Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 10:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ମାତ୍ର ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି ଦାଉଦ ଅରାମୀୟମାନଙ୍କ ସାତ ଶହ ରଥାରୂଢ଼ ଓ ଚାଳିଶ ହଜାର ଅଶ୍ୱାରୂଢ଼ ସୈନ୍ୟ ବଧ କଲେ, ପୁଣି ସେ ସେମାନଙ୍କ ସେନାପତି ଶୋବକକୁ ଆଘାତ କରନ୍ତେ, ସେ ସେହିଠାରେ ମଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ମାତ୍ର ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି ଦାଉଦ ଅରାମୀୟମାନଙ୍କ ସାତ ଶହ ରଥାରୂଢ଼ ଓ ଚାଳିଶ ହଜାର ଅଶ୍ଵାରୂଢ଼ ସୈନ୍ୟ ବଧ କଲେ, ପୁଣି ସେ ସେମାନଙ୍କ ସେନାପତି ଶୋବକକୁ ଆଘାତ କରନ୍ତେ, ସେ ସେହିଠାରେ ମଲା।

Gade chapit la Kopi

ଓଡିଆ ବାଇବେଲ

18 ମାତ୍ର ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି ଦାଉଦ ଅରାମୀୟମାନଙ୍କ ସାତ ଶହ ରଥାରୂଢ଼ ଓ ଚାଳିଶ ହଜାର ଅଶ୍ୱାରୂଢ଼ ସୈନ୍ୟ ବଧ କଲେ, ପୁଣି ସେ ସେମାନଙ୍କ ସେନାପତି ଶୋବକକୁ ଆଘାତ କରନ୍ତେ, ସେ ସେହିଠାରେ ମଲା।

Gade chapit la Kopi

ପବିତ୍ର ବାଇବଲ

18 ଅରାମୀୟମାନେ ଯୁଦ୍ଧ କରି ନ ପାରି ଇସ୍ରାଏଲୀୟମାନଙ୍କ ଆଗରୁ ପଳାୟନ କଲେ। ଦାଉଦ ଅରାମୀୟମାନଙ୍କ 700 ରଥାରୂଢ଼ ଓ 40,000 ଅଶ୍ୱାରୂଢ଼ ସୈନ୍ୟଙ୍କୁ ହତ୍ୟା କଲେ। ପୁଣି ସେ ସେମାନଙ୍କର ସେନାପତି ଶୋବକକୁ ଆଘାତ କଲେ ଓ ସେ ସେହିଠାରେ ମୃତ୍ୟୁବରଣ କଲା।

Gade chapit la Kopi




2 ଶାମୁୟେଲ 10:18
10 Referans Kwoze  

ମାତ୍ର, ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି, ଦାଉଦ ଅରାମୀୟମାନଙ୍କର ସାତ ସହସ୍ର ରଥାରୂଢ଼ ଓ ଚାଳିଶ ହଜାର ପଦାତିକ ସୈନ୍ୟ ବଧ କଲେ ଓ ସେନାପତି ଶୋଫକ୍‍କୁ ବଧ କଲେ।


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। [ସେଲା]


ମୁଁ ସେମାନଙ୍କୁ ଏପରି ଆଘାତ କରିବି ଯେ, ସେମାନେ ଆଉ ଉଠି ପାରିବେ ନାହିଁ; ସେମାନେ ମୋʼ ପଦ ତଳେ ପତିତ ହେବେ।


ପୁଣି ଦାଉଦ ତାହାଠାରୁ ଏକ ସହସ୍ର ସାତ ଶହ ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ।


ସେ ତମ୍ବୁ ମେଖ ଧରିବାକୁ ଆପଣା ହସ୍ତ ଓ କାରିଗରର ପିଟଣା ଧରିବାକୁ ଆପଣା ଦକ୍ଷିଣ ହସ୍ତ ବଢ଼ାଇଲା; ସେ ସୀଷରାକୁ ପିଟିଲା, ସେ ତାହାର ମସ୍ତକ ବିନ୍ଧି ପକାଇଲା, ହଁ, ସେ ତାହାର କର୍ଣ୍ଣମୂଳ ଫୋଡ଼ି ଭେଦ କଲା।


ଆଉ ଦେଖ, ବାରକ୍‍ ସୀଷରାର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ଯାୟେଲ ତାହାକୁ ଭେଟିବା ପାଇଁ ବାହାରକୁ ଯାଇ କହିଲା, “ଆସ, ତୁମ୍ଭେ ଯାହାକୁ ଖୋଜୁଅଛ, ମୁଁ ସେହି ମନୁଷ୍ୟକୁ ଦେଖାଇବି।” ତହିଁରେ ସେ ତାହା ନିକଟକୁ ଆସିଲା; ଆଉ ଦେଖ, ସୀଷରା ମୃତ ହୋଇ ପଡ଼ିଅଛି, ଆଉ ତାହାର କର୍ଣ୍ଣ ମୂଳ ଭିତରେ ତମ୍ବୁ ମେଖ ରହିଅଛି।


ତହିଁରେ ସଦାପ୍ରଭୁ ହାସୋରରେ ରାଜତ୍ୱକାରୀ କିଣାନୀୟ ରାଜା ଯାବୀନ୍‍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍‍-ନିବାସୀ ସୀଷରା ତାହାର ସେନାପତି ଥିଲା।


ଏଉତ୍ତାରେ ଦାଉଦଙ୍କୁ ଏହା ଜ୍ଞାତ କରାଯାʼନ୍ତେ, ସେ ସମୁଦାୟ ଇସ୍ରାଏଲକୁ ଏକତ୍ର କରି ଯର୍ଦ୍ଦନ ପାର ହୋଇ ହେଲମକୁ ଆସିଲେ। ତହିଁରେ ଅରାମୀୟମାନେ ଦାଉଦଙ୍କ ସମ୍ମୁଖରେ ସୈନ୍ୟ ସଜାଇ ତାଙ୍କ ସଙ୍ଗେ ଯୁଦ୍ଧ କଲେ।


ଯେଉଁ ସମୟରେ ଦାଉଦ ସୋବାର ଲୋକମାନଙ୍କୁ ବଧ କଲେ, ସେସମୟରେ ସେ ଆପଣା ନିକଟରେ ଲୋକମାନଙ୍କୁ ସଂଗ୍ରହ କରି ଏକ ଦଳପତି ହୋଇଥିଲା; ତହିଁ ଉତ୍ତାରେ ସେମାନେ ଦମ୍ମେଶକକୁ ଯାଇ ସେଠାରେ ବାସ କରି ଦମ୍ମେଶକରେ ରାଜ୍ୟ କଲେ।


ଯେପରି ଧୂମ ଚାଳିତ ହୁଏ, ସେହିପରି ସେମାନଙ୍କୁ ଚଳାଅ; ଯେପରି ଅଗ୍ନି ସମ୍ମୁଖରେ ମହମ ତରଳି ଯାଏ, ସେହିପରି ପରମେଶ୍ୱରଙ୍କ ସାକ୍ଷାତରେ ଦୁଷ୍ଟମାନେ ବିନଷ୍ଟ ହେଉନ୍ତୁ।


Swiv nou:

Piblisite


Piblisite