Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 15:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତେଣୁ ଦେଶଯାକ ଉଚ୍ଚସ୍ୱର କରି ରୋଦନ କଲେ ଓ ସମସ୍ତ ଲୋକ ଅଗ୍ରସର ହେଲେ; ରାଜା ମଧ୍ୟ ଆପେ କିଦ୍ରୋଣ ନଦୀ ପାର ହୋଇଗଲେ ଓ ସମସ୍ତ ଲୋକ ପାର ହୋଇ ପ୍ରାନ୍ତର-ପଥ ଆଡ଼େ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତେଣୁ ଦେଶଯାକ ଉଚ୍ଚୈଃସ୍ଵର କରି ରୋଦନ କଲେ ଓ ସମସ୍ତ ଲୋକ ଅଗ୍ରସର ହେଲେ; ରାଜା ମଧ୍ୟ ଆପେ କିଦ୍ରୋଣ ନଦୀ ପାର ହୋଇ ଗଲେ ଓ ସମସ୍ତ ଲୋକ ପାର ହୋଇ ପ୍ରାନ୍ତରପଥ ଆଡ଼େ ଗଲେ।

Gade chapit la Kopi

ଓଡିଆ ବାଇବେଲ

23 ତେଣୁ ଦେଶଯାକ ଉଚ୍ଚୈଃସ୍ୱର କରି ରୋଦନ କଲେ ଓ ସମସ୍ତ ଲୋକ ଅଗ୍ରସର ହେଲେ; ରାଜା ମଧ୍ୟ ଆପେ କିଦ୍ରୋଣ ନଦୀ ପାର ହୋଇ ଗଲେ ଓ ସମସ୍ତ ଲୋକ ପାର ହୋଇ ପ୍ରାନ୍ତରପଥ ଆଡ଼େ ଗଲେ।

Gade chapit la Kopi

ପବିତ୍ର ବାଇବଲ

23 ସମସ୍ତ ଲୋକ ଉଚ୍ଚ ସ୍ୱରରେ ଚିତ୍କାର କଲେ। ରାଜା ମଧ୍ୟ କିଦ୍ରୋଣ ନଦୀ ପାର ହୋଇଗଲେ ଓ ସମସ୍ତ ଲୋକ ନଦୀ ପାର ହୋଇ ମରୁଭୂମିରେ ପ୍ରବେଶ କଲେ।

Gade chapit la Kopi




2 ଶାମୁୟେଲ 15:23
12 Referans Kwoze  

ତହିଁରେ ରାଜା ସୀବଃକୁ କହିଲେ, “ଏସବୁରେ ତୁମ୍ଭର ଅଭିପ୍ରାୟ କଅଣ?” ତହୁଁ ସୀବଃ କହିଲା, “ଏ ଗର୍ଦ୍ଦଭ ଦୁଇଟି ରାଜପରିବାରଙ୍କ ଚଢ଼ିବା ନିମନ୍ତେ; ପୁଣି ଏହି ରୁଟି ଓ ଗ୍ରୀଷ୍ମକାଳୀନ ଫଳ ଯୁବାମାନଙ୍କ ଆହାର ନିମନ୍ତେ, ଆଉ ଦ୍ରାକ୍ଷାରସ ପ୍ରାନ୍ତରରେ କ୍ଳାନ୍ତ ହେବା ଲୋକମାନେ ପାନ କରିବେ।”


ଯୀଶୁ ଏହିସବୁ କଥା କହି ଆପଣା ଶିଷ୍ୟମାନଙ୍କ ସହିତ କିଦ୍ରୋଣ ଜୋଡ଼ର ଆରପାଖକୁ ବାହାରିଗଲେ। ସେଠାରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେ ଓ ତାହାଙ୍କ ଶିଷ୍ୟମାନେ ସେଥିରେ ପ୍ରବେଶ କଲେ।


କାରଣ, ତୁମ୍ଭେ ଯେଉଁ ଦିନ ବାହାରି କିଦ୍ରୋଣ ନଦୀ ପାର ହେବ; ସେହି ଦିନ ତୁମ୍ଭେ ନିତାନ୍ତ ମରିବ, ଏହା ନିଶ୍ଚୟ ଜାଣ; ତୁମ୍ଭ ରକ୍ତପାତର ଅପରାଧ ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ।”


ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର।


ପୁଣି, ଶିଶୁ ବୃଦ୍ଧି ପାଇ ଆତ୍ମାରେ ଶକ୍ତିମାନ ହେବାକୁ ଲାଗିଲେ ଏବଂ ଇସ୍ରାଏଲ ନିକଟରେ ପ୍ରକାଶିତ ନ ହେବା ପର୍ଯ୍ୟନ୍ତ ପ୍ରାନ୍ତରରେ ରହିଲେ।


ଯିଶାଇୟ ଭାବବାଦୀ ଯାହାଙ୍କ ବିଷୟରେ ଏହି ବାକ୍ୟ କହିଥିଲେ, “ଏ ସେହି ବ୍ୟକ୍ତି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ‘ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର।’”


ସେହି କାଳରେ ବାପ୍ତିଜକ ଯୋହନ ଉପସ୍ଥିତ ହୋଇ ଯିହୂଦିୟା ପ୍ରଦେଶର ପ୍ରାନ୍ତରରେ ଘୋଷଣା କରି କହିବାକୁ ଲାଗିଲେ,


ପୁଣି, ଯାଜକମାନେ ସଦାପ୍ରଭୁଙ୍କ ଗୃହର ଅନ୍ତର୍ଭାଗକୁ ଶୁଚି କରିବା ପାଇଁ ଗଲେ, ପୁଣି ସଦାପ୍ରଭୁଙ୍କ ମନ୍ଦିରରେ ଯେସବୁ ଅଶୁଚି ବସ୍ତୁ ପାଇଲେ, ତାହା ବାହାର କରି ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣକୁ ଆଣିଲେ ଆଉ, ଲେବୀୟମାନେ ତାହା ସଂଗ୍ରହ କରି ବାହାରକୁ କିଦ୍ରୋଣ ନଦୀକୁ ବହି ନେଇଗଲେ।


ମଧ୍ୟ ଆପଣା ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ଦେଲେ।


ତହୁଁ ଦାଉଦ ଇତ୍ତୟକୁ କହିଲେ, “ତେବେ ଯାଅ, ଅଗ୍ରସର ହୁଅ।” ତହିଁରେ ଗାଥୀୟ ଇତ୍ତୟ ଓ ତାହାର ସମସ୍ତ ଲୋକ ଓ ତାହା ସହିତ ଥିବା ସମସ୍ତ ବାଳକ ଅଗ୍ରସର ହୋଇଗଲେ।


ଦେଖ, ତୁମ୍ଭମାନଙ୍କଠାରୁ ମୋʼ ଠାକୁ ତଥ୍ୟ-ବାର୍ତ୍ତା ଆସିବା ପର୍ଯ୍ୟନ୍ତ ମୁଁ ପ୍ରାନ୍ତରସ୍ଥ ଘାଟି ପାଖରେ ଅପେକ୍ଷା କରିବି।”


ପୁଣି, ଶବ ଓ ଭସ୍ମର ସମୁଦାୟ ଉପତ୍ୟକା ଓ କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସକଳ କ୍ଷେତ୍ର, ପୂର୍ବଦିଗସ୍ଥ ଅଶ୍ୱଦ୍ୱାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ସଦାକାଳ ପର୍ଯ୍ୟନ୍ତ ଆଉ ଉତ୍ପାଟିତ କିଅବା ନିପାତିତ ହେବ ନାହିଁ।”


Swiv nou:

Piblisite


Piblisite