Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 13:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ‘ଅମ୍ନୋନକୁ ମାର,’ ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କʼଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ଅମ୍ନୋନକୁ ମାର, ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କʼଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ।

Gade chapit la Kopi

ଓଡିଆ ବାଇବେଲ

28 ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ‘ଅମ୍ନୋନକୁ ମାର,’ ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କ’ଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ।”

Gade chapit la Kopi

ପବିତ୍ର ବାଇବଲ

28 ଏହା ପରେ ଅବଶାଲୋମ ନିଜର ସେବକମାନଙ୍କୁ ଆଜ୍ଞା ଦେଲେ ଓ କହିଲେ, “ଅମ୍ନୋନକୁ ଜଗି ଥାଅ, ଯେତେବେଳେ ସେ ଟିକେ ମାତାଲ ହେବ, ଦ୍ରକ୍ଷାରସରୁ ଉତ୍ତମ ଅନୁଭବ କରିବ, ମୋ’ ଆଦେଶ ଅନୁକରଣ କରି ତାକୁ ହତ୍ୟା କର। ଭୟ କର ନାହିଁ, ମୁଁ କ’ଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ, ବଳବାନ୍ ଏବଂ ସାହସୀ ହୁଅ।”

Gade chapit la Kopi




2 ଶାମୁୟେଲ 13:28
30 Referans Kwoze  

ତହୁଁ ସେ ଦୁହେଁ ଏକତ୍ର ବସି ଭୋଜନପାନ କଲେ; ଏଥିରେ ସେହି ଯୁବତୀର ପିତା ସେହି ଲେବୀୟ ଲୋକକୁ କହିଲା, “ଅନୁଗ୍ରହ କରି ଏହି ରାତ୍ରିଟି ରହି ଯାଅ, ଆପଣା ମନକୁ ଖୁସି କର।”


ସେମାନେ ଆପଣା ଆପଣା ମନକୁ ଖୁସି କଲା ବେଳେ, ଦେଖ, ନଗରର ଲୋକ କେତେକ ଦୁଷ୍ଟ ଲୋକମାନେ କବାଟରେ ମାରି ମାରି ଘରର ଚାରିପାଖ ଘେରିଲେ; ପୁଣି ସେମାନେ ସେହି ଗୃହକର୍ତ୍ତା ବୃଦ୍ଧ ଲୋକକୁ କହିଲେ, “ତୁମ୍ଭ ଗୃହକୁ ଯେଉଁ ମନୁଷ୍ୟ ଆସିଅଛି, ତାହାକୁ ବାହାରକୁ ଆଣ, ଆମ୍ଭେମାନେ ତାହା ସହିତ ଶାରୀରିକ ସମ୍ବନ୍ଧ କରିବା।”


ଏଥିଉତ୍ତାରେ ସେ ଲେବୀୟ ପୁରୁଷ ଓ ତାହାର ଉପପତ୍ନୀ ଓ ଦାସ ପ୍ରସ୍ଥାନ କରିବାକୁ ଉଠନ୍ତେ, ତାହାର ଶ୍ୱଶୁର ସେହି ଯୁବତୀର ପିତା ତାହାକୁ କହିଲା, “ଦେଖ, ଏବେ ତ ସନ୍ଧ୍ୟା ନିକଟ ହେଉଅଛି, ଅନୁଗ୍ରହ କରି ରାତ୍ରିଟି ରହି ଯାଅନ୍ତ ଦେଖ, ଦିନ ଗଡ଼ି ଯାଉଛି, ଏଠାରେ ମନ ଖୁସି କରିବା ପାଇଁ ରାତ୍ରିଟି କ୍ଷେପଣ କର; କାଲି ବଡ଼ି ସକାଳୁ ଉଠି ଆପଣା ବାଟରେ ଘରକୁ ଯିବ।”


ପୁଣି ଭୋଜନପାନ ସାରି ବୋୟଜର ମନ ଆନନ୍ଦିତ ହୁଅନ୍ତେ, ସେ ଶସ୍ୟରାଶିର ଏକ ପ୍ରାନ୍ତଭାଗରେ ଶୟନ କରିବାକୁ ଗଲା, ତହିଁରେ ରୂତ ଧୀରେ ଧୀରେ ଯାଇ ତାହାର ଚରଣ ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କଲା।


କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ବରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ।


“କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍‍ ତୁମ୍ଭମାନଙ୍କ ଉପରେ ପଡ଼େ;


କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ।


ସେହି ରାତ୍ରିରେ କଲ୍‍ଦୀୟମାନଙ୍କର ରାଜା ବେଲ୍‍ଶତ୍ସର ବଧ କରାଗଲା।


ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ, ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ; ଧନସବୁ କାର୍ଯ୍ୟରେ ଆସେ।


ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର; କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।


ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।


ସପ୍ତମ ଦିନରେ ରାଜା ଦ୍ରାକ୍ଷାରସରେ ହୃଷ୍ଟଚିତ୍ତ ହୋଇ ମହୂମନ୍‍, ବିସ୍ଥା, ହର୍ବୋଣା, ବିଗ୍‍ଥା ଓ ଅବଗଥ, ସେଥର ଓ କର୍କସ, ଅକ୍ଷଶ୍ୱେରଶ ରାଜାଙ୍କ ଛାମୁସ୍ଥ ଏହି ସାତ ସେବାକାରୀ ନପୁଂସକଙ୍କୁ ଆଜ୍ଞା ଦେଲେ,


ଏଉତ୍ତାରେ ସେମାନେ ମଧ୍ୟାହ୍ନ କାଳରେ ବାହାରିଲେ। ମାତ୍ର ବିନ୍‍ହଦଦ୍‍ ଓ ତାହାର ସାହାଯ୍ୟକାରୀ ବତିଶ ଜଣ ରାଜା କୁଟୀରରେ ପାନ କରି ମତ୍ତ ହେଉଥିଲେ।


ପତ୍ରରେ ସେ ଏହା ଲେଖିଥିଲେ, ଯଥା, “ଯେପରି ଊରୀୟ ଆହତ ହୋଇ ମରିବ, ଏଥିପାଇଁ ତୁମ୍ଭେମାନେ ଘୋର ଯୁଦ୍ଧ ସମ୍ମୁଖରେ ତାହାକୁ ନିଯୁକ୍ତ କରି ତାହା ନିକଟରୁ ଘୁଞ୍ଚିଯିବ।”


ଆଉ ଦାଉଦ ତାହାକୁ ନିମନ୍ତ୍ରଣ କରନ୍ତେ, ସେ ତାଙ୍କ ସମ୍ମୁଖରେ ଭୋଜନପାନ କଲା; ପୁଣି ଦାଉଦ ତାହାକୁ ମାତ୍ତାଲ କରାଇଲେ; ତଥାପି ସନ୍ଧ୍ୟାକାଳେ ସେ ଆପଣା ପ୍ରଭୁର ଦାସଗଣ ସହିତ ଆପଣା ଶଯ୍ୟାରେ ଶୟନ କରିବାକୁ ଗଲା, ମାତ୍ର ଆପଣା ଗୃହକୁ ଗଲା ନାହିଁ।


ତହୁଁ ରାଜା ତାହାକୁ କହିଲେ, “ଭୟ ନ କର; ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ସେ ସ୍ତ୍ରୀ ଶାଉଲଙ୍କୁ କହିଲା, “ମୁଁ ଦେବଗଣ (ତୁଲ୍ୟ ଏକ ବ୍ୟକ୍ତି) ଭୂମିରୁ ଉଠି ଆସିବାର ଦେଖୁଅଛି।”


ଏଥିରେ ଶାଉଲ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କଥା ସକାଶୁ ତୁମ୍ଭ ପ୍ରତି କୌଣସି ଦଣ୍ଡ ବର୍ତ୍ତିବ ନାହିଁ।”


ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”


ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ବୁ ମଧ୍ୟରେ ବିବସ୍ତ୍ର ହୋଇ ପଡ଼ିଲେ।


ଏହେତୁ ତୁମ୍ଭ ଗୃହରୁ ଖଡ୍ଗ କେବେ ଯିବ ନାହିଁ; କାରଣ ତୁମ୍ଭେ ଆମ୍ଭକୁ ତୁଚ୍ଛ କରି ତୁମ୍ଭ ଭାର୍ଯ୍ୟା ହେବା ପାଇଁ ହିତ୍ତୀୟ ଊରୀୟର ଭାର୍ଯ୍ୟାକୁ ନେଇଅଛ।’


ମାତ୍ର ଅବଶାଲୋମ ବାଧ୍ୟ କରିବାରୁ ରାଜା ଅମ୍ନୋନକୁ ଓ ସବୁ ରାଜପୁତ୍ରଙ୍କୁ ତାହା ସଙ୍ଗେ ପଠାଇଲେ।


ତେଣୁ ମିସରର ରାଜା ଧାତ୍ରୀମାନଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଏପରି କାର୍ଯ୍ୟ କାହିଁକି କରୁଅଛ? ପୁତ୍ରସନ୍ତାନମାନଙ୍କୁ କାହିଁକି ଜୀବିତ ରଖୁଅଛ?”


ଏଉତ୍ତାରେ ଶାଉଲ ଆପଣା ଦାସମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଗୋପନରେ ଦାଉଦ ସଙ୍ଗେ ଆଳାପ କରି କୁହ, ‘ଦେଖ, ରାଜା ତୁମ୍ଭ ଉପରେ ସନ୍ତୁଷ୍ଟ ଅଛନ୍ତି ଓ ତାଙ୍କର ସମସ୍ତ ଦାସ ତୁମ୍ଭଙ୍କୁ ପ୍ରେମ କରୁଅଛନ୍ତି; ଏହେତୁ ତୁମ୍ଭେ ରାଜାଙ୍କର ଜୁଆଁଇ ହୁଅ।’”


ଆପଣଙ୍କ ଏହି ଦାସୀର ଦୁଇ ପୁତ୍ର ଥିଲେ, ସେ ଦୁହେଁ କ୍ଷେତ୍ରରେ ଝଗଡା କଲେ, ସେତେବେଳେ ସେମାନଙ୍କୁ ଛଡ଼ାଇ ଦେବାକୁ କେହି ନ ଥିବାରୁ ଜଣେ ଅନ୍ୟ ଜଣକୁ ମାରି ବଧ କଲା।


Swiv nou:

Piblisite


Piblisite