Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 13:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି ଅମ୍ନୋନ ଆପଣା ଭଉଣୀ ତାମର ଲାଗି ଏପରି ଆକୁଳ ହେଲା ଯେ, ସେ ପୀଡ଼ିତ ହେଲା; କାରଣ ତାମର ଅନୂଢ଼ା ଥିଲା ଓ ତାହା ପ୍ରତି କିଛି କରିବାକୁ ଅମ୍ନୋନକୁ କଷ୍ଟକର ବୋଧ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ଅମ୍ନୋନ ଆପଣା ଭଗିନୀ ତାମର ଲାଗି ଏପରି ଆକୁଳ ହେଲା ଯେ, ସେ ପୀଡ଼ିତ ହେଲା; କାରଣ ତାମର ଅନୂଢ଼ା ଥିଲା ଓ ତାହା ପ୍ରତି କିଛି କରିବାକୁ ଅମ୍ନୋନକୁ କଷ୍ଟକର ବୋଧ ହେଲା।

Gade chapit la Kopi

ଓଡିଆ ବାଇବେଲ

2 ପୁଣି ଅମ୍ନୋନ ଆପଣା ଭଉଣୀ ତାମର ଲାଗି ଏପରି ଆକୁଳ ହେଲା ଯେ, ସେ ପୀଡ଼ିତ ହେଲା; କାରଣ ତାମର ଅନୂଢ଼ା ଥିଲା ଓ ତାହା ପ୍ରତି କିଛି କରିବାକୁ ଅମ୍ନୋନକୁ କଷ୍ଟକର ବୋଧ ହେଲା।

Gade chapit la Kopi

ପବିତ୍ର ବାଇବଲ

2 ଅମ୍ନୋନ ନିଜର ସାବତ ଭଉଣୀ ତାମରକୁ ଭଲପାଇ ବସିଲା ଓ ତା’ ପ୍ରେମରେ ତାକୁ ଜ୍ୱର ଆସିଗଲା। ତାମର ଅନୁଢ଼ା ଥିଲା। ଅମ୍ନୋନ ତାକୁ ବହୁତ ଗ୍ଭହୁଁଥିଲା, କିନ୍ତୁ ତା’ ସହିତ ଏକାକୀ ରହିବା ପାଇଁ ଅବକାଶ ପାଇଲା ନାହିଁ।

Gade chapit la Kopi




2 ଶାମୁୟେଲ 13:2
5 Referans Kwoze  

କାରଣ ଈଶ୍ବରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନ-ପରିବର୍ତ୍ତନ ଜନ୍ମାଏ, ଯାହା ସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ।


ହେ ଯିରୂଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋʼ ପ୍ରିୟତମଙ୍କର ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମପୀଡ଼ିତା ବୋଲି ତୁମ୍ଭେମାନେ ତାଙ୍କୁ କହିବ।


ତହୁଁ ଆହାବ ଯିଷ୍ରିୟେଲୀୟ ନାବୋତର ଉକ୍ତ କଥା ସକାଶୁ ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଆସିଲେ; କାରଣ ନାବୋତ କହିଥିଲା ଯେ, “ମୁଁ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି ନାହିଁ।” ଏଣୁ ଆହାବ ଆପଣା ମୁଖ ଫେରାଇ ଶଯ୍ୟାରେ ପଡ଼ି ଭୋଜନ କରିବାକୁ ଅସମ୍ମତ ହେଲେ।


ଏଥିଉତ୍ତାରେ ଏହି ଘଟଣା ହେଲା; ଦାଉଦଙ୍କର ପୁତ୍ର ଅବଶାଲୋମର ତାମର ନାମରେ ଏକ ସୁନ୍ଦରୀ ଭଉଣୀ ଥିଲା; ନିଜର ସାବତ ଭଉଣୀ ପ୍ରତି ଦାଉଦଙ୍କର ପୁତ୍ର ଅମ୍ନୋନ କାମାସକ୍ତ ହେଲା।


ମାତ୍ର ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍‍ ନାମରେ ଅମ୍ନୋନର ଜଣେ ବନ୍ଧୁ ଥିଲା; ସେହି ଯୋନାଦବ୍‍ ଅତି ଚତୁର।


Swiv nou:

Piblisite


Piblisite