Biblia Todo Logo
Bib sou entènèt

- Piblisite -




୨ ପିତର 2:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେ ସଦୋମ ଓ ଗମୋରା ନଗରସବୁକୁ ଭସ୍ମରେ ପରିଣତ କରି ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇବା ନିମନ୍ତେ ଦଣ୍ଡାଜ୍ଞା ଦେଲେ ଓ ସେମାନଙ୍କୁ ଭବିଷ୍ୟତକାଳର ଅଧାର୍ମିକମାନଙ୍କ ଦୃଷ୍ଟାନ୍ତ ସ୍ୱରୂପ କଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେ ସଦୋମ ଓ ଗମୋରା ନଗରସବୁକୁ ଭସ୍ମରେ ପରିଣତ କରି ସମ୍ପୂର୍ଣ୍ଣ ରୂପେ ଧ୍ଵଂସ ପାଇବା ନିମନ୍ତେ ଦଣ୍ତାଜ୍ଞା ଦେଲେ ଓ ସେମାନଙ୍କୁ ଭବିଷ୍ୟତକାଳର ଅଧାର୍ମିକମାନଙ୍କ ଦୃଷ୍ଟାନ୍ତ ସ୍ଵରୂପ କଲେ,

Gade chapit la Kopi

ଓଡିଆ ବାଇବେଲ

6 ସେ ସଦୋମ ଓ ଗମୋରା ନଗରସବୁକୁ ଭସ୍ମରେ ପରିଣତ କରି ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇବା ନିମନ୍ତେ ଦଣ୍ଡାଜ୍ଞା ଦେଲେ ଓ ସେମାନଙ୍କୁ ଭବିଷ୍ୟତକାଳର ଅଧାର୍ମିକମାନଙ୍କ ଦୃଷ୍ଟାନ୍ତ ସ୍ୱରୂପ କଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଈଶ୍ୱର ସଦୋମ ଓ ଗମୋରା ନଗରଦ୍ୱୟକୁ ଦଣ୍ଡଧାନ କରି ଅଗ୍ନିରେ ଧ୍ୱଂସ କଲେ ଓ ଅଧାର୍ମିକମାନଙ୍କ ପ୍ରତି କଅଣ ଘଟିବ, ଏହି ଦୁଇ ନଗରୀକୁ ତା’ର ଦୃଷ୍ଟାନ୍ତ ସ୍ୱରୂପ ରଖିଲେ।

Gade chapit la Kopi

ପବିତ୍ର ବାଇବଲ

6 ପରମେଶ୍ୱର ଦଣ୍ଡ ସ୍ୱରୂପେ ଦୁଷ୍ଟ ନଗରୀ ସଦୋମ ଓ ଗମୋରାକୁ ପୋଡ଼ି ପାଉଁଶ କରିଦେଇଥିଲେ। ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ, ସେମାନଙ୍କ ପ୍ରତି କ’ଣ ଘଟିବ, ଏହି ନଗରଗୁଡ଼ିକ ତାହାର ଉଦାହରଣ ସ୍ୱରୂପ ଅଟେ।

Gade chapit la Kopi




୨ ପିତର 2:6
20 Referans Kwoze  

ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି।


ଅର୍ଥାତ୍‍, ସଦାପ୍ରଭୁ ଆପଣା କ୍ରୋଧ ଓ କୋପରେ ଯେଉଁ ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ନଗରମାନ ଉତ୍ପାଟନ କରିଥିଲେ, ତାହା ପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ, ଲବଣ ଓ ଦହନରେ ପରିପୂର୍ଣ୍ଣ ହୋଇଅଛି, ତହିଁରେ କିଛି ବୁଣାଯାଏ ନାହିଁ, କି ଫଳ ଉତ୍ପନ୍ନ ହୁଏ ନାହିଁ, କି ତହିଁରେ କୌଣସି ତୃଣ ବଢ଼େ ନାହିଁ (ଏସବୁ ଯେତେବେଳେ ଦେଖିବେ);


ସେହି ସମୟରେ ପୃଥିବୀ ଆପଣା ମୁଖ ମେଲାଇ ସେମାନଙ୍କୁ ଓ କୋରହକୁ ଗ୍ରାସ କଲା, ତହିଁରେ ସେହି ଦଳ ନଷ୍ଟ ହେଲେ, ପୁଣି, ଅଗ୍ନି ଦୁଇ ଶହ ପଚାଶ ଜଣକୁ ଦଗ୍ଧ କଲା, ସେମାନେ ଚିହ୍ନସ୍ୱରୂପ ହେଲେ।


ଏହି ସମସ୍ତ ଦୃଷ୍ଟାନ୍ତ ସ୍ୱରୂପେ ସେମାନଙ୍କ ପ୍ରତି ଘଟିଲା, ଆଉ ଯେଉଁମାନଙ୍କ ସମୟରେ ଯୁଗାନ୍ତ କାଳ ଉପସ୍ଥିତ ହୋଇଅଛି, ଏପରି ଯେ ଆମ୍ଭେମାନେ, ଆମ୍ଭମାନଙ୍କ ଚେତନା ନିମନ୍ତେ ସେହିସବୁ ଲେଖାଯାଇଅଛି।


ଏଥିପାଇଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ମୋୟାବ ସଦୋମର ତୁଲ୍ୟ ଓ ଅମ୍ମୋନ-ସନ୍ତାନଗଣ ହମୋରାର ତୁଲ୍ୟ, ବିଛୁଆତି ଗଛର ଆଶ୍ରୟ ଓ ଲବଣର ଆକର ଓ ଚିରକାଳ ଧ୍ୱଂସସ୍ଥାନ ହେବ; ଆମ୍ଭ ଲୋକମାନଙ୍କର ଶେଷାଂଶ ସେମାନଙ୍କୁ ଲୁଟିବେ ଓ ଆମ୍ଭ ଗୋଷ୍ଠୀର ଅବଶିଷ୍ଟାଂଶ ସେମାନଙ୍କୁ ଅଧିକାର କରିବେ।”


ସଦାପ୍ରଭୁ କହନ୍ତି, ପରମେଶ୍ୱର ସଦୋମ, ହମୋରା ଓ ତନ୍ନିକଟବର୍ତ୍ତୀ ନଗରସବୁ ଉତ୍ପାଟନ କଲା ବେଳେ ଯେରୂପ ହୋଇଥିଲା, ସେରୂପ କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟପୁତ୍ର ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।


ପୁଣି, ରାଜ୍ୟସମୂହର ଗୌରବ ସ୍ୱରୂପ ଓ କଲ୍‍ଦୀୟମାନଙ୍କ ଦର୍ପର ଲାବଣ୍ୟ ସ୍ୱରୂପ ଯେ ବାବିଲ, ତାହା ପରମେଶ୍ୱରଙ୍କ ଦ୍ୱାରା ଉତ୍ପାଟିତ ସଦୋମ ଓ ହମୋରାର ତୁଲ୍ୟ ହେବ।


“ପରମେଶ୍ୱର ସଦୋମ ଓ ହମୋରାକୁ ଯେପରି ଉତ୍ପାଟନ କରିଥିଲେ, ସେପରି ଆମ୍ଭେ ତୁମ୍ଭମାନଙ୍କର କେତେକ (ସ୍ଥାନ) ଉତ୍ପାଟନ କରିଅଛୁ, ଆଉ ତୁମ୍ଭେମାନେ ପୋଡ଼ା ଖୁଣ୍ଟ ପରି ଅଗ୍ନିରୁ କଢ଼ାଗଲ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।


ହେ ଇଫ୍ରୟିମ, ଆମ୍ଭେ କିପରି ତୁମ୍ଭକୁ ତ୍ୟାଗ କରିବା? ହେ ଇସ୍ରାଏଲ, ଆମ୍ଭେ କିପରି ତୁମ୍ଭକୁ ସମର୍ପି ଦେବା? ଆମ୍ଭେ କିପରି ତୁମ୍ଭକୁ ଅଦ୍ମାର ନଗରୀ ତୁଲ୍ୟ କରିବା? ଆମ୍ଭେ କିପରି ତୁମ୍ଭକୁ ସବୋୟୀମର ନଗରୀ ତୁଲ୍ୟ ରଖିବା? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି।


ସଦୋମ ଓ ହମୋରା ଓ ପ୍ରାନ୍ତରସ୍ଥ ସମସ୍ତ ଅଞ୍ଚଳ ପ୍ରତି ଅନାନ୍ତେ, ସେହି ଦେଶରୁ ଭାଟିର ଧୂମ ତୁଲ୍ୟ ଧୂମ ଉଠିବାର ଦେଖିଲେ।


ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ, ପୁଣି, ଅଧାର୍ମିକ ଲୋକ ସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ଡ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି।


ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପକର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହାସବୁ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ପିଟାପାତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି, ତାହାସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଚିହ୍ନସ୍ୱରୂପ ହେବ।”


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥାʼନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥାʼନ୍ତୁ।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ଗମୋରା ଦେଶର ଦଶା ସହନୀୟ ହେବ।”


ଆଉ ରେ କଫର୍ନାହୂମ, ତୁ କଅଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋʼ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସଦୋମରେ କରାଯାଇଥାଆନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାଆନ୍ତା।


ପୁଣି, ଯେପରି ଯିଶାଇୟ ପୂର୍ବେ କହିଅଛନ୍ତି, “ବାହିନୀମାନଙ୍କ ପ୍ରଭୁ ଯଦି ଆମ୍ଭମାନଙ୍କ ନିମନ୍ତେ ଗୋଟିଏ ଅବଶିଷ୍ଟାଂଶ ରଖି ନ ଥାଆନ୍ତେ, ତେବେ ଆମ୍ଭେମାନେ ସଦୋମ ପରି ହୋଇଥାଆନ୍ତୁ, ଓ ଗମୋରା ତୁଲ୍ୟ କରାଯାଇଥାଆନ୍ତୁ।”


ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯତ୍ନ କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ।


Swiv nou:

Piblisite


Piblisite