Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 12:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଥିରେ ଦାଉଦଙ୍କ ଗୃହସ୍ଥ ପ୍ରାଚୀନମାନେ ଉଠି ତାଙ୍କୁ ଭୂମିରୁ ଉଠାଇବା ପାଇଁ ତାଙ୍କ ନିକଟରେ ଛିଡ଼ା ହେଲେ; ମାତ୍ର ସେ ଉଠିଲେ ନାହିଁ, କିଅବା ସେମାନଙ୍କ ସଙ୍ଗେ ଭୋଜନ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏଥିରେ ତାଙ୍କ ଗୃହସ୍ଥ ପ୍ରାଚୀନମାନେ ଉଠି ତାଙ୍କୁ ଭୂମିରୁ ଉଠାଇବା ପାଇଁ ତାଙ୍କ ନିକଟରେ ଛିଡ଼ା ହେଲେ; ମାତ୍ର ସେ ସମ୍ମତ ହେଲେ ନାହିଁ, କିଅବା ସେମାନଙ୍କ ସଙ୍ଗେ ଭୋଜନ କଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

17 ଏଥିରେ ଦାଉଦଙ୍କ ଗୃହସ୍ଥ ପ୍ରାଚୀନମାନେ ଉଠି ତାଙ୍କୁ ଭୂମିରୁ ଉଠାଇବା ପାଇଁ ତାଙ୍କ ନିକଟରେ ଛିଡ଼ା ହେଲେ; ମାତ୍ର ସେ ଉଠିଲେ ନାହିଁ, କିଅବା ସେମାନଙ୍କ ସଙ୍ଗେ ଭୋଜନ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

17 ଦାଉଦଙ୍କ ପରିବାରର ବୟସ୍କମାନେ ଦାଉଦଙ୍କୁ ଭୂମିରୁ ଉଠାଇବାକୁ ଗ୍ଭହିଁଲେ। କିନ୍ତୁ ଦାଉଦ ଉଠିଲେ ନାହିଁ କି ସେମାନଙ୍କ ସହିତ ଭୋଜନ କଲେ ନାହିଁ।

Gade chapit la Kopi




2 ଶାମୁୟେଲ 12:17
7 Referans Kwoze  

ଏଉତ୍ତାରେ ଦିନ ଥାଉ ଥାଉ ଦାଉଦଙ୍କୁ ଭୋଜନ କରାଇବା ନିମନ୍ତେ ସମସ୍ତ ଲୋକ ଆସିଲେ; ମାତ୍ର ଦାଉଦ ଶପଥ କରି କହିଲେ, “ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଯେବେ ମୁଁ ରୁଟି କି ଆଉ କିଛି ସ୍ପର୍ଶ କରେ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ ଓ ତହିଁରୁ ଅଧିକ ଦିଅନ୍ତୁ।”


ମାତ୍ର ସେ ଅସମ୍ମତ ହୋଇ କହିଲେ, “ମୁଁ ଭୋଜନ କରିବି ନାହିଁ।” ତଥାପି ତାଙ୍କର ଦାସମାନେ ଓ ସେ ସ୍ତ୍ରୀ ମିଶି ତାଙ୍କୁ ବଳାନ୍ତେ, ସେ ସେମାନଙ୍କ ରବ ଶୁଣିଲେ। ପୁଣି, ସେ ଭୂମିରୁ ଉଠି ଶଯ୍ୟା ଉପରେ ବସିଲେ।


ଏଣୁ ସେ ଆପଣା ଗୃହର ସର୍ବକାର୍ଯ୍ୟାଧ୍ୟକ୍ଷ ବୃଦ୍ଧ ଦାସକୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ମୋʼ ଜଙ୍ଘରେ ହସ୍ତ ଦିଅ;


ଏଉତ୍ତାରେ ସପ୍ତମ ଦିନରେ ବାଳକ ମଲା। ମାତ୍ର ବାଳକ ଯେ ମରିଅଛି, ଏହି କଥା ଦାଉଦଙ୍କୁ ଜଣାଇବା ପାଇଁ ତାଙ୍କର ଦାସମାନେ ଭୟ କଲେ; କାରଣ ସେମାନେ କହିଲେ, “ଦେଖ, ବାଳକ ବଞ୍ଚିଥିବା ବେଳେ ଆମ୍ଭେମାନେ ବହୁତ କହିଲେ ହେଁ ସେ ଆମ୍ଭମାନଙ୍କ ରବ ଶୁଣିଲେ ନାହିଁ; ଏବେ ବାଳକ ମରିଅଛି, ଏ କଥା ତାଙ୍କୁ ଜଣାଇଲେ, ସେ ଆପଣାର କି ଅନିଷ୍ଟ ନ କରିବେ?”


ମୋହର ହୃଦୟ ତୃଣ ପରି ଉତ୍ତାପିତ ଓ ଶୁଷ୍କ ହୋଇଅଛି, ମୁଁ ଆପଣା ଆହାର ଭୋଜନ କରିବାକୁ ପାସୋରି ଯାଏ।


ଏଉତ୍ତାରେ ରାଜା ଆପଣା ଅଟ୍ଟାଳିକାକୁ ଯାଇ ଉପବାସରେ ରାତ୍ରି କ୍ଷେପଣ କଲା ଓ ବାଦ୍ୟଯନ୍ତ୍ରାଦି ତାହା ନିକଟକୁ ଅଣାଗଲା ନାହିଁ; ଆଉ, ତାହାର ନିଦ୍ରା ନୋହିଲା।


ଏଥିଉତ୍ତାରେ ତାଙ୍କର ସମସ୍ତ ପୁତ୍ର ଓ ସମସ୍ତ କନ୍ୟା ଉଠି ତାଙ୍କୁ ସାନ୍ତ୍ୱନା କରିବାକୁ ଯତ୍ନ କଲେ; ମାତ୍ର ସେ ମାନିଲେ ନାହିଁ; ପୁଣି, ସେ କହିଲେ, “ମୁଁ ଶୋକ କରୁ କରୁ ପୁତ୍ର ନିକଟକୁ କବରକୁ ଅଧୋଗମନ କରିବି।” ଏହି ପ୍ରକାରେ ତାହାର ପିତା ତାହା ନିମନ୍ତେ ରୋଦନ କଲେ।


Swiv nou:

Piblisite


Piblisite