2 ଶାମୁୟେଲ 15:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ଆପଣଙ୍କ ଦାସ ଅରାମ ଦେଶସ୍ଥ ଗଶୂରରେ ଥିବା ବେଳେ ମାନତ କରି କହିଅଛି, ‘ଯଦି ସଦାପ୍ରଭୁ ନିଶ୍ଚୟ ମୋତେ ପୁନର୍ବାର ଯିରୂଶାଲମକୁ ଆଣିବେ, ତେବେ ମୁଁ ସଦାପ୍ରଭୁଙ୍କର ସେବା କରିବି।’” Gade chapit laପବିତ୍ର ବାଇବଲ (Re-edited) - (BSI)8 କାରଣ ଆପଣଙ୍କ ଦାସ ଅରାମ ଦେଶସ୍ଥ ଗଶୂରରେ ଥିବା ବେଳେ ମାନତ ମନାସି କହିଅଛି, ଯେବେ ସଦାପ୍ରଭୁ ନିଶ୍ଚୟ ମୋତେ ପୁନର୍ବାର ଯିରୂଶାଲମକୁ ଆଣିବେ, ତେବେ ମୁଁ ସଦାପ୍ରଭୁଙ୍କର ସେବା କରିବି। Gade chapit laଓଡିଆ ବାଇବେଲ8 କାରଣ ଆପଣଙ୍କ ଦାସ ଅରାମ ଦେଶସ୍ଥ ଗଶୂରରେ ଥିବା ବେଳେ ମାନତ କରି କହିଅଛି, ‘ଯଦି ସଦାପ୍ରଭୁ ନିଶ୍ଚୟ ମୋତେ ପୁନର୍ବାର ଯିରୂଶାଲମକୁ ଆଣିବେ, ତେବେ ମୁଁ ସଦାପ୍ରଭୁଙ୍କର ସେବା କରିବି।’” Gade chapit laପବିତ୍ର ବାଇବଲ8 ଅବଶାଲୋମ କହିଲେ, ମୁଁ ଅରାମର ଗଶୂରରେ ଥିବା ସମୟରେ ଏକ ଶପଥ କରିଥିଲି ଯେ, ‘ଯଦି ରାଜା ମୋତେ ଯିରୁଶାଲମକୁ ଫେରି ଆସିବାକୁ କହନ୍ତି ତେବେ ମୁଁ ସଦାପ୍ରଭୁଙ୍କର ସେବା କରିବି।’” Gade chapit la |
ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ।’
ତହୁଁ ଅବଶାଲୋମ ଯୋୟାବଙ୍କୁ ଉତ୍ତର କଲା, “ଦେଖ ମୁଁ ତୁମ୍ଭ ନିକଟକୁ ଲୋକ ପଠାଇ କହିଲି, ତୁମ୍ଭେ ଏଠାକୁ ଆସ, ମୁଁ କାହିଁକି ଗଶୂରରୁ ଆସିଲି? ଏ କଥା ପଚାରିବା ପାଇଁ ମୁଁ ରାଜାଙ୍କ ନିକଟକୁ ତୁମ୍ଭକୁ ପଠାଇବି। ଆଜି ପର୍ଯ୍ୟନ୍ତ ସେଠାରେ ଥିଲେ, ମୋହର ଭଲ ହୋଇଥାʼନ୍ତା; ଏବେ ମୋତେ ରାଜାଙ୍କ ମୁଖ ଦେଖିବାକୁ ଦିଅ, ଯେବେ ମୋʼ ଠାରେ ଅପରାଧ ଥାଏ, ତେବେ ସେ ମୋତେ ବଧ କରନ୍ତୁ।”
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”