Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 14:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସରୁୟାର ପୁତ୍ର ଯୋୟାବ ଦେଖିଲା ଯେ, ରାଜାଙ୍କର ହୃଦୟ ଅବଶାଲୋମ ଆଡ଼େ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସରୁୟାର ପୁତ୍ର ଯୋୟାବ ଦେଖିଲା ଯେ, ରାଜାଙ୍କର ଅନ୍ତଃକରଣ ଅବଶାଲୋମ ଆଡ଼େଅଛି।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ସରୁୟାର ପୁତ୍ର ଯୋୟାବ ଦେଖିଲା ଯେ, ରାଜାଙ୍କର ହୃଦୟ ଅବଶାଲୋମ ଆଡ଼େ ଅଛି।

Gade chapit la Kopi

ପବିତ୍ର ବାଇବଲ

1 ସରୁୟାର ପୁତ୍ର ଯୋୟାବ ଦେଖିଲା ଯେ, ରାଜାଙ୍କର ଅନ୍ତଃକରଣ ଅବଶାଲୋମ ଆଡ଼େ ଅଛି।

Gade chapit la Kopi




2 ଶାମୁୟେଲ 14:1
8 Referans Kwoze  

ପୁଣି ଦାଉଦ ରାଜାଙ୍କର ପ୍ରାଣ ଅବଶାଲୋମ ଆଡ଼େ ଯିବା ଆକାଂକ୍ଷାରେ ବ୍ୟାକୁଳ ହେଲା; କାରଣ ସେ ଅମ୍ନୋନକୁ ମୃତ ଜାଣି ତାହା ବିଷୟରେ ସାନ୍ତ୍ୱନାପ୍ରାପ୍ତ ହେଲେ।


ସେହି ସ୍ଥାନରେ ଯୋୟାବ ଓ ଅବୀଶୟ ଓ ଅସାହେଲ ନାମରେ ସରୁୟାର ତିନି ପୁତ୍ର ଥିଲେ; ସେହି ଅସାହେଲ କ୍ଷେତ୍ରସ୍ଥ ମୃଗ ପରି ଦ୍ରୁତଗତି ଥିଲା।


ଅନେକେ ଶାସନକର୍ତ୍ତାର ଅନୁଗ୍ରହ ଚାହାନ୍ତି; ମାତ୍ର ମନୁଷ୍ୟର ବିଚାର ସଦାପ୍ରଭୁଙ୍କଠାରୁ ହୁଏ।


ପୁଣି, ସରୁୟା ଓ ଅବୀଗଲ ସେମାନଙ୍କର ଭଗିନୀ ଥିଲେ। ଆଉ ଅବୀଶୟ ଓ ଯୋୟାବ ଓ ଅସାହେଲ, ଏ ତିନି ସରୁୟାର ପୁତ୍ର।


ଆଉ ରାଜା ମଧ୍ୟ ଆପଣା ମୁଖ ଢାଙ୍କିଲେ, ପୁଣି ରାଜା ଉଚ୍ଚସ୍ୱରରେ କାନ୍ଦି କହିଲେ, “ହାୟ ଆମ୍ଭ ପୁତ୍ର ଅବଶାଲୋମ, ହାୟ ଅବଶାଲୋମ, ଆମ୍ଭ ପୁତ୍ର, ଆମ୍ଭ ପୁତ୍ର।”


ଏଣୁ ସେହି ଦିବସର ଜୟ ସକଳ ସୈନ୍ୟମାନଙ୍କ ପ୍ରତି ଶୋକଜନକ ହେଲା; କାରଣ ରାଜା ଆପଣା ପୁତ୍ର ବିଷୟରେ ରୋଦନ କରୁଅଛନ୍ତି, ଏହା ଲୋକମାନେ ସେହି ଦିନ ଶୁଣିଲେ।


ତହିଁରେ ରାଜା ଅତି କମ୍ପିତ ହୋଇ ନଗରଦ୍ୱାର-ଉପରିସ୍ଥ କୋଠରିକୁ ଯାଇ ରୋଦନ କଲେ; ପୁଣି ସେ ଯାଉ ଯାଉ ଏପରି କହିଲେ, “ହାୟ ଆମ୍ଭର ପୁତ୍ର ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭ ପୁତ୍ର ଅବଶାଲୋମ! ହୁଏତ ତୁମ୍ଭ ବଦଳେ ଆମ୍ଭେ ମରିଥାʼନ୍ତୁ, ହାୟ ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭର ପୁତ୍ର!”


ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀକୁ ଅଣାଇ ତାହାକୁ କହିଲା, “ଆଗୋ, ବିନୟ କରୁଅଛି, ତୁମ୍ଭେ ଶୋକକାରିଣୀର ବେଶ ଧର ଓ ଶୋକସୂଚକ ବସ୍ତ୍ର ପିନ୍ଧ, ତୁମ୍ଭେ ତେଲ ଲଗାଅ ନାହିଁ, ମାତ୍ର ମୃତ ଲୋକ ପାଇଁ ବହୁ କାଳରୁ ଶୋକକାରିଣୀ ସ୍ତ୍ରୀ ପରି ହୁଅ;


Swiv nou:

Piblisite


Piblisite