2 ଶାମୁୟେଲ 11:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତେବେ ଊରୀୟ ଦାଉଦଙ୍କୁ କହିଲା, “ସିନ୍ଦୁକ ଓ ଇସ୍ରାଏଲ ଓ ଯିହୁଦା ପତ୍ରକୁଟୀରରେ ଅଛନ୍ତି ଓ ମୋʼ ପ୍ରଭୁ ଯୋୟାବ ଓ ମୋହର ପ୍ରଭୁଙ୍କ ଦାସମାନେ ପଦାରେ ଛାଉଣି କରିଅଛନ୍ତି, ତେବେ ମୁଁ କʼଣ ଭୋଜନ କରିବାକୁ ଓ ପାନ କରିବାକୁ ଓ ଭାର୍ଯ୍ୟା ସଙ୍ଗେ ଶୟନ କରିବାକୁ ଆପଣା ଗୃହକୁ ଯିବି? ଆପଣ ଜୀବିତ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଏ କଥା କରିବି ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)11 ତେବେ ଊରୀୟ ଦାଉଦଙ୍କୁ କହିଲା, ସିନ୍ଦୁକ ଓ ଇସ୍ରାଏଲ ଓ ଯିହୁଦା ପତ୍ରକୁଟୀରରେ ଅଛନ୍ତି ଓ ମୋʼ ପ୍ରଭୁ ଯୋୟାବ ଓ ମୋହର ପ୍ରଭୁଙ୍କ ଦାସମାନେ ପଦାରେ ଛାଉଣି କରିଅଛନ୍ତି, ତେବେ ମୁଁ କʼଣ ଭୋଜନ କରିବାକୁ ଓ ପାନ କରିବାକୁ ଓ ଭାର୍ଯ୍ୟା ସଙ୍ଗେ ଶୟନ କରିବାକୁ ଆପଣା ଗୃହକୁ ଯିବି? ଆପଣ ଜୀବିତ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଏକଥା କରିବି ନାହିଁ। Gade chapit laଓଡିଆ ବାଇବେଲ11 ତେବେ ଊରୀୟ ଦାଉଦଙ୍କୁ କହିଲା, “ସିନ୍ଦୁକ ଓ ଇସ୍ରାଏଲ ଓ ଯିହୁଦା ପତ୍ରକୁଟୀରରେ ଅଛନ୍ତି ଓ ମୋ’ ପ୍ରଭୁ ଯୋୟାବ ଓ ମୋହର ପ୍ରଭୁଙ୍କ ଦାସମାନେ ପଦାରେ ଛାଉଣି କରିଅଛନ୍ତି, ତେବେ ମୁଁ କ’ଣ ଭୋଜନ କରିବାକୁ ଓ ପାନ କରିବାକୁ ଓ ଭାର୍ଯ୍ୟା ସଙ୍ଗେ ଶୟନ କରିବାକୁ ଆପଣା ଗୃହକୁ ଯିବି ? ଆପଣ ଜୀବିତ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଏକଥା କରିବି ନାହିଁ।” Gade chapit laପବିତ୍ର ବାଇବଲ11 ଊରିୟ ଦାଉଦଙ୍କୁ କହିଲା, “ପବିତ୍ର ସିନ୍ଦୁକ, ଇସ୍ରାଏଲ ଓ ଯିହୁଦାର ସୈନ୍ୟବାହିନୀ ଏବଂ ମୋର ରାଜାଙ୍କର ଅଧିକାରୀଗଣ ଖୋଲା ପଦାରେ ତମ୍ବୁ କରିଛନ୍ତି। ତେଣୁ ମୁଁ କିପରି ଭୋଜନ କରିବାକୁ ଘରକୁ ଯିବି ଏବଂ ତା'ପରେ ମୋର ସ୍ତ୍ରୀଙ୍କ ସହିତ ଶୟନ କରିବି? ତୁମ୍ଭେ ଓ ମୁଁ ବଞ୍ଚିଥିବା ଯାଏ ସେପରି କରିବି ନାହିଁ।” Gade chapit la |
ଏଥିରେ ରାଜା କହିଲେ, “ଏସମସ୍ତ କଥାରେ କି ତୁମ୍ଭ ସଙ୍ଗେ ଯୋୟାବର ହାତ ନାହିଁ?” ସେହି ସ୍ତ୍ରୀ ଉତ୍ତର ଦେଇ କହିଲା, “ହେ ମୋର ପ୍ରଭୋ, ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୋʼ ପ୍ରଭୁ ମହାରାଜ ଯାହା କହିଅଛନ୍ତି, ତହିଁର ଡାହାଣକୁ କି ବାମକୁ ଫେରିବାକୁ କାହାରି ଆୟତ୍ତ ନାହିଁ; କାରଣ ଆପଣଙ୍କ ଦାସ ଯୋୟାବ ମୋତେ ଆଦେଶ କରି ଆପଣଙ୍କ ଦାସୀଙ୍କୁ ଏହି ସମସ୍ତ କଥା ଶିଖାଇଅଛନ୍ତି।