Biblia Todo Logo
Bib sou entènèt

- Piblisite -




୨ ପିତର 1:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ଵଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀ ତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ।

Gade chapit la Kopi

ଓଡିଆ ବାଇବେଲ

19 ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ତେଣୁ ଭାବବାଦୀମାନଙ୍କ ଦ୍ୱରା ପ୍ରଚାରି ବାର୍ତ୍ତାରେ ଆମ ବିଶ୍ୱାସ ଅଧିକ ଦୃଢ଼ ହୋଇଛି। ସେଥିପ୍ରତି ତୁମ୍ଭେମାନେ ମଧ୍ୟ ମନୋଯୋଗୀ ହେବା ଉଚିତ, କାରଣ ତାହା ଅନ୍ଧକାରରେ ଏକ ପ୍ରଦୀପ ତୁଲ୍ୟ। ପ୍ରତ୍ୟୁଷରେ ପ୍ରଭାତୀ ତାରାର ଆଲୋକ ତୁମ ହୃଦୟରେ ପ୍ରବେଶ କରିବା ପର୍ଯ୍ୟନ୍ତ ଏହା ପ୍ରଜ୍ୱଳିତ ହୋଇ ରହିଥିବ।

Gade chapit la Kopi

ପବିତ୍ର ବାଇବଲ

19 ଭବିଷ୍ୟ‌‌ଦ୍‌‌‌‌ବକ୍ତା କହିଥିବା କଥାଗୁଡ଼ିକ ବିଷୟରେ ସୁନିଶ୍ଚିତ ହେବା ପାଇଁ ଏହା ଅଧିକ ସାହାଯ୍ୟ କରେ। ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନେ ଯାହା ଯାହା କହିଛନ୍ତି, ସେଗୁଡ଼ିକୁ ଯଥାସମ୍ଭବ କାର୍ଯ୍ୟକାରୀ କରିବା ତୁମ୍ଭ ପାଇଁ ଭଲ। ସେମାନେ ଯାହା କହିଛନ୍ତି ତାହା ଅନ୍ଧକାରରେ ଜ୍ୟୋତିଃ ତୁଲ୍ୟ ପ୍ରକାଶିତ ହେଲା। ସକାଳ ହେବା ପର୍ଯ୍ୟନ୍ତ ଓ ପ୍ରଭାତୀ ତାରା ତୁମ୍ଭ ମନରେ ନୂତନ ଜ୍ୟୋତିଃ ନ ଆଣିବା ପର୍ଯ୍ୟନ୍ତ, ତୁମ୍ଭ ପାଖରେ ସେହି ଜ୍ୟୋତିଃ ଅଛି।

Gade chapit la Kopi




୨ ପିତର 1:19
27 Referans Kwoze  

ଆମ୍ଭେ ଯୀଶୁ, ମଣ୍ଡଳୀମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଏହି ସମସ୍ତ ସାକ୍ଷ୍ୟ ଦେବା ପାଇଁ ଆମ୍ଭର ଦୂତକୁ ପ୍ରେରଣ କରିଅଛୁ। ଆମ୍ଭେ ଦାଉଦଙ୍କ ମୂଳ ଓ ବଂଶଜ, ସେହି ଉଜ୍ଜ୍ୱଳ ପ୍ରଭାତୀ ତାରା।”


ଯେଉଁ ଗୋଷ୍ଠୀ ଅନ୍ଧକାରରେ ଭ୍ରମଣ କଲେ, ସେମାନେ ମହା ଆଲୁଅ ଦେଖିଅଛନ୍ତି; ଯେଉଁମାନେ ମୃତ୍ୟୁୁଚ୍ଛାୟାରୂପ ଦେଶରେ ବାସ କଲେ, ସେମାନଙ୍କ ଉପରେ ଦୀପ୍ତି ଉଦିତ ହୋଇଅଛି।


ତୁମ୍ଭ ବାକ୍ୟ ମୋʼ ଚରଣ ପାଇଁ ପ୍ରଦୀପ ଓ ମୋʼ ପଥ ପାଇଁ ଆଲୁଅ ଅଟେ।


ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି।


ପୁଣି, ଆମ୍ଭେ ତାହାକୁ ପ୍ରଭାତୀତାରା ଦେବୁ।


ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।


ଯେହେତୁ ସେହି ଆଜ୍ଞା ପ୍ରଦୀପ ଓ ସେହି ଆଦେଶ ଆଲୁଅ; ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ;


ସେ ଜ୍ୱଳନ୍ତ ଓ ତେଜୋମୟ ପ୍ରଦୀପ ଥିଲେ, ଆଉ ତୁମ୍ଭେମାନେ ଅଳ୍ପ କାଳ ତାହାଙ୍କ ଜ୍ୟୋତିଃରେ ଉଲ୍ଲାସ କରିବା ନିମନ୍ତେ ଇଚ୍ଛୁକ ହେଲ।


ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା।”


ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, “ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।”


ଯେ ଈଶ୍ବରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଈଶ୍ବରଙ୍କ ସାକ୍ଷ୍ୟ ବିଶ୍ୱାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ବର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ୱାସ କରି ନାହିଁ।


ପୁଣି, ସେହି ପରିତ୍ରାଣ ସମ୍ବନ୍ଧରେ ଯତ୍ନ ସହକାରେ ଅନ୍ୱେଷଣ ଓ ଅନୁସନ୍ଧାନ କଲେ।


ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର,


ଥେସଲନୀକୀ ସହରରେ ଥିବା ଯିହୁଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ। ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ।


ଏହିସବୁରୁ ଆପଣା ଆପଣାକୁ ଯତ୍ନ ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ। ଆପଣମାନଙ୍କର ମଙ୍ଗଳ ହେଉ।


ସେମାନେ ମଣ୍ଡଳୀ ନିକଟରେ ତୁମ୍ଭ ପ୍ରେମ ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି; ତୁମ୍ଭେ ଯଦି ସେମାନଙ୍କୁ ଈଶ୍ବରଙ୍କ ଯୋଗ୍ୟ ଉପକାର ଦେଇ ବାଟ ବଳାଇଦିଅ, ତେବେ ଉତ୍ତମ କାର୍ଯ୍ୟ କରିବ,


ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଆଦ୍ୟରୁ କିଏ ଏହା ପ୍ରକାଶ କରିଅଛି? ପୁଣି, ସେ ଧାର୍ମିକ ବୋଲି ଯେପରି ଆମ୍ଭେମାନେ କହି ପାରିବା, ଏଥିପାଇଁ ପୂର୍ବରୁ କିଏ ଏହା ପ୍ରକାଶ କରିଅଛି? ହଁ, ପ୍ରକାଶକାରୀ କେହି ନାହିଁ, ହଁ, ଦେଖାଇବା ଲୋକ କେହି ନାହିଁ, ହଁ, ତୁମ୍ଭମାନଙ୍କ କଥା ଶୁଣିବା ଲୋକ କେହି ନାହିଁ।


ହେ ପ୍ରଭାତୀତାରା, ପ୍ରତ୍ୟୁଷର ପୁତ୍ର! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ!


କାରଣ ଦୂତମାନଙ୍କ ଦ୍ୱାରା କଥିତ ବାକ୍ୟ ଯଦି ଅଟଳ ହୋଇ ରହିଲା, ଆଉ ପ୍ରତ୍ୟେକ ଆଜ୍ଞାଲଙ୍ଘନ ଓ ଅବାଧ୍ୟତା ଯଥାର୍ଥ ଦଣ୍ଡ ପାଇଲା,


Swiv nou:

Piblisite


Piblisite