Biblia Todo Logo
Bib sou entènèt

- Piblisite -




୨ ପିତର 1:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଈଶ୍ବର ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ବିଷୟକ ଜ୍ଞାନ ଦ୍ୱାରା ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ଓ ଶାନ୍ତି ପ୍ରଚୁର ପରିମାଣରେ ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଈଶ୍ଵର ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ବିଷୟକ ଜ୍ଞାନ ଦ୍ଵାରା ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ଓ ଶାନ୍ତି ପ୍ରଚୁର ପରିମାଣରେ ହେଉ।

Gade chapit la Kopi

ଓଡିଆ ବାଇବେଲ

2 ଈଶ୍ୱର ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ବିଷୟକ ଜ୍ଞାନ ଦ୍ୱାରା ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ଓ ଶାନ୍ତି ପ୍ରଚୁର ପରିମାଣରେ ହେଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଈଶ୍ୱର ଓ ଆମ ପ୍ରଭୁ ଖ୍ରୀଷ୍ଟଙ୍କ ସମ୍ପର୍କରେ ତୁମ୍ଭମାନଙ୍କର ଜ୍ଞାନ ଦ୍ୱାରା, ପୁର୍ଣ୍ଣମାତଆରେ ତୁମ୍ଭମାନଙ୍କର ଅନୁଗ୍ରହ ଓ ଶାନ୍ତି ହେଉ।

Gade chapit la Kopi

ପବିତ୍ର ବାଇବଲ

2 ଅନୁଗ୍ରହ ଓ ଶାନ୍ତି ପ୍ରଚୁର ଭାବେ ତୁମ୍ଭକୁ ମିଳୁ। ତୁମ୍ଭେମାନେ ପ୍ରକୃତରେ ପରମେଶ୍ୱରଙ୍କୁ ଓ ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ଜାଣିଥିବାରୁ ତୁମ୍ଭେ ଅନୁଗ୍ରହ ଓ ଶାନ୍ତି ପାଇବ।

Gade chapit la Kopi




୨ ପିତର 1:2
18 Referans Kwoze  

ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର, ଆମେନ୍‍।


ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟ କଲି, ପୁଣି, ସେହିସବୁ ଆବର୍ଜନା ସ୍ୱରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରିପାରେ ଓ ତାହାଙ୍କର ବୋଲି ଜଣାଯାଏ,


ଆଉ, ଏକମାତ୍ର ସତ୍ୟ ଈଶ୍ବର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ।


ପିତା ଈଶ୍ବରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ।


ତୁମ୍ଭମାନଙ୍କ ପ୍ରତି ଦୟା, ଶାନ୍ତି ଓ ପ୍ରେମ ପ୍ରଚୁରଭାବେ ବର୍ତ୍ତୁ।


ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।


ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।


“ମୋହର ପିତାଙ୍କ ଅଧିକାରର ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି, ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।”


ସମୁଦାୟ ପୃଥିବୀନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍‍ନିତ୍ସର ରାଜାର (ବିଜ୍ଞାପନ); “ତୁମ୍ଭମାନଙ୍କର ବାହୁଲ୍ୟ ରୂପେ ଶାନ୍ତି ହେଉ।


ଯୋହନ ଏସିଆ ଅଞ୍ଚଳରେ ଥିବା ସପ୍ତ ମଣ୍ଡଳୀ ନିକଟକୁ ଲେଖୁଅଛି, ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ତାହାଙ୍କଠାରୁ ଓ ତାହାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମାଙ୍କଠାରୁ


ଯେଣୁ ସେମାନେ ଯଦି ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନ ଦ୍ୱାରା ସଂସାରର ଅଶୁଚିତାରୁ ରକ୍ଷା ପାଇ ପୁନର୍ବାର ସେଥିର ବନ୍ଧନରେ ଆବଦ୍ଧ ହୋଇ ପରାସ୍ତ ହୁଅନ୍ତି, ତାହାହେଲେ ସେମାନଙ୍କ ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ।


ଏହିସବୁ ତୁମ୍ଭମାନଙ୍କଠାରେ ବୃଦ୍ଧି ପାଇଲେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନରେ ପୂର୍ଣ୍ଣତା ଲାଭ କରିବା ନିମନ୍ତେ ତୁମ୍ଭମାନଙ୍କୁ ଶିଥିଳ ଓ ଫଳଶୂନ୍ୟ ହେବାକୁ ଦେବ ନାହିଁ।


ଈଶ୍ବର ଆପଣା ଗୌରବ ଓ ସଦ୍‍ଗୁଣରେ ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ୱାରା ତାହାଙ୍କ ଐଶ୍ବରୀୟ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି।


ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ବର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।


ସେତେବେଳେ ଦାରୀୟାବସ ସମୁଦାୟ ପୃଥିବୀନିବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନଙ୍କ ନିକଟକୁ ପତ୍ର ଲେଖିଲା; “ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟ ରୂପରେ ଶାନ୍ତି ହେଉ।


ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ଦ୍ୱାରା ସଦ୍‍ଗୁଣ, ସଦ୍‍ଗୁଣ ଦ୍ୱାରା ଜ୍ଞାନ,


Swiv nou:

Piblisite


Piblisite