Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 15:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଆଉ ଦେଖ, ସାଦୋକ ମଧ୍ୟ ଓ ତାହା ସଙ୍ଗେ ସମସ୍ତ ଲେବୀୟ ଲୋକ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ବହି ଆସିଲେ, ପୁଣି ନଗରରୁ ସମସ୍ତ ଲୋକ ବାହାର ହୋଇ ଯିବା ପର୍ଯ୍ୟନ୍ତ ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଓହ୍ଲାଇ ରଖିଲେ ଓ ଅବୀୟାଥର ଉପରକୁ ଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଆଉ ଦେଖ, ସାଦୋକ ମଧ୍ୟ ଓ ତାହା ସଙ୍ଗେ ସମସ୍ତ ଲେବୀୟ ଲୋକ ପରମେଶ୍ଵରଙ୍କ ନିୟମ-ସିନ୍ଦୁକ ବହି ଆସିଲେ, ପୁଣି ନଗରରୁ ସମସ୍ତ ଲୋକ ବାହାର ହୋଇ ଯିବା ପର୍ଯ୍ୟନ୍ତ ସେମାନେ ପରମେଶ୍ଵରଙ୍କ ସିନ୍ଦୁକ ଓହ୍ଲାଇ ରଖିଲେ ଓ ଅବୀୟାଥର ଉପରକୁ ଗଲା।

Gade chapit la Kopi

ଓଡିଆ ବାଇବେଲ

24 ଆଉ ଦେଖ, ସାଦୋକ ମଧ୍ୟ ଓ ତାହା ସଙ୍ଗେ ସମସ୍ତ ଲେବୀୟ ଲୋକ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ବହି ଆସିଲେ, ପୁଣି ନଗରରୁ ସମସ୍ତ ଲୋକ ବାହାର ହୋଇ ଯିବା ପର୍ଯ୍ୟନ୍ତ ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଓହ୍ଲାଇ ରଖିଲେ ଓ ଅବୀୟାଥର ଉପରକୁ ଗଲା।

Gade chapit la Kopi

ପବିତ୍ର ବାଇବଲ

24 ସାଦୋକ ଓ ସମସ୍ତ ଲେବୀୟ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ନେଇ ଆସିଲେ। ଯିରୁଶାଲମ ନଗରରେ ସେମାନେ ପରମେଶ୍ୱରଙ୍କର ପବିତ୍ର ନିୟମ-ସିନ୍ଦୁକ ସ୍ଥାପନ କଲେ। ସମସ୍ତ ଲୋକ ବାହାର ହୋଇ ଆସିବା ପର୍ଯ୍ୟନ୍ତ ଅବିୟାଥର ପ୍ରାର୍ଥନା କଲେ।

Gade chapit la Kopi




2 ଶାମୁୟେଲ 15:24
23 Referans Kwoze  

ପୁଣି ଅହୀଟୂବ୍‍ର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍‍ ଯାଜକ ଥିଲେ; ସରାୟ ଲେଖକ ଥିଲା;


ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ-ସନ୍ତାନଗଣର ଭାର ହେବ।


ଶିବା ଲେଖକ ଥିଲା; ପୁଣି ସାଦୋକ ଓ ଅବୀୟାଥର ଯାଜକ ଥିଲେ;


ସେହି ସମୟରେ ଅହୀଟୂବ୍‍ର ପୁତ୍ର ଅହୀମେଲକ୍‍ର ପୁତ୍ରମାନଙ୍କ ମଧ୍ୟରୁ ଅବୀୟାଥର ନାମରେ ଜଣେ ରକ୍ଷା ପାଇ ଦାଉଦଙ୍କ ଆଡ଼କୁ ପଳାଇଲା।


ତାହା ସାଦୋକର ସନ୍ତାନଗଣ ମଧ୍ୟରୁ ପବିତ୍ରୀକୃତ ଯାଜକମାନଙ୍କ ନିମନ୍ତେ ହେବ, ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିଅଛନ୍ତି; ଇସ୍ରାଏଲର ସନ୍ତାନଗଣ ବିପଥଗାମୀ ହେବା ସମୟରେ ଲେବୀୟମାନେ ଯେପରି ବିପଥଗାମୀ ହେଲେ, ସେମାନେ ସେହିପରି ବିପଥଗାମୀ ହେଲେ ନାହିଁ।


ସେହି ସମୟରେ ଦାଉଦ କହିଲେ, “ଲେବୀୟମାନଙ୍କ ଛଡ଼ା ଆଉ କେହି ପରମେଶ୍ୱରଙ୍କ ସିନ୍ଦୁକ ବୋହିବା କର୍ତ୍ତବ୍ୟ ନୁହେଁ; କାରଣ ପରମେଶ୍ୱରଙ୍କ ସିନ୍ଦୁକ ବୋହିବା ପାଇଁ ଓ ଚିରକାଳ ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ସଦାପ୍ରଭୁ ସେମାନଙ୍କୁ ମନୋନୀତ କରିଅଛନ୍ତି।”


ପୁଣି, ରାଜା ତାହାର ପଦରେ ଯିହୋୟାଦାର ପୁତ୍ର ବନାୟକୁ ସେନାପତି କରି ନିଯୁକ୍ତ କଲେ ଓ ରାଜା ଅବୀୟାଥର ପଦରେ ସାଦୋକଙ୍କୁ ଯାଜକ କରି ନିଯୁକ୍ତ କଲେ।


ମାତ୍ର, ସାଦୋକ ଯାଜକ ଓ ଯିହୋୟାଦାର ପୁତ୍ର ବନାୟ ଓ ନାଥନ ଭବିଷ୍ୟଦ୍‍ବକ୍ତା ଓ ଶିମୀୟି ଓ ରେୟି ଓ ଦାଉଦଙ୍କର ବୀରଗଣ ଅଦୋନୀୟର ପକ୍ଷ ନ ଥିଲେ।


ସେଠାରେ ତୁମ୍ଭ ସଙ୍ଗେ କି ସାଦୋକ ଓ ଅବୀୟାଥର ଯାଜକମାନେ ନ ଥିବେ? ଏଣୁ ତୁମ୍ଭେ ରାଜଗୃହରୁ ଯାହା କିଛି ଶୁଣିବ, ତାହା ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଜଣାଇବ।


ରାଜା ସାଦୋକ ଯାଜକକୁ ଆହୁରି କହିଲେ, “ତୁମ୍ଭେ କି ଦର୍ଶକ ନୁହଁ? ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଅହୀମାସ୍‍ ଓ ଅବୀୟାଥରର ପୁତ୍ର ଯୋନାଥନ, ତୁମ୍ଭମାନଙ୍କର ଏହି ଦୁଇ ପୁତ୍ର କୁଶଳରେ ନଗରକୁ ଫେରିଯାଅ।


ଆଉ, ସଦାପ୍ରଭୁଙ୍କ ସିନ୍ଦୁକ-ବାହକମାନେ ଛଅ ପାଦ ଗଲା ଉତ୍ତାରେ ସେ ଏକ ଗୋରୁ ଓ ଏକ ପୁଷ୍ଟ ପଶୁ ବଳିଦାନ କଲେ।


ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାପଡ଼ିଲା; ଆଉ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ହତ ହେଲେ।


ତହୁଁ ନୂନର ପୁତ୍ର ଯିହୋଶୂୟ ଯାଜକମାନଙ୍କୁ ଡାକି କହିଲେ, “ତୁମ୍ଭେମାନେ ନିୟମ-ସିନ୍ଦୁକ ଘେନ ଓ ସାତ ଜଣ ଯାଜକ ସଦାପ୍ରଭୁଙ୍କ ସିନ୍ଦୁକର ଅଗ୍ରସର ହୋଇ ମହାଶବ୍ଦକାରୀ ସାତ ତୂରୀ ବହନ୍ତୁ।”


ପୁଣି ସାତ ଜଣ ଯାଜକ ସିନ୍ଦୁକର ଅଗ୍ରସର ହୋଇ ମହାଶବ୍ଦକାରୀ ସାତ ତୂରୀ ବହିବେ; ଆଉ ସପ୍ତମ ଦିନ ତୁମ୍ଭେମାନେ ସାତ ଥର ନଗର ପ୍ରଦକ୍ଷିଣ କରିବ ଓ ଯାଜକମାନେ ତୂରୀ ବଜାଇବେ;


ପୁଣି ଯିହୋଶୂୟ ଯାଜକମାନଙ୍କୁ କହିଲେ, “ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କର।” ତହିଁରେ ସେମାନେ ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କଲେ।


ପୁଣି ସେମାନେ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ଯେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ଓ ତହିଁର ବାହକ ଲେବୀୟ ଯାଜକମାନଙ୍କୁ ଦେଖିବ, ସେତେବେଳେ ତୁମ୍ଭେମାନେ ଆପଣା ଆପଣା ସ୍ଥାନରୁ ଉଠି ତହିଁର ପଛେ ପଛେ ଗମନ କରିବ।


ମାତ୍ର ସେ କହାତ-ସନ୍ତାନଗଣକୁ କିଛି ଦେଲେ ନାହିଁ, କାରଣ ପବିତ୍ର ସ୍ଥାନର ସେବାକର୍ମ ସେମାନଙ୍କର ଥିଲା; ସେମାନେ ସ୍କନ୍ଧରେ ତାହା ବୋହିଲେ।


ଏଥିଉତ୍ତାରେ ରାଜା ଅବୀୟାଥର ଯାଜକଙ୍କୁ କହିଲେ, “ତୁମ୍ଭେ ଅନାଥୋତ୍‍କୁ ଆପଣା କ୍ଷେତ୍ରକୁ ଯାଅ; କାରଣ, ତୁମ୍ଭେ ମୃତ୍ୟୁୁଯୋଗ୍ୟ; ମାତ୍ର, ମୁଁ ତୁମ୍ଭକୁ ବର୍ତ୍ତମାନ ବଧ କରିବି ନାହିଁ, ଯେହେତୁ ତୁମ୍ଭେ ମୋʼ ପିତା ଦାଉଦଙ୍କ ସମ୍ମୁଖରେ ପ୍ରଭୁ ସଦାପ୍ରଭୁଙ୍କ ସିନ୍ଦୁକ ବହିଥିଲ, ଆହୁରି ମୋʼ ପିତାଙ୍କ ସମସ୍ତ ଦୁଃଖଭୋଗରେ ଦୁଃଖଭୋଗ କରିଥିଲ।”


Swiv nou:

Piblisite


Piblisite