Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 14:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 କଥାକୁ ଏପରି ବୁଲାଇ କହିବାକୁ ଆପଣଙ୍କ ଦାସ ଯୋୟାବ ଏହା କରିଅଛନ୍ତି; ଯାହାହେଉ, ମୋର ପ୍ରଭୁ ପୃଥିବୀର ସମସ୍ତ ବିଷୟ ଜାଣିବା ପାଇଁ ପରମେଶ୍ୱରଙ୍କ ଦୂତଙ୍କ ଜ୍ଞାନ ପ୍ରମାଣେ ଜ୍ଞାନବାନ ଅଟନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 କଥାକୁ ଏପରି ବୁଲାଇ କହିବାକୁ ଆପଣଙ୍କ ଦାସ ଯୋୟାବ ଏହା କରିଅଛନ୍ତି; ଯାହା ହେଉ, ମୋର ପ୍ରଭୁ ପୃଥିବୀର ସମସ୍ତ ବିଷୟ ଜାଣିବା ପାଇଁ ପରମେଶ୍ଵରଙ୍କ ଦୂତଙ୍କ ଜ୍ଞାନ ପ୍ରମାଣେ ଜ୍ଞାନବାନ ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

20 କଥାକୁ ଏପରି ବୁଲାଇ କହିବାକୁ ଆପଣଙ୍କ ଦାସ ଯୋୟାବ ଏହା କରିଅଛନ୍ତି; ଯାହା ହେଉ, ମୋର ପ୍ରଭୁ ପୃଥିବୀର ସମସ୍ତ ବିଷୟ ଜାଣିବା ପାଇଁ ପରମେଶ୍ୱରଙ୍କ ଦୂତଙ୍କ ଜ୍ଞାନ ପ୍ରମାଣେ ଜ୍ଞାନବାନ ଅଟନ୍ତି।”

Gade chapit la Kopi

ପବିତ୍ର ବାଇବଲ

20 ଯୋୟାବ ଏପରି କରିଥିଲେ, ତେଣୁ ଆପଣା ପ୍ରତ୍ୟେକ କଥାକୁ ଅଲଗା ଭାବରେ ଦେଖି ପାରିଥା’ନ୍ତେ। ମୋର ପ୍ରଭୁ, ଆପଣ ପରମେଶ୍ୱରଙ୍କ ଦୂତ ପରି ଜ୍ଞାନୀ, ପୃଥିବୀରେ କେଉଁଠି କ’ଣ ହେଉଛି, ଆପଣ ସବୁ ଜାଣି ପାରୁଛନ୍ତି।”

Gade chapit la Kopi




2 ଶାମୁୟେଲ 14:20
12 Referans Kwoze  

ଆପଣଙ୍କ ଦାସୀ ଆହୁରି କହିଲା, ‘ମୋର ପ୍ରଭୁ ମହାରାଜଙ୍କ ବାକ୍ୟ ଅବଶ୍ୟ ଶାନ୍ତିଦାୟକ ହେବ, କାରଣ ଭଲ ମନ୍ଦ ଶୁଣିବାକୁ ମୋର ପ୍ରଭୁ ମହାରାଜ ପରମେଶ୍ୱରଙ୍କ ଦୂତ ତୁଲ୍ୟ,’ ପୁଣି ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କ ସଙ୍ଗେ ଥାଉନ୍ତୁ।”


ଆହୁରି ମୋହର ପ୍ରଭୁ ମହାରାଜଙ୍କ ନିକଟରେ ସେ ଆପଣଙ୍କ ଏହି ଦାସର ଅପମାନ କରିଅଛି; ମାତ୍ର ମୋହର ପ୍ରଭୁ ମହାରାଜ ପରମେଶ୍ୱରଙ୍କ ଦୂତ ତୁଲ୍ୟ; ଏଣୁ ଆପଣଙ୍କ ଦୃଷ୍ଟିରେ ଯାହା ଭଲ, ତାହା କରନ୍ତୁ।


ଯେଉଁ ଲୋକ ଆପଣା ପ୍ରତିବାସୀର ଚାଟୁବାଦ କରେ, ସେ ତାହାର ପାଦ ପାଇଁ ଜାଲ ପ୍ରସାରେ।


ମିଥ୍ୟାବାଦୀ ଜିହ୍ୱା ଯାହାକୁ ଚୂର୍ଣ୍ଣ କରେ, ତାହାକୁ ହିଁ ଘୃଣା କରେ; ପୁଣି, ଚାଟୁବାଦୀ ମୁଖ ସର୍ବନାଶ ଜନ୍ମାଏ।


ତହିଁରେ ଦାଉଦ ସଦାପ୍ରଭୁଙ୍କୁ ସାହାଯ୍ୟ ମାଗନ୍ତେ, ସେ କହିଲେ, “ତୁମ୍ଭେ ଉଠି ଉଠିଯାଅ ନାହିଁ; ସେମାନଙ୍କ ପଶ୍ଚାତ୍‍ ଘୁରି ଆସି ତୂତ ବୃକ୍ଷ ତୋଟା ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର।


ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।”


ଏଥିରେ ଆଖୀଶ୍‍ ଦାଉଦଙ୍କୁ ଉତ୍ତର ଦେଇ କହିଲା, “ମୁଁ ଜାଣେ, ତୁମ୍ଭେ ମୋʼ ଦୃଷ୍ଟିରେ ପରମେଶ୍ୱରଙ୍କ ଦୂତ ପରି ଉତ୍ତମ; ତଥାପି ପଲେଷ୍ଟୀୟ ଅଧିପତିମାନେ କହୁଅଛନ୍ତି, ‘ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ।’


ଯଦି ମୁଁ ତାହାର ପ୍ରାଣ ବିରୁଦ୍ଧରେ ବିଶ୍ୱାସଘାତକତା କରିଥାʼନ୍ତି, ତେବେ ତୁମ୍ଭେ ନିଜେ ତ ଅଲଗା ହୋଇ ଠିଆ ହୋଇଥାʼନ୍ତ; କାରଣ ରାଜାଙ୍କଠାରୁ କୌଣସି ବିଷୟ ଗୁପ୍ତ ରହେ ନାହିଁ।”


ମୋହର ପ୍ରଭୁ ମହାରାଜଙ୍କ ସାକ୍ଷାତରେ ମୋʼ ପିତୃବଂଶ ସମସ୍ତେ ନିତାନ୍ତ ମୃତ୍ୟୁର ଯୋଗ୍ୟ ଥିଲେ; ତଥାପି ଆପଣ ଆପଣଙ୍କର ଏହି ଦାସକୁ ନିଜ ମେଜରେ ଭୋଜନକାରୀ ଲୋକମାନଙ୍କ ସଙ୍ଗରେ ସ୍ଥାନ ଦେଲେ। ଏହେତୁ ଏବେ ମହାରାଜଙ୍କ ନିକଟରେ ଆଉ କ୍ରନ୍ଦନ କରିବା ପାଇଁ ମୋହର କେଉଁ ଅଧିକାର ଅଛି?”


Swiv nou:

Piblisite


Piblisite