Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 12:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଆହୁରି ସେ ତନ୍ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବାହାର କରି ଆଣି ସେମାନଙ୍କୁ କରତ ଓ ଲୁହା ମଇ ଓ ଲୁହା କୁହ୍ରାଡ଼ି ଦ୍ୱାରା ଦଣ୍ଡ ଦେଲେ ଓ ସେମାନଙ୍କୁ ଇଟା ଭାଟିରେ କାମ କରାଇଲେ; ସେ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି ଏହି ପ୍ରକାର କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ଆହୁରି ସେ ତନ୍ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବାହାର କରି ଆଣି ସେମାନଙ୍କୁ କରତ ଓ ଲୁହା ମଇ ଓ ଲୁହା କୁହ୍ରାଡ଼ି ଦ୍ଵାରା ଦଣ୍ତ ଦେଲେ ଓ ସେମାନଙ୍କୁ ଇଟାଭାଟି ଦେଇ ଗମନ କରାଇଲେ; ସେ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି ଏହି ପ୍ରକାର କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।

Gade chapit la Kopi

ଓଡିଆ ବାଇବେଲ

31 ଆହୁରି ଦାଉଦ ନଗର ମଧ୍ୟରୁ ଲୋକମାନଙ୍କୁ ବାହାର କରି ଆଣି ସେମାନଙ୍କୁ କରତ ଓ ଲୁହା ମଇ ଓ ଲୁହା କୁହ୍ରାଡ଼ି ଦ୍ୱାରା ଦଣ୍ଡ ଦେଲେ ଓ ସେମାନଙ୍କୁ ଇଟା ଭାଟିରେ କାମ କରାଇଲେ; ସେ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି ଏହି ପ୍ରକାର କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।

Gade chapit la Kopi

ପବିତ୍ର ବାଇବଲ

31 ସେ ସହରର ଲୋକମାନଙ୍କୁ ବାହାର କରି ଆଣି ସେମାନଙ୍କୁ କରତ ଓ ଲୁହାମଇ ଓ ଲୁହା କୁହ୍ରାଡ଼ି ଦ୍ୱାରା କଠିନ କାର୍ଯ୍ୟ କରାଇ ଦଣ୍ତ ଦେଲେ ଓ ସେମାନଙ୍କୁ ଇଟା ତିଆରି କରାଇଲେ। ସେ ଅମ୍ମୋନୀୟମାନଙ୍କ ସମୁଦାୟ ନଗର ପ୍ରତି ଏପରି କଲେ। ଏହା ପରେ ଦାଉଦ ଓ ସମସ୍ତ ଲୋକ ଯିରୁଶାଲମକୁ ଫେରି ଆସିଲେ।

Gade chapit la Kopi




2 ଶାମୁୟେଲ 12:31
10 Referans Kwoze  

ଆହୁରି, ସେ ତନ୍ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବାହାର କରି ଆଣି କରତ ଓ ଲୁହାର ମଇ ଓ କୁହ୍ରାଡ଼ି ଦ୍ୱାରା ଛେଦନ କଲେ। ଏହି ପ୍ରକାରେ ଦାଉଦ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଦମ୍ମେଶକର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ ଯନ୍ତ୍ରରେ ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି;


ପୁଣି ସେ ମୋୟାବକୁ ପରାସ୍ତ କରି ସେହି ଲୋକମାନଙ୍କୁ ଭୂମିରେ ଶୟନ କରାଇ ଦଉଡ଼ିରେ ମାପିଲେ ଓ ସେ ବଧ କରିବା ପାଇଁ ଦୁଇ ଦଉଡ଼ି ଓ ଜୀବିତ ରଖିବା ପାଇଁ ସମ୍ପୂର୍ଣ୍ଣ ଏକ ଦଉଡ଼ି ମାପିଲେ। ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ତାଙ୍କୁ କର ଦେଲେ।


କେହି ଅବା ପ୍ରସ୍ତରାଘାତରେ ହତ, କେହି ଅବା ନିର୍ଯ୍ୟାତିତ, କେହି କରତ ଦ୍ୱାରା ଦ୍ୱିଖଣ୍ଡିତ, ପୁଣି, କେହି ଅବା ଖଡ୍ଗ ଦ୍ୱାରା ନିହତ ହେଲେ, କେହି କେହି ମେଷ ଓ ଛାଗଳର ଚର୍ମରେ ଆଚ୍ଛାଦିତ, ଅଭାବଗ୍ରସ୍ତ, କ୍ଳିଷ୍ଟ ଓ ତାଡନାପ୍ରାପ୍ତ ହୋଇ


ପୁଣି, ଦାଉଦ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ, ଆଉ ଦେଖିଲେ ଯେ, ତାହା ଏକ ତାଳନ୍ତ ପରିମିତ ସ୍ୱର୍ଣ୍ଣ ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା। ପୁଣି, ତାହା ଦାଉଦଙ୍କର ମସ୍ତକରେ ଦିଆଗଲା; ଆଉ ସେ ସେହି ନଗରର ପ୍ରଚୁର ଲୁଟଦ୍ରବ୍ୟ ବାହାର କରି ଆଣିଲେ।


“ତୁମ୍ଭେ କେତେଗୁଡ଼ିଏ ବୃହତ ପ୍ରସ୍ତର ଆପଣା ହସ୍ତରେ ନେଇ, ତଫନ୍‍ହେଷରରେ ଫାରୋ ଗୃହର ପ୍ରବେଶ ସ୍ଥାନର ନିକଟରେ ଯେଉଁ ଇଟାଗାନ୍ଥୁନି ଅଛି, ତହିଁ ମଧ୍ୟରେ ମଶଲା ଭିତରେ ଯିହୁଦାର ଲୋକମାନଙ୍କ ସାକ୍ଷାତରେ ଲୁଚାଇ ରଖ;


ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସହିତ ସମୁଦାୟ ଇସ୍ରାଏଲ ଗିଲ୍‍ଗଲ୍‍ ଛାଉଣିକୁ ନେଉଟି ଆସିଲେ।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଅମ୍ମୋନ-ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି।


ମାତ୍ର ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ଜ୍ୱଳାଇବା ଓ ତାହା ଯୁଦ୍ଧ ଦିନରେ ମହାନାଦ ଓ ଘୂର୍ଣ୍ଣିବାୟୁର ଦିନରେ ପ୍ରଚଣ୍ଡ ତୋଫାନ ସହିତ ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।


Swiv nou:

Piblisite


Piblisite