Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 15:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆମ୍ଭେ ଯେଉଁଆଡ଼େ ପାରିବୁ, ସେହିଆଡ଼େ ଯିବୁ, ତୁମ୍ଭେ ତ କେବଳ କାଲି ଆସିଲ, ଆଜି ଆମ୍ଭେ କି ତୁମ୍ଭକୁ ଆମ୍ଭମାନଙ୍କ ସଙ୍ଗେ ନେଇ ଏଣେତେଣେ ବୁଲାଇବା? ତୁମ୍ଭେ ଫେରିଯାଅ, ତୁମ୍ଭ ଭାଇମାନଙ୍କୁ ଫେରାଇ ନିଅ; ଦୟା ଓ ସତ୍ୟତା ତୁମ୍ଭ ସହବର୍ତ୍ତୀ ହେଉ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଆମ୍ଭେ ଯେଉଁଆଡ଼େ ପାରିବୁ, ସେହିଆଡ଼େ ଯିବୁ, ତୁମ୍ଭେ ତ କେବଳ କାଲି ଆସିଲ, ଆଜି ଆମ୍ଭେ କି ତୁମ୍ଭକୁ ଆମ୍ଭମାନଙ୍କ ସଙ୍ଗେ ନେଇ ଏଣେତେଣେ ବୁଲାଇବା? ତୁମ୍ଭେ ଫେରିଯାଅ, ତୁମ୍ଭ ଭାଇମାନଙ୍କୁ ଫେରାଇ ନିଅ; ଦୟା ଓ ସତ୍ୟତା ତୁମ୍ଭ ସହବର୍ତ୍ତୀ ହେଉ।

Gade chapit la Kopi

ଓଡିଆ ବାଇବେଲ

20 ଆମ୍ଭେ ଯେଉଁଆଡ଼େ ପାରିବୁ, ସେହିଆଡ଼େ ଯିବୁ, ତୁମ୍ଭେ ତ କେବଳ କାଲି ଆସିଲ, ଆଜି ଆମ୍ଭେ କି ତୁମ୍ଭକୁ ଆମ୍ଭମାନଙ୍କ ସଙ୍ଗେ ନେଇ ଏଣେତେଣେ ବୁଲାଇବା ? ତୁମ୍ଭେ ଫେରିଯାଅ, ତୁମ୍ଭ ଭାଇମାନଙ୍କୁ ଫେରାଇ ନିଅ; ଦୟା ଓ ସତ୍ୟତା ତୁମ୍ଭ ସହବର୍ତ୍ତୀ ହେଉ।”

Gade chapit la Kopi

ପବିତ୍ର ବାଇବଲ

20 ତୁମ୍ଭେମାନେ ଏବେ ମୋ’ ସହିତ ଯୋଗ ଦେଇଛ, କାହିଁକି ମୁଁ ତୁମ୍ଭମାନଙ୍କୁ ଏ ସ୍ଥାନରୁ ସେସ୍ଥାନରୁ ଏଣେ ତେଣେ ବୁଲାଇବି? ଆମ୍ଭେମାନେ ଯୁଆଡ଼େ ପାରିବୁ ସେଆଡ଼େ ଯିବୁ। ତୁମ୍ଭେ ତ କାଲି ଆସିଲ, ଆଜି କ’ଣ ଆମ୍ଭେ ତୁମ୍ଭକୁ ନେଇ ଏଣେ ତେଣେ ସାଙ୍ଗରେ ବୁଲାଇବା? ଫେରିଯାଅ ଓ ତୁମ୍ଭ ଭାଇମାନଙ୍କୁ ମଧ୍ୟ ତୁମ୍ଭ ସହିତ ନିଅ। ଦୟା ଓ ସତ୍ୟତା ତୁମ୍ଭର ସହବର୍ତ୍ତୀ ହେଉ।”

Gade chapit la Kopi




2 ଶାମୁୟେଲ 15:20
17 Referans Kwoze  

ତହୁଁ ଦାଉଦ ଓ ତାଙ୍କର ଊଣାଧିକ ଛଅ ଶହ ଲୋକ ଉଠି କିୟୀଲାରୁ ପ୍ରସ୍ଥାନ କଲେ ଓ ଯେଉଁଠାକୁ ଯାଇ ପାରିଲେ, ସେଠାକୁ ଗଲେ। ଏଥିରେ ଦାଉଦ କିୟୀଲାରୁ ପଳାଇ ଯାଇଅଛି ବୋଲି ଶାଉଲଙ୍କୁ କୁହାଗଲା; ତେଣୁ ସେ ଯିବାରୁ କ୍ଷାନ୍ତ ହେଲେ।


ଏଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୟା ଓ ସତ୍ୟତା ପ୍ରକାଶ କରନ୍ତୁ; ପୁଣି ତୁମ୍ଭେମାନେ ଏହି କର୍ମ କରିବାରୁ ମୁଁ ମଧ୍ୟ ତୁମ୍ଭମାନଙ୍କୁ ସେହି ଦୟାର ପ୍ରତିଦାନ କରିବି।


କାରଣ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା।


ଲୋକମାନେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଉତ୍ତର ଦିଗରୁ ପୂର୍ବଦିଗ ପର୍ଯ୍ୟନ୍ତ ଭ୍ରମଣ କରିବେ; ସେମାନେ ସଦାପ୍ରଭୁଙ୍କର ବାକ୍ୟର ଅନ୍ଵେଷଣ କରିବା ପାଇଁ ଏଣେତେଣେ ଦୌଡ଼ିବେ, ଆଉ ତାହା ପାଇବେ ନାହିଁ।


ଅନିଷ୍ଟ ଚିନ୍ତାକାରୀଗଣ କʼଣ ଭ୍ରାନ୍ତ ହୁଅନ୍ତି ନାହିଁ? ମାତ୍ର ମଙ୍ଗଳ ଚିନ୍ତାକାରୀଗଣ ପ୍ରତି ଦୟା ଓ ସତ୍ୟତା ବର୍ତ୍ତେ।


ଧର୍ମ ଓ ନ୍ୟାୟବିଚାର ତୁମ୍ଭ ସିଂହାସନର ଭିତ୍ତିମୂଳ; ଦୟା ଓ ସତ୍ୟତା ତୁମ୍ଭର ସମ୍ମୁଖଗାମୀ।


ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି।


ସେ ସଦାକାଳ ପରମେଶ୍ୱରଙ୍କ ସମ୍ମୁଖରେ ବାସ କରିବେ; ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର।


ସେମାନେ ଖାଦ୍ୟ ନିମନ୍ତେ ଏଣେତେଣେ ଭ୍ରମଣ କରିବେ। ପୁଣି, ସେମାନେ ତୃପ୍ତ ନୋହିଲେ ସାରାରାତ୍ରି ରହିବେ।


ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, ସେ ସ୍ୱର୍ଗରୁ ପଠାଇ ମୋତେ ତ୍ରାଣ କରିବେ; [ସେଲା] ପରମେଶ୍ୱର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ।


ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ। ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ଅଶ୍ରୁ ରଖିଥାଅ; ତାହାସବୁ କʼଣ ତୁମ୍ଭ ପୁସ୍ତକରେ ନାହିଁ?


ଯେଉଁମାନେ ତାହାଙ୍କ ନିୟମ ଓ ପ୍ରମାଣ-ବାକ୍ୟ ପାଳନ କରନ୍ତି, ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ସମସ୍ତ ପଥ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତାବିଶିଷ୍ଟ।


ଦୟା ଓ ସତ୍ୟତା ତୁମ୍ଭକୁ ପରିତ୍ୟାଗ ନ କରୁ; ଆପଣା କଣ୍ଠରେ ଉଭୟକୁ ବାନ୍ଧ ଓ ଆପଣା ଚିତ୍ତରୂପ ପଟାରେ ଲେଖି ରଖ।


ତହିଁରେ ଦାଉଦ ଯାବେଶ-ଗିଲୀୟଦର ଲୋକମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ-ପାତ୍ର, କାରଣ ତୁମ୍ଭେମାନେ ଆପଣା ରାଜା ଶାଉଲଙ୍କ ପ୍ରତି ଏହି ଦୟା ପ୍ରକାଶ କରି ତାଙ୍କୁ କବର ଦେଇଅଛ।


ତହୁଁ ମୁଁ ସଦାକାଳ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ଓ ଦିନକୁ ଦିନ ଆପଣା ମାନତ ପୂର୍ଣ୍ଣ କରିବି।


Swiv nou:

Piblisite


Piblisite