Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 12:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଥିଉତ୍ତାରେ ଦାଉଦ ଆପଣା ଭାର୍ଯ୍ୟା ବତ୍‍ଶେବାକୁ ସାନ୍ତ୍ୱନା କଲେ ଓ ତାହା ନିକଟକୁ ଯାଇ ତାହାର ସହବାସ କଲେ; ଏଥିଉତ୍ତାରେ ବତ୍‍ଶେବା ପୁତ୍ର ପ୍ରସବ କରନ୍ତେ, ଦାଉଦ ତାହାର ନାମ ଶଲୋମନ ଦେଲେ, ଆଉ ସଦାପ୍ରଭୁ ତାହାକୁ ପ୍ରେମ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଅନନ୍ତର ଦାଉଦ ଆପଣା ଭାର୍ଯ୍ୟା ବତ୍ଶେବାକୁ ସାନ୍ତ୍ଵନା କଲେ ଓ ତାହା କତିକି ଯାଇ ତାହାର ସହବାସ କଲେ; ଏଥିଉତ୍ତାରେ ବତ୍ଶେବା ପୁତ୍ର ପ୍ରସବ କରନ୍ତେ, ଦାଉଦ ତାହାର ନାମ ଶଲୋମନ ଦେଲେ।

Gade chapit la Kopi

ଓଡିଆ ବାଇବେଲ

24 ଏଥିଉତ୍ତାରେ ଦାଉଦ ଆପଣା ଭାର୍ଯ୍ୟା ବତ୍‍ଶେବାକୁ ସାନ୍ତ୍ୱନା କଲେ ଓ ତାହା ନିକଟକୁ ଯାଇ ତାହାର ସହବାସ କଲେ; ଏଥିଉତ୍ତାରେ ବତ୍‍ଶେବା ପୁତ୍ର ପ୍ରସବ କରନ୍ତେ, ଦାଉଦ ତାହାର ନାମ ଶଲୋମନ ଦେଲେ, ଆଉ ସଦାପ୍ରଭୁ ତାହାକୁ ପ୍ରେମ କଲେ।

Gade chapit la Kopi

ପବିତ୍ର ବାଇବଲ

24 ତା'ପରେ ଦାଉଦ ବ‌‌ତ୍‌‌ଶେବାକୁ ସାନ୍ତ୍ୱନା ଦେଲେ ଓ ତାଙ୍କ ସହିତ ଯୌନ ସମ୍ପର୍କ ରଖିଲେ ଓ ସେ ଗର୍ଭବତୀ ହେଲେ ଓ ସେ ଆଉ ଏକ ପୁତ୍ରକୁ ଜନ୍ମ ଦେଲେ। ଦାଉଦ ସେ ପିଲାଟିର ନାମ ଶଲୋମନ ରଖିଲେ। ସଦାପ୍ରଭୁ ଶଲୋମନଙ୍କୁ ପ୍ରେମ କଲେ।

Gade chapit la Kopi




2 ଶାମୁୟେଲ 12:24
13 Referans Kwoze  

ଯିଶୀ ଦାଉଦ ରାଜାଙ୍କୁ ଜନ୍ମ ଦେଲେ। ଦାଉଦ ଉରୀୟଙ୍କ ଭାର୍ଯ୍ୟାଙ୍କ ଗର୍ଭରୁ ଶଲୋମନଙ୍କୁ ଜନ୍ମ ଦେଲେ,


ଏଥିଉତ୍ତାରେ ଦାଉଦ ରାଜା ସମଗ୍ର ସମାଜକୁ କହିଲେ, “ପରମେଶ୍ୱର ଆମ୍ଭ ପୁତ୍ର ଶଲୋମନଙ୍କୁ ଏକା ମନୋନୀତ କରିଅଛନ୍ତି, ସେ ଏବେ ମଧ୍ୟ ଅଳ୍ପ ବୟସ୍କ ଓ କୋମଳ, ପୁଣି, କାର୍ଯ୍ୟ ଅତି ବଡ଼; କାରଣ ଏହି ପ୍ରାସାଦ ମନୁଷ୍ୟ ପାଇଁ ନୁହେଁ, ମାତ୍ର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ଅଟେ।


ଯିରୂଶାଲମରେ ତାଙ୍କର ଏହି ପୁତ୍ରମାନେ ଜାତ ହୋଇଥିଲେ, ଯଥା, ଶିମୀୟ, ଶୋବବ୍‍, ନାଥନ ଓ ଶଲୋମନ, ଏହି ଚାରି ଜଣ ଅମ୍ମୀୟେଲର କନ୍ୟା ବତ୍‍ଶୂୟାଠାରୁ ଜାତ;


ତୁମ୍ଭର ଦିନ ପୂର୍ଣ୍ଣ ହେଲେ ଓ ତୁମ୍ଭେ ଆପଣା ପିତୃଲୋକମାନଙ୍କ ସଙ୍ଗରେ ଶୟନ କଲେ, ଆମ୍ଭେ ତୁମ୍ଭ ଔରସଜାତ ବଂଶକୁ ତୁମ୍ଭ ଉତ୍ତାରେ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା।


ପୁଣି ସେ ନାଥନ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା କହି ପଠାନ୍ତେ, ସଦାପ୍ରଭୁଙ୍କ ସକାଶୁ ସେ ତାହାର ନାମ ଯିଦିଦୀୟ ଦେଲେ।


ମାତ୍ର, ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ବନାୟକୁ ଓ ବୀରମାନଙ୍କୁ ଓ ଆପଣା ଭାଇ ଶଲୋମନକୁ ସେ ନିମନ୍ତ୍ରଣ କଲେ ନାହିଁ।


ଏଥିରେ ନାଥନ ଶଲୋମନଙ୍କର ମାତା ବତ୍‍ଶେବାକୁ କହିଲେ, “ଆମ୍ଭମାନଙ୍କ ପ୍ରଭୁ ଦାଉଦଙ୍କ ଅଜ୍ଞାତସାରରେ ହଗୀତର ପୁତ୍ର ଅଦୋନୀୟ ରାଜା ହୋଇଅଛି, ଏହା କʼଣ ତୁମ୍ଭେ ଶୁଣି ନାହଁ?


ଇସ୍ରାଏଲର ରାଜା ଶଲୋମନ କି ଏସବୁ କାର୍ଯ୍ୟ ଦ୍ୱାରା ପାପ କରି ନ ଥିଲେ? ଅନେକ ଗୋଷ୍ଠୀ ମଧ୍ୟରେ ତାଙ୍କ ପରି ରାଜା କେହି ନ ଥିଲେ ଓ ସେ ଆପଣା ପରମେଶ୍ୱରଙ୍କର ପ୍ରିୟପାତ୍ର ଥିଲେ, ପୁଣି ପରମେଶ୍ୱର ତାଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କଲେ; ତଥାପି ବିଦେଶୀୟା ସ୍ତ୍ରୀମାନେ ତାଙ୍କୁ ହିଁ ପାପ କରାଇଲେ।


ସେ ବିନ୍ୟାମୀନ୍ ବିଷୟରେ କହିଲେ, “ସଦାପ୍ରଭୁଙ୍କ ପ୍ରିୟ ଲୋକ ତାହାଙ୍କ ନିକଟରେ ନିର୍ଭୟରେ ବାସ କରିବ; ସେ ସାରାଦିନ ତାହାକୁ ଆବୋରି ରଖନ୍ତି ଓ ସେ ତାହାର ସ୍କନ୍ଧଦ୍ୱୟ ମଧ୍ୟରେ ବାସ କରନ୍ତି।”


ଯିରୂଶାଲମରେ ତାଙ୍କର ଔରସରେ ଯେଉଁମାନେ ଜନ୍ମିଲେ, ସେମାନଙ୍କର ନାମ ଏହି: ଯଥା:- ଶମ୍ମୂୟ ଓ ଶୋବବ୍‍ ଓ ନାଥନ ଓ ଶଲୋମନ


ମୁଁ ଆପଣା ପିତାଙ୍କର ପୁଅଟିଏ ଥିଲି, ପୁଣି, ମାତାଙ୍କ ଦୃଷ୍ଟିରେ କୋମଳ ଓ ଏକମାତ୍ର ପ୍ରିୟ ଥିଲି।


Swiv nou:

Piblisite


Piblisite