Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 13:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହିଁରେ ସେ ଉତ୍ତର କଲା, “ନା ନା, ମୋର ଭାଇ, ମୋତେ ଭ୍ରଷ୍ଟ ନ କର; କାରଣ ଇସ୍ରାଏଲ ମଧ୍ୟରେ ଏହିପରି କର୍ମ ନ କରାଯିବା ଉଚିତ। ତୁମ୍ଭେ ଏହି ମୂଢ଼ କର୍ମ ନ କର!

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତହିଁରେ ସେ ଉତ୍ତର କଲା, ନା ନା, ମୋର ଭାଇ, ମୋତେ ଭ୍ରଷ୍ଟ ନ କର; କାରଣ ଇସ୍ରାଏଲ ମଧ୍ୟରେ ଏପରି କର୍ମ ଅକର୍ତ୍ତବ୍ୟ, ତୁମ୍ଭେ ଏହି ମୂଢ଼କର୍ମ ନ କର।

Gade chapit la Kopi

ଓଡିଆ ବାଇବେଲ

12 ତହିଁରେ ସେ ଉତ୍ତର କଲା, “ନା ନା, ମୋର ଭାଇ, ମୋତେ ଭ୍ରଷ୍ଟ ନ କର; “କାରଣ ଇସ୍ରାଏଲ ମଧ୍ୟରେ ଏହିପରି କର୍ମ ନ କରାଯିବା ଉଚିତ୍।” ତୁମ୍ଭେ ଏହି ମୂଢ଼କର୍ମ ନ କର !

Gade chapit la Kopi

ପବିତ୍ର ବାଇବଲ

12 ସେଥିରେ ସେ ଉତ୍ତର ଦେଲା, “ନା, ନା, ଭାଇ ମୋତେ ଏହା କରିବାକୁ ବାଧ୍ୟ ନ କର, କାରଣ ଇସ୍ରାଏଲ ମଧ୍ୟରେ ଏପରି କର୍ମ ନିଷେଧ। ଏହିପରି ଭୟଙ୍କର କାର୍ଯ୍ୟ କର ନାହିଁ।

Gade chapit la Kopi




2 ଶାମୁୟେଲ 13:12
12 Referans Kwoze  

ତହୁଁ ମୁଁ ନିଜ ଉପପତ୍ନୀକୁ ନେଇ ଖଣ୍ଡ ଖଣ୍ଡ କରି ଇସ୍ରାଏଲର ଅଧିକାରସ୍ଥ ପ୍ରଦେଶର ସର୍ବତ୍ର ପଠାଇଲି; କାରଣ ସେମାନେ ଇସ୍ରାଏଲ ମଧ୍ୟରେ ଦୁଷ୍ଟତା ଓ ମୂଢ଼ତାର କର୍ମ କରିଅଛନ୍ତି।


ତହିଁରେ ସେହି ଗୃହକର୍ତ୍ତା ବାହାରକୁ ସେମାନଙ୍କ ନିକଟକୁ ଯାଇ କହିଲା, “ନାହିଁ ନାହିଁ, ଆମ୍ଭର ଭ୍ରାତୃଗଣ, ବିନୟ କରୁଅଛୁ, ଏପରି ଦୁଷ୍କର୍ମ କର ନାହିଁ; ଏ ପୁରୁଷ ଆମ୍ଭ ଘରକୁ ଆସିଅଛି, ଏଥିପାଇଁ ଏହି ମୂଢ଼ତାର କର୍ମ ନ କର।


ଆଉ, ଯଦି କେହି ଆପଣା ଭଗିନୀକୁ, ଅର୍ଥାତ୍‍, ଆପଣା ପିତୃକନ୍ୟା କି ମାତୃକନ୍ୟାକୁ ଗ୍ରହଣ କରେ ଓ ଦୁହେଁ ପରସ୍ପରର ଉଲଙ୍ଗତା ଦେଖନ୍ତି, ତେବେ ତାହା ଲଜ୍ଜାର ବିଷୟ; ସେମାନେ ଆପଣା ଲୋକମାନଙ୍କ ସନ୍ତାନଗଣର ସାକ୍ଷାତରେ ଉଚ୍ଛିନ୍ନ ହେବେ; ସେ ଆପଣା ଭଗିନୀର ଆବରଣୀୟ ଅନାବୃତ କରିଅଛି; ସେ ଆପଣା ଅପରାଧ ବୋହିବ।


ଆଉ ଯାକୁବର ପୁତ୍ରମାନେ ସେହି ସମ୍ବାଦ ପାଇ କ୍ଷେତ୍ରରୁ ଆସିଥିଲେ; ପୁଣି, ଶିଖିମ ଯାକୁବର କନ୍ୟା ସହିତ ଶୟନ କରି ଇସ୍ରାଏଲ ବିରୁଦ୍ଧରେ ଯେଉଁ ଅକର୍ତ୍ତବ୍ୟ ମୂଢ଼ କର୍ମ କରିଥିଲା, ତହିଁ ସକାଶେ ସେମାନେ ମନସ୍ତାପିତ ଓ ଅତି କ୍ରୋଧାନ୍ୱିତ ଥିଲେ।


ତୁମ୍ଭେ ଆପଣା ସାବତ ଭଉଣୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ସେ ତୁମ୍ଭ ପିତାଠାରୁ ଜନ୍ମିଅଛି, ସେ ତୁମ୍ଭର ଭଗିନୀ, ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।


ତୁମ୍ଭେ ଆପଣା ଭଗିନୀ, ଅର୍ଥାତ୍‍, ତୁମ୍ଭ ପିତୃକନ୍ୟା କି ମାତୃକନ୍ୟା, ସେ ଗୃହରେ ଜନ୍ମ ହେଉ କି ଅନ୍ୟତ୍ର ଜନ୍ମ ହେଉ, ତାହାର ଆବରଣୀୟ ଅନାବୃତ କରିବ ନାହିଁ।


ତହିଁରେ ମୁଁ ଦେଖିଲି, ଅଜ୍ଞାନମାନଙ୍କ ମଧ୍ୟରେ ଓ ଚିହ୍ନିଲି ଯୁବାମାନଙ୍କ ମଧ୍ୟରେ ଜଣେ ବୁଦ୍ଧିହୀନ ଯୁବା ଲୋକ


ତେବେ ତାହା ସହିତ ଶୟନକାରୀ ସେହି ପୁରୁଷ କନ୍ୟାର ପିତାକୁ ପଚାଶ ଶେକଲ ରୂପା ଦେବ ଓ ସେ ତାହାକୁ ଭ୍ରଷ୍ଟ କରିବାରୁ ସେ ତାହାର ଭାର୍ଯ୍ୟା ହେବ; ସେହି ପୁରୁଷ ତାହାକୁ ଯାବଜ୍ଜୀବନ ତ୍ୟାଗ କରି ପାରିବ ନାହିଁ।


ତହିଁରେ ହିବ୍ବୀୟ ହମୋର ନାମକ ଦେଶାଧିପତିର ପୁତ୍ର ଶିଖିମ ତାହାକୁ ଦେଖିଲା; ପୁଣି, ତାହାକୁ ନେଇ ତାହା ସହିତ ଶୟନ କରି ତାହାକୁ ଭ୍ରଷ୍ଟା କଲା।


ତେବେ ସେମାନେ ସେହି କନ୍ୟାକୁ ବାହାର କରି ପିତୃଗୃହର ଦ୍ୱାର ନିକଟକୁ ଆଣିବେ, ଆଉ ନଗରସ୍ଥ ଲୋକମାନେ ପ୍ରସ୍ତରାଘାତ କରି ତାହାକୁ ବଧ କରିବେ; କାରଣ ପିତୃଗୃହରେ ବ୍ୟଭିଚାର କରିବାରୁ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।


କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି, ସଦାପ୍ରଭୁ କହନ୍ତି, ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ।’”


Swiv nou:

Piblisite


Piblisite