Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 14:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀକୁ ଅଣାଇ ତାହାକୁ କହିଲା, “ଆଗୋ, ବିନୟ କରୁଅଛି, ତୁମ୍ଭେ ଶୋକକାରିଣୀର ବେଶ ଧର ଓ ଶୋକସୂଚକ ବସ୍ତ୍ର ପିନ୍ଧ, ତୁମ୍ଭେ ତେଲ ଲଗାଅ ନାହିଁ, ମାତ୍ର ମୃତ ଲୋକ ପାଇଁ ବହୁ କାଳରୁ ଶୋକକାରିଣୀ ସ୍ତ୍ରୀ ପରି ହୁଅ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀକି ଅଣାଇ ତାହାକୁ କହିଲା, ଆଗୋ, ବିନୟ କରୁଅଛି, ତୁମ୍ଭେ ଶୋକକାରିଣୀର ବେଶ ଧର ଓ ଶୋକସୂଚକ ବସ୍ତ୍ର ପିନ୍ଧ, ତୁମ୍ଭେ ତେଲ ଲଗାଅ ନାହିଁ, ମାତ୍ର ମୃତ ଲୋକ ପାଇଁ ବହୁ କାଳରୁ ଶୋକକାରିଣୀ ସ୍ତ୍ରୀ ପରି ହୁଅ;

Gade chapit la Kopi

ଓଡିଆ ବାଇବେଲ

2 ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀକୁ ଅଣାଇ ତାହାକୁ କହିଲା, “ଆଗୋ, ବିନୟ କରୁଅଛି, ତୁମ୍ଭେ ଶୋକକାରିଣୀର ବେଶ ଧର ଓ ଶୋକସୂଚକ ବସ୍ତ୍ର ପିନ୍ଧ, ତୁମ୍ଭେ ତେଲ ଲଗାଅ ନାହିଁ, ମାତ୍ର ମୃତ ଲୋକ ପାଇଁ ବହୁ କାଳରୁ ଶୋକକାରିଣୀ ସ୍ତ୍ରୀ ପରି ହୁଅ;

Gade chapit la Kopi

ପବିତ୍ର ବାଇବଲ

2 ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀଲୋକ ଆଣିବାକୁ କହିଲା। ଯୋୟାବ ସେହି ବୁଦ୍ଧିମତୀ ସ୍ତ୍ରୀଲୋକଟିକୁ କହିଲେ, “ଦୟାକରି ବହୁତ ଦୁଃଖିତ ଥିବାର ଛଳନା କର। ଶୋକ ବସ୍ତ୍ର ପରିଧାନ କର। ତୁମ୍ଭର କେଶରେ ଓ ମୁଖରେ ତେଲିଆ ପ୍ରସାଧାନ ଲଗାଅ ନାହିଁ। ମାତ୍ର ମୃତ ଲୋକ ପାଇଁ ବହୁକାଳରୁ ଶୋକକାରିଣୀ ସ୍ତ୍ରୀ ପରି ବ୍ୟବହାର କର।

Gade chapit la Kopi




2 ଶାମୁୟେଲ 14:2
17 Referans Kwoze  

ସେ ବେଥଲିହିମ, ଐଟମ୍‍, ତକୋୟ,


ଯିହୁଦାର ରାଜା ଉଷୀୟର ଅଧିକାର ସମୟରେ ଓ ଯୋୟାଶ୍‍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେଉଁ ଯେଉଁ ଦର୍ଶନ ପାଇଲେ, ତଦ୍‍ବିଷୟକ ତାଙ୍କର ବାକ୍ୟ।


ଏଣୁ ତୁମ୍ଭେ ଏବେ ସ୍ନାନ କର ଓ ତୈଳ ମର୍ଦ୍ଦନ କର ଓ ନିଜ (ଉତ୍ତମ) ବସ୍ତ୍ର ପରିଧାନ କରି ସେହି ଖଳାକୁ ଯାଅ; ମାତ୍ର ସେ ମନୁଷ୍ୟ ଭୋଜନପାନ ନ ସାରିବା ପର୍ଯ୍ୟନ୍ତ ତାହାକୁ ନିଜର ପରିଚୟ ଦିଅ ନାହିଁ।


ହେ ବିନ୍ୟାମୀନ୍ ଲୋକମାନେ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ ସହରରେ ତୂରୀ ବଜାଅ ଓ ବେଥ୍-ହକ୍କେରମ୍‍ ନଗରରେ ଧ୍ୱଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି।


ପୁଣି, ସେମାନଙ୍କ ନିକଟରେ ତକୋୟ ନଗରର ଲୋକମାନେ ମରାମତି କଲେ; ମାତ୍ର ସେମାନଙ୍କର ଦଳପତିମାନେ ଆପଣାମାନଙ୍କ ନେତାଙ୍କ କର୍ମ କରିବାକୁ ରାଜି ହେଲେ ନାହିଁ।


ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରିଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍‍ ଠିଆ ହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋʼ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”


ଏଥିରେ ଦାଉଦ ଭୂମିରୁ ଉଠି ସ୍ନାନ ଓ ମର୍ଦ୍ଦନ ଓ ବସ୍ତ୍ର ପରିବର୍ତ୍ତନ କରି ସଦାପ୍ରଭୁଙ୍କ ଗୃହକୁ ଯାଇ ପ୍ରଣାମ କଲେ; ତହିଁ ଉତ୍ତାରେ ସେ ଆପଣା ଗୃହକୁ ଆସି ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କ ସମ୍ମୁଖରେ ଖାଦ୍ୟଦ୍ରବ୍ୟ ରଖିଲେ, ତହୁଁ ସେ ଭୋଜନ କଲେ।


କିନ୍ତୁ ତୁମ୍ଭେ ଉପବାସ କରିବା ସମୟରେ ତୁମ୍ଭ ମସ୍ତକରେ ତୈଳ ଲଗାଅ ଓ ମୁଖ ପ୍ରକ୍ଷାଳନ କର,


ତୁମ୍ଭର ବସ୍ତ୍ର ସର୍ବଦା ଶୁଭ୍ର ଥାଉ ଓ ତୁମ୍ଭ ମସ୍ତକରେ ତୈଳର ଅଭାବ ନ ହେଉ।


ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।


ତାହା ପରେ ତକୋୟୀୟମାନେ ବାହାରସ୍ଥ ବଡ଼ ଦୁର୍ଗ ସମ୍ମୁଖରୁ ଓଫଲର ପ୍ରାଚୀର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲେ।


ଏଉତ୍ତାରେ ଊରୀୟର ଭାର୍ଯ୍ୟା ଆପଣା ସ୍ୱାମୀ ଊରୀୟର ମୃତ୍ୟୁୁ ସମ୍ବାଦ ପାଇ ଆପଣା ସ୍ୱାମୀ ନିମନ୍ତେ ବିଳାପ କଲା।


ସେତେବେଳେ ନଗର ମଧ୍ୟରୁ ଏକ ବୁଦ୍ଧିମତୀ ସ୍ତ୍ରୀ ଡାକି କହିଲା, “ଶୁଣ, ଶୁଣ! ମୁଁ ବିନୟ କରୁଅଛି, ଯୋୟାବକୁ ଏହି ସ୍ଥାନକୁ ଆସିବାକୁ କୁହ, ଯେପରି ମୁଁ ତାଙ୍କ ସହିତ କଥାବାର୍ତ୍ତା କରିପାରେ।”


ପଲ୍ଟୀୟ ହେଲସ୍‍, ତକୋୟୀୟ ଇକ୍‍କେଶର ପୁତ୍ର ଈରା;


ତହୁଁ ଯାରବୀୟାମ ଆପଣା ଭାର୍ଯ୍ୟାକୁ କହିଲେ, “ମୁଁ ବିନୟ କରୁଅଛି, ଉଠ, ପୁଣି, ତୁମ୍ଭେ ଯାରବୀୟାମଙ୍କର ଭାର୍ଯ୍ୟା ବୋଲି ଯେପରି ଜଣା ନ ପଡ଼ିବ, ଏଥିପାଇଁ ଛଦ୍ମବେଶ ଧରି ଶୀଲୋକୁ ଯାଅ; ଦେଖ, ମୁଁ ଏହି ଲୋକଙ୍କ ଉପରେ ରାଜା ହେବି ବୋଲି ମୋʼ ବିଷୟରେ ଯେ କହିଥିଲା, ସେହି ଅହୀୟ ଭବିଷ୍ୟଦ୍‍ବକ୍ତା ସେଠାରେ ଅଛି।


ଏଥିମଧ୍ୟରେ ସଦାପ୍ରଭୁ ଅହୀୟଙ୍କୁ କହିଲେ, “ଦେଖ, ଯାରବୀୟାମଙ୍କର ଭାର୍ଯ୍ୟା ଆପଣା ପୁତ୍ର ବିଷୟ ପଚାରିବା ପାଇଁ ତୁମ୍ଭ ନିକଟକୁ ଆସୁଅଛି; କାରଣ ସେ ପୀଡ଼ିତ ଅଛି; ତାହାକୁ ତୁମ୍ଭେ ଏପରି ଏପରି କହିବ; କାରଣ ସେ ଆସିବା ବେଳେ ଆପଣାକୁ ଅନ୍ୟ ସ୍ତ୍ରୀ ପରି ଦେଖାଇବ।”


ଏଥିଉତ୍ତାରେ ତାମର ଉଠି ପ୍ରସ୍ଥାନ କଲା, ପୁଣି, ଆବରକ ବସ୍ତ୍ର ପାଲଟି ବିଧବା ବସ୍ତ୍ର ପିନ୍ଧିଲା।


Swiv nou:

Piblisite


Piblisite