Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 1:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ହେ ଇସ୍ରାଏଲର କନ୍ୟାଗଣ, ଶାଉଲଙ୍କ ପାଇଁ ରୋଦନ କର, ସେ ତୁମ୍ଭମାନଙ୍କୁ ସିନ୍ଦୂର ବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ୱିତ କଲେ, ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ୱର୍ଣ୍ଣ-ଅଳଙ୍କାର ମଣ୍ଡିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ହେ ଇସ୍ରାଏଲର କନ୍ୟାଗଣ, ଶାଉଲଙ୍କ ପାଇଁ ରୋଦନ କର, ସେ ତୁମ୍ଭମାନଙ୍କୁ ସିନ୍ଦୂରବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ଵିତ କଲେ, ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ଵର୍ଣ୍ଣ ଅଳଙ୍କାର ମଣ୍ତିଲେ।

Gade chapit la Kopi

ଓଡିଆ ବାଇବେଲ

24 ହେ ଇସ୍ରାଏଲର କନ୍ୟାଗଣ, ଶାଉଲଙ୍କ ପାଇଁ ରୋଦନ କର, ସେ ତୁମ୍ଭମାନଙ୍କୁ ସିନ୍ଦୂରବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ୱିତ କଲେ, ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ୱର୍ଣ୍ଣ ଅଳଙ୍କାର ମଣ୍ଡିଲେ।

Gade chapit la Kopi

ପବିତ୍ର ବାଇବଲ

24 ହେ ଇସ୍ରାଏଲର କନ୍ୟାଗଣ ଶାଉଲଙ୍କ ପାଇଁ କ୍ରନ୍ଦନ କର। ସେ ତୁମ୍ଭମାନଙ୍କୁ ସିନ୍ଦୁରବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ୱିତ କଲେ। ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ୱର୍ଣ୍ଣ ଅଳଙ୍କାର ଖଚିତ କଲେ।

Gade chapit la Kopi




2 ଶାମୁୟେଲ 1:24
10 Referans Kwoze  

କନ୍ୟା କି ଆପଣା ଅଳଙ୍କାର ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରିଅଛନ୍ତି।


‘ସେମାନେ କି ଲୁଟ ପାଇ ନାହାନ୍ତି, ସେମାନେ କି ବିଭାଗ କରି ନାହାନ୍ତି? ପ୍ରତ୍ୟେକ ପୁରୁଷ ପାଇଁ ଏକ କାମିନୀ, କିମ୍ବା ଦୁଇ କାମିନୀ; ସୀଷରା ପାଇଁ ନାନା ବର୍ଣ୍ଣର ଲୁଟ, ନାନା ବର୍ଣ୍ଣର ସୂଚିକର୍ମନିର୍ମିତ ଚିତ୍ରିତ ବସ୍ତ୍ରର ଲୁଟ, ଲୁଟିତମାନଙ୍କ ଗଳାରୁ ଦୁଇ ପାଖରେ ସୂଚିକର୍ମନିର୍ମିତ ନାନା ରଙ୍ଗର ଚିତ୍ରିତ ବସ୍ତ୍ର।’


ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂର ବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି।


ସୈନ୍ୟଶ୍ରେଣୀର ରାଜାଗଣ ପଳାୟନ କରନ୍ତି, ସେମାନେ ପଳାୟନ କରନ୍ତି; ପୁଣି, ଗୃହସ୍ଥିତା ସ୍ତ୍ରୀ ଲୁଟଦ୍ରବ୍ୟ ବିଭାଗ କରେ।


ଶାଉଲ ଓ ଯୋନାଥନ ଜୀବଦ୍ଦଶାରେ ପରସ୍ପର ପ୍ରିୟ ଓ ତୁଷ୍ଟିଜନକ ଥିଲେ, ମରଣ ସମୟରେ ହେଁ ସେମାନେ ଭିନ୍ନ ହେଲେ ନାହିଁ; ସେମାନେ ଉତ୍କ୍ରୋଶ ପକ୍ଷୀଠାରୁ ବେଗବାନ, ସେମାନେ ସିଂହଠାରୁ ବଳବାନ ଥିଲେ।


ବୀରମାନେ ଯୁଦ୍ଧ ମଧ୍ୟରେ କିପରି ମରିଅଛନ୍ତି। ଯୋନାଥନ ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ।


ସୁବର୍ଣ୍ଣ କର୍ଣ୍ଣକୁଣ୍ଡଳ ଓ ଶୁଦ୍ଧ ସୁବର୍ଣ୍ଣର ଅଳଙ୍କାର ଯେପରି, ମନୋଯୋଗକାରୀ କର୍ଣ୍ଣ ପ୍ରତି ଜ୍ଞାନବାନ ଭର୍ତ୍ସନାକାରୀ ସେପରି।


Swiv nou:

Piblisite


Piblisite