Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 16:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁନଶ୍ଚ ମୁଁ କାହାର ସେବା କରିବି? ମୁଁ କି ତାଙ୍କ ପୁତ୍ର ସାକ୍ଷାତରେ ସେବା କରିବି ନାହିଁ? ମୁଁ ଯେପରି ତୁମ୍ଭ ପିତାଙ୍କ ସାକ୍ଷାତରେ ସେବା କରିଅଛି, ସେପରି ଆପଣଙ୍କ ସାକ୍ଷାତରେ ମଧ୍ୟ କରିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁନଶ୍ଚ ମୁଁ କାହାର ସେବା କରିବି? ମୁଁ କି ତାଙ୍କ ପୁତ୍ର ସାକ୍ଷାତରେ ସେବା କରିବି ନାହିଁ? ମୁଁ ଯେପରି ତୁମ୍ଭ ପିତାଙ୍କ ସାକ୍ଷାତରେ ସେବା କରିଅଛି, ସେପରି ଆପଣଙ୍କ ସାକ୍ଷାତରେ ମଧ୍ୟ କରିବି।

Gade chapit la Kopi

ଓଡିଆ ବାଇବେଲ

19 ପୁନଶ୍ଚ ମୁଁ କାହାର ସେବା କରିବି ? ମୁଁ କି ତାଙ୍କ ପୁତ୍ର ସାକ୍ଷାତରେ ସେବା କରିବି ନାହିଁ ? ମୁଁ ଯେପରି ତୁମ୍ଭ ପିତାଙ୍କ ସାକ୍ଷାତରେ ସେବା କରିଅଛି, ସେପରି ଆପଣଙ୍କ ସାକ୍ଷାତରେ ମଧ୍ୟ କରିବି।”

Gade chapit la Kopi

ପବିତ୍ର ବାଇବଲ

19 ମୁଁ କାହାର ସେବା କରିବି, ଅତୀତରେ ମୁଁ ତୁମ୍ଭର ପିତାଙ୍କର ସେବା କରିଛି। ତେଣୁ ମୁଁ ବର୍ତ୍ତମାନ ତୁମ୍ଭର ସେବା କରିବି।”

Gade chapit la Kopi




2 ଶାମୁୟେଲ 16:19
7 Referans Kwoze  

ମାତ୍ର ଯେବେ ତୁମ୍ଭେ ନଗରକୁ ଫେରିଯାଇ ଅବଶାଲୋମଙ୍କୁ କହିବ, ‘ହେ ମହାରାଜ, ମୁଁ ଆପଣଙ୍କର ଦାସ ହେବି; ମୁଁ ପୂର୍ବରେ ଯେପରି ଆପଣଙ୍କ ପିତାଙ୍କର ଦାସ ଥିଲି, ସେପରି ଏବେ ମୁଁ ଆପଣଙ୍କର ଦାସ ହେବି,’ ତେବେ ତୁମ୍ଭେ ଆମ୍ଭ ପକ୍ଷରେ ଅହୀଥୋଫଲର ମନ୍ତ୍ରଣା ବ୍ୟର୍ଥ କରି ପାରିବ।


ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ୍ଗ ତୁଲ୍ୟ।


ଆଉ, ଅବଶିଷ୍ଟ ଯିହୁଦୀ ବିଶ୍ୱାସୀମାନେ ମଧ୍ୟ ତାହାଙ୍କ ସହିତ ସେହି ପ୍ରକାରେ କପଟ ବ୍ୟବହାର କଲେ, ଏପରିକି ବର୍ଣ୍ଣବ୍ବା ସୁଦ୍ଧା ସେମାନଙ୍କ କପଟରେ ପଡ଼ିଗଲେ।


ତହୁଁ ଦାଉଦ ଆଖୀଶ୍‍କୁ କହିଲେ, “ମାତ୍ର ମୁଁ କଅଣ କଲି? ଓ ମୁଁ ଆପଣଙ୍କ ସମ୍ମୁଖରେ ଥିବା ଦିନାବଧି ଆଜି ପର୍ଯ୍ୟନ୍ତ ଆପଣଙ୍କ ଏହି ଦାସଠାରେ ଆପଣ କʼଣ ପାଇଲେ ଯେ, ମୁଁ ଯାଇ ମୋʼ ପ୍ରଭୁ ରାଜାଙ୍କ ଶତ୍ରୁମାନଙ୍କ ବିପକ୍ଷରେ ଯୁଦ୍ଧ କରିବି ନାହିଁ?”


ତହିଁରେ ଦାଉଦ ଆଖୀଶ୍‍କୁ କହିଲେ, “ତାହାହେଲେ ଆପଣଙ୍କ ଦାସ କଅଣ କରିବ, ତାହା ଆପଣ ଜାଣିବେ।” ତେଣୁ ଆଖୀଶ୍‍ ଦାଉଦଙ୍କୁ କହିଲା, “ସେଥିପାଇଁ ମୁଁ ତୁମ୍ଭକୁ ଯାବଜ୍ଜୀବନ ଆପଣା ମସ୍ତକ-ରକ୍ଷକ କରିବି।”


ହୂଶୟ ଅବଶାଲୋମଙ୍କୁ କହିଲା, “ତାହା ନୁହେଁ! ମାତ୍ର ସଦାପ୍ରଭୁ ଓ ଏହି ଲୋକମାନେ ଓ ସମୁଦାୟ ଇସ୍ରାଏଲ ଲୋକ ଯାହାଙ୍କୁ ମନୋନୀତ କଲେ, ମୁଁ ତାଙ୍କରି ହେବି ଓ ତାଙ୍କ ସଙ୍ଗେ ମୁଁ ରହିବି।


ସେତେବେଳେ ଅବଶାଲୋମ ଅହୀଥୋଫଲକୁ କହିଲା, “ଏବେ ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏ ବିଷୟରେ ତୁମ୍ଭେ ପରାମର୍ଶ ଦିଅ।”


Swiv nou:

Piblisite


Piblisite