁମ୍ଭଠାରେ ଈଶ୍ବରଙ୍କ ଯେଉଁ ଅନୁଗ୍ରହ ଦାନ ଅଛି, ତାହା ପୁନର୍ବାର ପ୍ରଜ୍ୱଳିତ କର।


ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି, ତୁମ୍ଭେ ଯେଉଁ ବିଶ୍ୱାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ସେହି ବାକ୍ୟ ଦ୍ୱାରା ପରିପୁଷ୍ଟ ହେବ;


ଏହି ପ୍ରକାରେ ମଣ୍ଡଳୀ-ସମୂହ ବିଶ୍ୱାସରେ ଦୃଢ଼ୀଭୂତ ହୋଇ ଦିନକୁ ଦିନ ସଂଖ୍ୟାରେ ବୃଦ୍ଧି ପାଇବାକୁ ଲାଗିଲା।


ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ୱାରା ପୂର୍ବେ ଶୁଣିଅଛ।


Swiv nou:

Piblisite


Piblisite