Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 16:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି ଶିମୀୟି ଅଭିଶାପ ଦେଉ ଦେଉ ଏପରି କହିଲା, “ଆରେ ରକ୍ତପାତୀ ମନୁଷ୍ୟ, ଆରେ ପାପାଧମ ଲୋକ, ଦୁର୍ ହୁଅ, ଚାଲିଯାଅ!

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି ଶିମୀୟି ଶାପ ଦେଉ ଦେଉ ଏପରି କହିଲା, ଆରେ ରକ୍ତପାତୀ ମନୁଷ୍ୟ, ଆରେ ପାପାଧମ ଲୋକ, ଦୂର୍, ଦୂର୍;

Gade chapit la Kopi

ଓଡିଆ ବାଇବେଲ

7 ପୁଣି ଶିମୀୟି ଅଭିଶାପ ଦେଉ ଦେଉ ଏପରି କହିଲା, “ଆରେ ରକ୍ତପାତୀ ମନୁଷ୍ୟ, ଆରେ ପାପାଧମ ଲୋକ, ଦୁର୍ ହୁଅ, ଚାଲି ଯାଅ!

Gade chapit la Kopi

ପବିତ୍ର ବାଇବଲ

7 ଶିମିୟି ଦାଉଦଙ୍କୁ ଅଭିଶାପ ଦେଉଥିଲା ଏବଂ କହିଲା, “ଆରେ ହତ୍ୟାକାରୀ ଏବଂ ମନ୍ଦ ଲୋକ ଏଠାରୁ ଦୂର ହୁଅ।

Gade chapit la Kopi




2 ଶାମୁୟେଲ 16:7
16 Referans Kwoze  

ହେ ପରମେଶ୍ୱର, ମୋʼ ତ୍ରାଣର ପରମେଶ୍ୱର, ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; ତହିଁରେ ମୋହର ଜିହ୍ୱା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ୱରରେ ଗାନ କରିବ।


ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; ସଦାପ୍ରଭୁ ହତ୍ୟାକାରୀ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି।


ଆଉ ଦୁଇଗୋଟି ଦୁଷ୍ଟ ମନୁଷ୍ୟ ଆସି ତାହା ସମ୍ମୁଖରେ ବସିଲେ; ପୁଣି, ସେହି ପାପାଧମ ମନୁଷ୍ୟମାନେ ଲୋକମାନଙ୍କ ସାକ୍ଷାତରେ ନାବୋତ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଲେ, “ନାବୋତ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛି।” ତହୁଁ ସେମାନେ ତାହାକୁ ନଗରର ବାହାରକୁ ନେଇଯାଇ ପ୍ରସ୍ତରାଘାତ କରି ବଧ କଲେ।


ଆଉ ତାହା ସମ୍ମୁଖରେ ଦୁଇଗୋଟି ଦୁଷ୍ଟ ମନୁଷ୍ୟକୁ ବସାଅ ଓ ସେମାନେ ତାହା ବିରୁଦ୍ଧରେ ସାକ୍ଷ୍ୟ ଦେଇ କହନ୍ତୁ, ତୁମ୍ଭେ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛ। ତହିଁ ଉତ୍ତାରେ ତାହାକୁ ବାହାରକୁ ନେଇ ପ୍ରସ୍ତରାଘାତ କରି ବଧ କର।


ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କରିବା ପାଇଁ ତୁମ୍ଭେ କାହିଁକି ତାହାଙ୍କ ବାକ୍ୟ ତୁଚ୍ଛ କଲ? ତୁମ୍ଭେ ଖଡ୍ଗ ଦ୍ୱାରା ହିତ୍ତୀୟ ଊରୀୟକୁ ମାରିଅଛ ଓ ତାହାର ଭାର୍ଯ୍ୟାକୁ ତୁମ୍ଭର ଭାର୍ଯ୍ୟା ହେବା ପାଇଁ ନେଇଅଛ, ପୁଣି ଅମ୍ମୋନ-ସନ୍ତାନଗଣର ଖଡ୍ଗ ଦ୍ୱାରା ଊରୀୟକୁ ବଧ କରିଅଛ।


ଏହିରୂପେ ନେର୍‍ର ପୁତ୍ର ଅବ୍‍ନରକୁ ବଧ କରାଇବା ଯେ ରାଜାଙ୍କ ଆଡ଼ୁ ହୋଇ ନାହିଁ, ଏହା ସମସ୍ତ ଲୋକ ଓ ସମୁଦାୟ ଇସ୍ରାଏଲ ସେହି ଦିନ ଜାଣିଲେ।


ଏହେତୁ ଏବେ ତୁମ୍ଭର କି କର୍ତ୍ତବ୍ୟ, ଏହା ବିବେଚନା କରି ବୁଝ; କାରଣ ଆମ୍ଭମାନଙ୍କ କର୍ତ୍ତା ଓ ତାଙ୍କର ସମସ୍ତ ଗୃହ ପ୍ରତିକୂଳରେ ଅମଙ୍ଗଳ ସ୍ଥିର ହୋଇଅଛି; ମାତ୍ର ସେ ଏପରି ଦୁଷ୍ଟ ଲୋକ ଯେ, ତାଙ୍କୁ କେହି କିଛି କହି ନ ପାରେ।”


ଏଲିଙ୍କର ପୁତ୍ରମାନେ ଦୁଷ୍ଟ ଥିଲେ, ସେମାନେ ସଦାପ୍ରଭୁଙ୍କୁ ଜାଣିଲେ ନାହିଁ।


ଯେ କେତେକ ଦୁଷ୍ଟ ଲୋକ ତୁମ୍ଭ ମଧ୍ୟରୁ ବାହାରି, “ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ,” ତୁମ୍ଭମାନଙ୍କ ଅଜ୍ଞାତ ଦେବତାଗଣ ବିଷୟରେ ଏହା କହି ସେମାନଙ୍କ ନଗର ନିବାସୀମାନଙ୍କୁ ଭୁଲାଇ ନେଇଅଛନ୍ତି;


ଆଉ ସେ ଦାଉଦଙ୍କୁ ଓ ଦାଉଦ ରାଜାଙ୍କର ସବୁ ଦାସଙ୍କୁ ପଥର ମାରିଲା; ସେତେବେଳେ ସମସ୍ତ ଲୋକ ଓ ସମସ୍ତ ବୀର ତାଙ୍କର ଦକ୍ଷିଣରେ ଓ ବାମରେ ଥିଲେ।


ମାତ୍ର ସରୁୟାର ପୁତ୍ର ଅବୀଶୟ ଉତ୍ତର କରି କହିଲା, “ଶିମୀୟି ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ଶାପ ଦେଇଅଛି, ଏହି କାରଣରୁ କି ତାହାର ପ୍ରାଣଦଣ୍ଡ ହେବ ନାହିଁ?”


ସେହି ସମୟରେ ବିନ୍ୟାମୀନୀୟ ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ଅସୁବିଧା ସୃଷ୍ଟିକାରୀ ଲୋକ ସେଠାରେ ଥିଲା; ପୁଣି ସେ ତୂରୀ ବଜାଇ କହିଲା, “ଦାଉଦଠାରେ ଆମ୍ଭମାନଙ୍କର କୌଣସି ଅଂଶ ନାହିଁ, କିଅବା ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ଚାଲ।”


କାରଣ ସେମାନେ ମୋʼ ଉପରେ ଅଧର୍ମ ଆରୋପ କରନ୍ତି ଓ କ୍ରୋଧରେ ମୋତେ ଘୃଣା କରନ୍ତି।


ଅନେକେ ମୋʼ ପ୍ରାଣ ବିଷୟରେ କହନ୍ତି, ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ। [ସେଲା]


ମୋʼ ଅନ୍ତରରେ ମୋʼ ହୃଦୟ ଅତ୍ୟନ୍ତ ବ୍ୟଥିତ ହେଉଅଛି ଓ ମୋʼ ଉପରେ ମୃତ୍ୟୁର ତ୍ରାସ ପଡ଼ିଅଛି।


Swiv nou:

Piblisite


Piblisite