Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 15:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଏଉତ୍ତାରେ ଲୋକେ ଯେଉଁଠାରେ ପରମେଶ୍ୱରଙ୍କର ଆରାଧନା କରନ୍ତି, ଉଠାଣିର ସେହି ଶୃଙ୍ଗ ନିକଟରେ ଦାଉଦ ଉପସ୍ଥିତ ହୁଅନ୍ତେ, ଦେଖ, ଅର୍କୀୟ ହୂଶୟ ଆପଣା ଚିରା ଜାମା ପିନ୍ଧି ଓ ମସ୍ତକରେ ମୃତ୍ତିକା ଦେଇ ତାଙ୍କୁ ଭେଟିବା ପାଇଁ ଉପସ୍ଥିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଏଉତ୍ତାରେ ଲୋକେ ଯେଉଁଠାରେ ପରମେଶ୍ଵରଙ୍କର ଆରାଧନା କରନ୍ତି, ଉଠାଣିର ସେହି ଶୃଙ୍ଗ ନିକଟରେ ଦାଉଦ ଉପସ୍ଥିତ ହୁଅନ୍ତେ, ଦେଖ, ଅର୍କୀୟ ହୁଶୟ ଆପଣା ଚିରା ଜାମା ପିନ୍ଧି ଓ ମସ୍ତକରେ ମୃତ୍ତିକା ଦେଇ ତାଙ୍କୁ ଭେଟିବା ପାଇଁ ଉପସ୍ଥିତ ହେଲା।

Gade chapit la Kopi

ଓଡିଆ ବାଇବେଲ

32 ଏଉତ୍ତାରେ ଲୋକେ ଯେଉଁଠାରେ ପରମେଶ୍ୱରଙ୍କର ଆରାଧନା କରନ୍ତି, ଉଠାଣିର ସେହି ଶୃଙ୍ଗ ନିକଟରେ ଦାଉଦ ଉପସ୍ଥିତ ହୁଅନ୍ତେ, ଦେଖ, ଅର୍କୀୟ ହୂଶୟ ଆପଣା ଚିରା ଜାମା ପିନ୍ଧି ଓ ମସ୍ତକରେ ମୃତ୍ତିକା ଦେଇ ତାଙ୍କୁ ଭେଟିବା ପାଇଁ ଉପସ୍ଥିତ ହେଲା।

Gade chapit la Kopi

ପବିତ୍ର ବାଇବଲ

32 ଦାଉଦ ପର୍ବତର ଉପରି ଭାଗକୁ ଆସିଲେ, ଯେଉଁଠାରେ ସେ ସଦାପ୍ରଭୁଙ୍କୁ ଉପାସନା କରୁଥିଲେ। ଉଠାଣୀର ଶୃଙ୍ଗ ନିକଟରେ ଦାଉଦ ପହଞ୍ଚି ଦେଖିଲେ ଅର୍କୀୟ ହୂଶୟ ନିଜର ଚିରାଜାମା ପିନ୍ଧି ଓ ମସ୍ତକରେ ମୂର୍ତ୍ତିକା ଦେଇ ତାଙ୍କୁ ଭେଟିବା ପାଇଁ ଉପସ୍ଥିତ ହେଲା।

Gade chapit la Kopi




2 ଶାମୁୟେଲ 15:32
20 Referans Kwoze  

ତହୁଁ ସେ ସୀମା ବେଥେଲ୍‍ଠାରୁ ଲୂସ୍‍କୁ ଗଲା ଓ ଅର୍କୀୟ ସୀମା ଦେଇ ଅଟାରୋତ୍‍କୁ ଗଲା;


ତୃତୀୟ ଦିନରେ ଶାଉଲଙ୍କ ଛାଉଣି ଭିତରୁ ଜଣେ ଲୋକ ଆପଣା ବସ୍ତ୍ର ଚିରି ଓ ମସ୍ତକରେ ମାଟି ଦେଇ ଆସିଲା; ପୁଣି ସେ ଦାଉଦଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ଭୂମିରେ ପଡ଼ି ପ୍ରଣାମ କଲା।


ଆଉ ଯେତେବେଳେ ସେ ଜୀତ ପର୍ବତ ପାଖରେ ଥିବା ବୈଥ୍‌ଫାଗୀ ଓ ବେଥନୀୟା ଗ୍ରାମ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,


ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା।


ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”


ହେ ସଦାପ୍ରଭୋ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର। କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ।


ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ-ସନ୍ତାନଗଣର ମୋଲକ୍‍ ନାମକ ଘୃଣାଯୋଗ୍ୟ ଦେବତା ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ।


ଏଥିଉତ୍ତାରେ ଦାଉଦ ଜୈତୁନ ପର୍ବତର ଉଠାଣି ଦେଇ ଗଲେ ଓ ଉପରକୁ ଯିବା ବେଳେ ରୋଦନ କରି କରି ଉପରକୁ ଗଲେ; ସେହି ସମୟରେ ତାଙ୍କର ମସ୍ତକ ଆଚ୍ଛାଦିତ ଥିଲା ଓ ସେ ଖାଲି ପାଦରେ ଚାଲୁଥିଲେ; ପୁଣି ତାଙ୍କର ସଙ୍ଗୀ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ମସ୍ତକ ଆଚ୍ଛାଦନ କରିଥିଲେ ଓ ସେମାନେ ଉପରକୁ ଯିବା ବେଳେ ରୋଦନ କରୁ କରୁ ଉପରକୁ ଗଲେ।


ତହୁଁ ତାମର ଆପଣା ମସ୍ତକରେ ଭସ୍ମ ଦେଇ ତାହା ଦେହର ଲମ୍ବା ଅଙ୍ଗରଖା ଚିରିଲା, ପୁଣି ସେ ଆପଣା ମସ୍ତକରେ ହସ୍ତ ଦେଇ କ୍ରନ୍ଦନ କରୁ କରୁ ଚାଲିଗଲା।


ପୁଣି, ସୈନ୍ୟ ମଧ୍ୟରୁ ବିନ୍ୟାମୀନୀୟ ଜଣେ ଲୋକ ଦୌଡ଼ିଲା, ପୁଣି, ସେ ଆପଣା ବସ୍ତ୍ର ଚିରି ମସ୍ତକରେ ମାଟି ଦେଇ ସେହି ଦିନ ଶୀଲୋରେ ଉପସ୍ଥିତ ହେଲା।


ଏଥିଉତ୍ତାରେ ଦାଉଦ ଉଠାଣି ଶୃଙ୍ଗ ପାର ହୋଇ ଅଳ୍ପ ବାଟ ଅଗ୍ରସର ହେଲା ଉତ୍ତାରେ ଦେଖ, ମଫୀବୋଶତ୍‍ର ଦାସ ସୀବଃ ସଜ୍ଜିତ ଦୁଇ ଗର୍ଦ୍ଦଭ ସଙ୍ଗେ ନେଇ ତାଙ୍କୁ ଭେଟିଲା, ସେହି ଗର୍ଦ୍ଦଭମାନଙ୍କ ଉପରେ ଦୁଇ ଶହ ରୁଟି, ଶହେ ପେନ୍ଥା ଦ୍ରାକ୍ଷାଫଳ ଓ ଶହେ ଗ୍ରୀଷ୍ମକାଳୀନ ଫଳ ଓ ଏକ କୁମ୍ପା (ବୋତୋଲ୍) ଦ୍ରାକ୍ଷାରସ ଥିଲା।


ତେବେ ଅବଶାଲୋମ କହିଲା, “ଅର୍କୀୟ ହୂଶୟକୁ ମଧ୍ୟ ଡାକ, ଆଉ ସେ କʼଣ କହେ, ତାହା ମଧ୍ୟ ଶୁଣିବା।”


ଆଶେର ଓ ବାଲୋତ୍‍ରେ ହୂଶୟର ପୁତ୍ର ବାନା।


ଅହୀଥୋଫଲ ରାଜମନ୍ତ୍ରୀ ଓ ଅର୍କୀୟ ହୂଶୟ ରାଜମିତ୍ର ଥିଲା।


ଏଥିମଧ୍ୟରେ ଅବଶାଲୋମ ଓ ତାହା ସଙ୍ଗେ ଅହୀଥୋଫଲ ଓ ସମସ୍ତ ଇସ୍ରାଏଲୀୟ ଲୋକ ଯିରୂଶାଲମକୁ ଆସିଲେ।


Swiv nou:

Piblisite


Piblisite