Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 13:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଏହି ଘଟଣା ହେଲା; ଦାଉଦଙ୍କର ପୁତ୍ର ଅବଶାଲୋମର ତାମର ନାମରେ ଏକ ସୁନ୍ଦରୀ ଭଉଣୀ ଥିଲା; ନିଜର ସାବତ ଭଉଣୀ ପ୍ରତି ଦାଉଦଙ୍କର ପୁତ୍ର ଅମ୍ନୋନ କାମାସକ୍ତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏଥିଉତ୍ତାରେ ଏହି ଘଟନା ହେଲା; ଦାଉଦଙ୍କର ପୁତ୍ର ଅବଶାଲୋମର ତାମର ନାମରେ ଏକ ସୁନ୍ଦରୀ ଭଗିନୀ ଥିଲା; ତାହା ପ୍ରତି ଦାଉଦଙ୍କର ପୁତ୍ର ଅମ୍ନୋନ କାମାସକ୍ତ ହେଲା।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଏହି ଘଟଣା ହେଲା; ଦାଉଦଙ୍କର ପୁତ୍ର ଅବଶାଲୋମର ତାମର ନାମରେ ଏକ ସୁନ୍ଦରୀ ଭଉଣୀ ଥିଲା; ନିଜର ସାବତ ଭଉଣୀ ପ୍ରତି ଦାଉଦଙ୍କର ପୁତ୍ର ଅମ୍ନୋନ କାମାସକ୍ତ ହେଲା।

Gade chapit la Kopi

ପବିତ୍ର ବାଇବଲ

1 ଦାଉଦଙ୍କର ଏକ ପୁତ୍ର ଥିଲା, ଯାହାର ନାମ ଥିଲା ଅବଶାଲୋମ। ଅବଶାଲୋମର ଏକ ଭଉଣୀ ଥିଲା, ଯାହାର ନାମ ଥିଲା ତାମର। ତାମର ଭାରୀ ସୁନ୍ଦରୀ ଥିଲା। ଦାଉଦଙ୍କର ଅନ୍ୟ ଏକ ପୁତ୍ର ଥିଲା ଅମ୍ନୋନ।

Gade chapit la Kopi




2 ଶାମୁୟେଲ 13:1
15 Referans Kwoze  

ଏସମସ୍ତେ ଦାଉଦଙ୍କର ପୁତ୍ର; ଏମାନେ ଉପପତ୍ନୀଗଣର ସନ୍ତାନମାନଙ୍କଠାରୁ ଭିନ୍ନ; ଆଉ ତାମର ଏମାନଙ୍କର ଭଗିନୀ ଥିଲା।


ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର;


ସେହି ଅବଶାଲୋମର ତିନି ପୁତ୍ର ଓ ଗୋଟିଏ କନ୍ୟା ଜାତ ହୋଇଥିଲେ; କନ୍ୟାର ନାମ ତାମର ଥିଲା, ସେ ପରମାସୁନ୍ଦରୀ।


ଏଉତ୍ତାରେ ଅମ୍ନୋନ ତାହାକୁ ଅତିଶୟ ଘୃଣା କଲା; ସେ ତାହାକୁ ଯେପରି ପ୍ରେମ କରିଥିଲା, ତାʼଠାରୁ ଅଧିକ ଘୃଣା କଲା। ଏଣୁ ଅମ୍ନୋନ ତାହାକୁ କହିଲା, ଉଠ, ଯା।


ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର; ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ।


ତୁମ୍ଭ ଅନ୍ତଃକରଣରେ ତାହାର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ; ଅବା ତାହାର କଟାକ୍ଷରେ ତୁମ୍ଭକୁ ଧରିବାକୁ ତାକୁ ଦିଅ ନାହିଁ।


ଶଲୋମନ ରାଜା ଫାରୋର କନ୍ୟା ଛଡ଼ା ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ, ସୀଦୋନୀୟ ଓ ହିତ୍ତୀୟ ଅନେକ ବିଦେଶୀୟା ସ୍ତ୍ରୀମାନଙ୍କୁ ପ୍ରେମ କଲେ;


ଦିନେ ସନ୍ଧ୍ୟା ସମୟରେ ଦାଉଦ ଆପଣା ଶଯ୍ୟାରୁ ଉଠି ରାଜଗୃହର ଛାତ ଉପରେ ବୁଲୁଥିଲେ; ପୁଣି ସେହି ଛାତ ଉପରୁ ସେ ଏକ ସ୍ତ୍ରୀକୁ ସ୍ନାନ କରୁଥିବା ଦେଖିଲେ; ସେହି ସ୍ତ୍ରୀ ଦେଖିବାକୁ ଅତି ସୁନ୍ଦରୀ ଥିଲା।


ଆଉ ଯାକୁବର ସେହି କନ୍ୟା ଦୀଣାଠାରେ ତାହାର ମନ ଅନୁରକ୍ତ ହେବାରୁ ସେ ସେହି ଯୁବତୀକି ପ୍ରେମ କରି ତାକୁ ପ୍ରୀତିଜନକ ବାକ୍ୟ କହିଲା।


ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି, ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା।


ଆଉ ଯାକୁବ ରାହେଲକୁ ପ୍ରେମ କଲା; ଏଥିନିମିତ୍ତ ସେ ଉତ୍ତର କଲା, “ତୁମ୍ଭର କନିଷ୍ଠା କନ୍ୟା ରାହେଲ ନିମନ୍ତେ ମୁଁ ସାତ ବର୍ଷ ତୁମ୍ଭର ଦାସ୍ୟକର୍ମ କରିବି।”


ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ।


ପୁଣି ଅମ୍ନୋନ ଆପଣା ଭଉଣୀ ତାମର ଲାଗି ଏପରି ଆକୁଳ ହେଲା ଯେ, ସେ ପୀଡ଼ିତ ହେଲା; କାରଣ ତାମର ଅନୂଢ଼ା ଥିଲା ଓ ତାହା ପ୍ରତି କିଛି କରିବାକୁ ଅମ୍ନୋନକୁ କଷ୍ଟକର ବୋଧ ହେଲା।


Swiv nou:

Piblisite


Piblisite