Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 14:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ତହୁଁ ଅବଶାଲୋମ ଯୋୟାବଙ୍କୁ ଉତ୍ତର କଲା, “ଦେଖ ମୁଁ ତୁମ୍ଭ ନିକଟକୁ ଲୋକ ପଠାଇ କହିଲି, ତୁମ୍ଭେ ଏଠାକୁ ଆସ, ମୁଁ କାହିଁକି ଗଶୂରରୁ ଆସିଲି? ଏ କଥା ପଚାରିବା ପାଇଁ ମୁଁ ରାଜାଙ୍କ ନିକଟକୁ ତୁମ୍ଭକୁ ପଠାଇବି। ଆଜି ପର୍ଯ୍ୟନ୍ତ ସେଠାରେ ଥିଲେ, ମୋହର ଭଲ ହୋଇଥାʼନ୍ତା; ଏବେ ମୋତେ ରାଜାଙ୍କ ମୁଖ ଦେଖିବାକୁ ଦିଅ, ଯେବେ ମୋʼ ଠାରେ ଅପରାଧ ଥାଏ, ତେବେ ସେ ମୋତେ ବଧ କରନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ତହୁଁ ଅବଶାଲୋମ ଯୋୟାବକୁ ଉତ୍ତର କଲା, ଦେଖ ମୁଁ ତୁମ୍ଭ କତିକି ଲୋକ ପଠାଇ କହିଲି, ତୁମ୍ଭେ ଏଠାକୁ ଆସ, ମୁଁ କାହିଁକି ଗଶୂରରୁ ଆସିଲି? ଏକଥା ପଚାରିବା ପାଇଁ ମୁଁ ରାଜାଙ୍କ ନିକଟକୁ ତୁମ୍ଭକୁ ପଠାଇବି। ଆଜି ପର୍ଯ୍ୟନ୍ତ ସେଠାରେ ଥିଲେ, ମୋହର ଭଲ ହୋଇଥାʼନ୍ତା; ଏବେ ମୋତେ ରାଜାଙ୍କ ମୁଖ ଦେଖିବାକୁ ଦିଅ, ଯେବେ ମୋʼଠାରେ ଅପରାଧ ଥାଏ, ତେବେ ସେ ମୋତେ ବଧ କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

32 ତହୁଁ ଅବଶାଲୋମ ଯୋୟାବଙ୍କୁ ଉତ୍ତର କଲା, “ଦେଖ ମୁଁ ତୁମ୍ଭ ନିକଟକୁ ଲୋକ ପଠାଇ କହିଲି, ‘ତୁମ୍ଭେ ଏଠାକୁ ଆସ, “ମୁଁ କାହିଁକି ଗଶୂରରୁ ଆସିଲି ? ଏକଥା ପଚାରିବା ପାଇଁ ମୁଁ ରାଜାଙ୍କ ନିକଟକୁ ତୁମ୍ଭକୁ ପଠାଇବି। ଆଜି ପର୍ଯ୍ୟନ୍ତ ସେଠାରେ ଥିଲେ, ମୋହର ଭଲ ହୋଇଥା’ନ୍ତା; ଏବେ ମୋତେ ରାଜାଙ୍କ ମୁଖ ଦେଖିବାକୁ ଦିଅ, ଯେବେ ମୋ’ଠାରେ ଅପରାଧ ଥାଏ, ତେବେ ସେ ମୋତେ ବଧ କରନ୍ତୁ।’”

Gade chapit la Kopi

ପବିତ୍ର ବାଇବଲ

32 ଅବଶାଲୋମ ଯୋୟାବକୁ କହିଲା, “ମୁଁ ତୁମ୍ଭ ପାଖକୁ ବାର୍ତ୍ତାବହ ପଠାଇଲି, ମୁଁ ତୁମ୍ଭକୁ ଡାକିଲି। ଏହା ପଗ୍ଭରିବାକୁ ମୁଁ ତୁମ୍ଭକୁ ରାଜାଙ୍କ ନିକଟକୁ ପଠାଇବା ପାଇଁ ଗ୍ଭହିଁଲି। କାହିଁକି ତୁମ୍ଭେ ମୋତେ ଗଶୂରରୁ ଡକାଇଲ? ତେଣୁ, ମୋର ଗଶୂରରେ ରହିବା ଭଲ। ଠିକ୍ ଅଛି, ତେବେ ବର୍ତ୍ତମାନ ମୋତେ ରାଜାଙ୍କୁ ସାକ୍ଷାତ କରିବାକୁ ଦିଅ। ଯଦି ମୁଁ ପାପ କରି ଥାଏ ତେବେ ସେ ମୋତେ ହତ୍ୟା କରିବା ଉଚିତ୍।”

Gade chapit la Kopi




2 ଶାମୁୟେଲ 14:32
15 Referans Kwoze  

ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।


ଏହେତୁ ତୁମ୍ଭେ ଆପଣାର ଦାସ ପ୍ରତି ଦୟା କର; କାରଣ ତୁମ୍ଭେ ଆପଣା ସହିତ ଆପଣା ଦାସକୁ ସଦାପ୍ରଭୁଙ୍କ ଏକ ନିୟମରେ ଆବଦ୍ଧ କରିଅଛ; ମାତ୍ର ମୋହର ଯେବେ କୌଣସି ଅପରାଧ ଥାଏ, ତେବେ ତୁମ୍ଭେ ନିଜେ ମୋତେ ବଧ କର; ତୁମ୍ଭ ପିତାଙ୍କ ନିକଟକୁ କାହିଁକି ମୋତେ ନେଇଯିବ?”


ଆମ୍ଭମାନଙ୍କୁ ରହିବାକୁ ଦିଅ, ‘ଆମ୍ଭେମାନେ ମିସରୀୟମାନଙ୍କର ଦାସ୍ୟକର୍ମ କରିବା, କାରଣ ପ୍ରାନ୍ତରରେ ମରିବା ଅପେକ୍ଷା ମିସରୀୟମାନଙ୍କର ସେବା କରିବା ଆମ୍ଭମାନଙ୍କର ମଙ୍ଗଳ, ଆମ୍ଭେମାନେ କି ମିସରରେ ତୁମ୍ଭଙ୍କୁ ଏହି କଥା କହି ନ ଥିଲୁ?’”


ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହିସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;


ସେଥିରେ ସେମାନେ ମଧ୍ୟ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ କି ତୃଷିତ, ପ୍ରବାସୀ କି ଉଲଗ୍ନ, ପୀଡ଼ିତ କି କାରାଗାରସ୍ଥ ଦେଖି ଆପଣଙ୍କର ସେବା କଲୁ ନାହିଁ?


ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କʼଣ ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ସେମାନଙ୍କ ପ୍ରତିଫଳ ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ।


କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ।


ଏଥିରେ ଶାମୁୟେଲ ଶାଉଲଙ୍କ ନିକଟକୁ ଗଲେ; ପୁଣି, ଶାଉଲ ତାଙ୍କୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ର, ମୁଁ ସଦାପ୍ରଭୁଙ୍କ ବାକ୍ୟ ସଫଳ କରିଅଛି।”


ସେତେବେଳେ ଲୋକମାନେ ସେହି ସ୍ଥାନରେ ଜଳାଭାବ ହେତୁ ତୃଷାକୂଳ ହୋଇ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “କାହିଁକି ତୁମ୍ଭେ ଆମ୍ଭମାନଙ୍କୁ, ଆମ୍ଭମାନଙ୍କ ସନ୍ତାନମାନଙ୍କୁ ଓ ପଶୁଗଣକୁ ପିପାସାରେ ମାରିବା ନିମନ୍ତେ ମିସରଠାରୁ ଆଣିଅଛ?”


ପୁଣି, ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ କହିଲେ, “ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ଡି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯଦି ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥାʼନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ଡଳୀକୁ କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଅଛ।”


ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।”


ପୁଣି ଦ୍ୱିତୀୟ ପୁତ୍ର କିଲାବ୍‍, ସେ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲଠାରୁ ଜାତ, ପୁଣି ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର।


ମାତ୍ର ଅବଶାଲୋମ ପଳାଇ ଗଶୂରର ରାଜା ଅମ୍ମୀହୂଦର ପୁତ୍ର ତଲ୍ମୟ ନିକଟକୁ ଗଲା। ପୁଣି ଦାଉଦ ପ୍ରତିଦିନ ଆପଣା ପୁତ୍ର ପାଇଁ ଶୋକ କଲେ।


ଏଥିରେ ଯୋୟାବ ଉଠି ଅବଶାଲୋମ ପାଖକୁ ତାହାର ଗୃହକୁ ଆସି ତାହାକୁ କହିଲା, “ତୁମ୍ଭ ଦାସମାନେ କାହିଁକି ମୋʼ କ୍ଷେତ୍ରରେ ନିଆଁ ଲଗାଇଲେ?”


Swiv nou:

Piblisite


Piblisite