Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 13:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଥିରେ ତାହାର ଭାଇ ଅବଶାଲୋମ ତାହାକୁ କହିଲା, “ତୁମ୍ଭ ଭାଇ ଅମ୍ନୋନ କି ତୁମ୍ଭର ବଳାତ୍କାର କରିଅଛି? ହେଉ, ଆମ୍ଭ ଭଉଣୀ, ଏବେ ତୁନି ହୁଅ, ସେ ତୁମ୍ଭର ଭାଇ; ଏ କଥା ମନେ ଧର ନାହିଁ।” ତହିଁରେ ତାମର ଉଦାସିନୀ ହୋଇ ଆପଣା ସହୋଦର ଅବଶାଲୋମର ଗୃହରେ ରହିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଏଥିରେ ତାହାର ଭାଇ ଅବଶାଲୋମ ତାହାକୁ ପଚାରିଲା, ତୁମ୍ଭ ଭାଇ ଅମ୍ନୋନ କି ତୁମ୍ଭର ସଂସର୍ଗ କରିଅଛି? ହେଉ, ଆମ୍ଭ ଭଗିନୀ, ଏବେ ତୁନି ହୁଅ, ସେ ତୁମ୍ଭର ଭାଇ; ଏ କଥା ମନେ ଧର ନାହିଁ। ତଦବଧି ତାମର ଉଦାସିନୀ ହୋଇ ଆପଣା ସହୋଦର ଅବଶାଲୋମର ଗୃହରେ ରହିଲା।

Gade chapit la Kopi

ଓଡିଆ ବାଇବେଲ

20 ଏଥିରେ ତାହାର ଭାଇ ଅବଶାଲୋମ ତାହାକୁ କହିଲା, “ତୁମ୍ଭ ଭାଇ ଅମ୍ନୋନ କି ତୁମ୍ଭର ବଳାତ୍କାର କରିଅଛି ? ହେଉ, ଆମ୍ଭ ଭଉଣୀ, ଏବେ ତୁନି ହୁଅ, ସେ ତୁମ୍ଭର ଭାଇ; ଏ କଥା ମନେ ଧର ନାହିଁ।” ତହିଁରେ ତାମର ଉଦାସିନୀ ହୋଇ ଆପଣା ସହୋଦର ଅବଶାଲୋମର ଗୃହରେ ରହିଲା।

Gade chapit la Kopi

ପବିତ୍ର ବାଇବଲ

20 ତୁମ୍ଭ ସହିତ ତୁମ୍ଭର ଭାଇ ଅମ୍ନୋନ ଅଛି କି? “ସେ ତୁମ୍ଭକୁ ଆଘାତ କଲା କି? ଭଉଣୀ, ଏବେ ତୁନି ହୁଅ, ସେ ତୁମ୍ଭର ଭାଇ, ଏ ବିଷୟରେ ଚିନ୍ତା କରି ବ୍ୟତିବ୍ୟସ୍ତ ହୁଅ ନାହିଁ।” ଏହା ପରେ ସେ ନିଜର ସହୋଦର ଅବଶାଲୋମର ଗୃହରେ ରହିଲା। ଏବଂ ସେ କିଛି କହିଲା ନାହିଁ। ସେ ସେଠାରେ ବାସ କଲା ଓ ଏକାକୀ ଥିଲା ଓ ଉଦାସ ଥିଲା।

Gade chapit la Kopi




2 ଶାମୁୟେଲ 13:20
7 Referans Kwoze  

ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଈଶ୍ବରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖାଅଛି, “ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା।”


ଘୃଣାକାରୀ ଆପଣା ଓଷ୍ଠରେ କପଟ କରେ, ମାତ୍ର ମନରେ ପ୍ରବଞ୍ଚନା ରଖେ।


ଏମାନେ ଓ କନ୍ୟା ଦୀଣା ପଦ୍ଦନ୍‍ ଅରାମରେ ଯାକୁବଙ୍କଠାରୁ ଜାତ ଲେୟାର ସନ୍ତାନ। ଏମାନେ ପୁତ୍ର କନ୍ୟାରେ ତେତିଶ ପ୍ରାଣୀ ଥିଲେ।


ତହିଁରେ ହିବ୍ବୀୟ ହମୋର ନାମକ ଦେଶାଧିପତିର ପୁତ୍ର ଶିଖିମ ତାହାକୁ ଦେଖିଲା; ପୁଣି, ତାହାକୁ ନେଇ ତାହା ସହିତ ଶୟନ କରି ତାହାକୁ ଭ୍ରଷ୍ଟା କଲା।


ତହୁଁ ତାମର ଆପଣା ମସ୍ତକରେ ଭସ୍ମ ଦେଇ ତାହା ଦେହର ଲମ୍ବା ଅଙ୍ଗରଖା ଚିରିଲା, ପୁଣି ସେ ଆପଣା ମସ୍ତକରେ ହସ୍ତ ଦେଇ କ୍ରନ୍ଦନ କରୁ କରୁ ଚାଲିଗଲା।


ମାତ୍ର ଦାଉଦ ରାଜା ଏହିସବୁ କଥା ଶୁଣି ଅତ୍ୟନ୍ତ କ୍ରୁଦ୍ଧ ହେଲେ।


ଆଉ ରାଜା କହିଲେ, “ସେ ଫେରି ଆପଣା ଘରକୁ ଯାଉ, ମାତ୍ର ସେ ମୋହର ମୁଖ ନ ଦେଖୁ।” ତହିଁରେ ଅବଶାଲୋମ ଆପଣା ଗୃହକୁ ଫେରିଗଲା ଓ ରାଜାଙ୍କର ମୁଖ ଦେଖିଲା ନାହିଁ।


Swiv nou:

Piblisite


Piblisite