Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 17:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମାତ୍ର ମୋହର ମନ୍ତ୍ରଣା ଏହି ଯେ, ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ସମୁଦାୟ ଇସ୍ରାଏଲ ସମୁଦ୍ରତୀରସ୍ଥ ବାଲୁକା ତୁଲ୍ୟ ଅସଂଖ୍ୟ ହୋଇ ଆପଣଙ୍କ ନିକଟରେ ସଂଗୃହୀତ ହେଉନ୍ତୁ; ପୁଣି ଆପଣ ସ୍ୱୟଂ ଯୁଦ୍ଧକୁ ଯାଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମାତ୍ର ମୋହର ମନ୍ତ୍ରଣା ଏହି ଯେ, ଦାନ୍‍ଠାରୁ ବେରଶେବା ପର୍ଯ୍ୟନ୍ତ ସମୁଦାୟ ଇସ୍ରାଏଲ ସମୁଦ୍ରତୀରସ୍ଥ ବାଲୁକା ତୁଲ୍ୟ ଅସଂଖ୍ୟ ହୋଇ ଆପଣଙ୍କ ନିକଟରେ ସଂଗୃହୀତ ହେଉନ୍ତୁ; ପୁଣି ଆପଣ ସ୍ଵୟଂ ଯୁଦ୍ଧକୁ ଯାଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

11 ମାତ୍ର ମୋହର ମନ୍ତ୍ରଣା ଏହି ଯେ, ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ସମୁଦାୟ ଇସ୍ରାଏଲ ସମୁଦ୍ରତୀରସ୍ଥ ବାଲୁକା ତୁଲ୍ୟ ଅସଂଖ୍ୟ ହୋଇ ଆପଣଙ୍କ ନିକଟରେ ସଂଗୃହୀତ ହେଉନ୍ତୁ; ପୁଣି ଆପଣ ସ୍ୱୟଂ ଯୁଦ୍ଧକୁ ଯାଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ

11 “ମାତ୍ର ମୋର ମନ୍ତ୍ରଣା ଏହି ଯେ, ଦା‌ନ୍‌ଠାରୁ ‌ବେ‌ର୍‌ଶେବା ପର୍ଯ୍ୟନ୍ତ ସମୁଦାୟ ଇସ୍ରାଏଲୀୟମାନେ ସମୁଦ୍ର ଓ ତୀରସ୍ଥ ବାଲୁକା ତୁଲ୍ୟ ଅସଂଖ୍ୟ ହୋଇ ଆପଣଙ୍କ ନିକଟରେ ସଂଗୃହୀତ ହୁଅନ୍ତୁ। ଆପଣ ସ୍ୱୟଂ ଯୁଦ୍ଧକୁ ଯାଆନ୍ତୁ।

Gade chapit la Kopi




2 ଶାମୁୟେଲ 17:11
14 Referans Kwoze  

ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।


ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [ହିଗାୟୋନ୍‍, ସେଲା]


ଏଥିଉତ୍ତାରେ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଓ ଗିଲୀୟଦ ଦେଶ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ସମସ୍ତେ ବାହାର ହେଲେ ଓ ସମଗ୍ର ମଣ୍ଡଳୀ ଏକ ମନୁଷ୍ୟ ପରି ମିସ୍ପାରେ ସଦାପ୍ରଭୁଙ୍କ ସାକ୍ଷାତରେ ଏକତ୍ରିତ ହେଲେ।


ତହିଁରେ ସେମାନେ ଆପଣା ଆପଣା ସୈନ୍ୟ ସହିତ ଅପାର ଲୋକ ସମୁଦ୍ରତୀରସ୍ଥ ବାଲୁକା ତୁଲ୍ୟ ଲୋକାରଣ୍ୟ ହୋଇ ଅନେକ ଅନେକ ଅଶ୍ୱ ଓ ରଥ ସଙ୍ଗେ ନେଇ ବାହାର ହେଲେ।


ଏଉତ୍ତାରେ ବିନ୍‍ହଦଦ୍‍ ତାଙ୍କ ନିକଟକୁ ଲୋକ ପଠାଇ କହିଲା, “ଯେବେ ଶମରୀୟାର ଧୂଳି ମୋʼ ପଶ୍ଚାତ୍‍ଗାମୀ ସମସ୍ତ ଲୋକଙ୍କ ପୂର୍ଣ୍ଣ ମୁଷ୍ଟି ନିମନ୍ତେ ଯଥେଷ୍ଟ ହୁଏ, ତେବେ ଦେବତାମାନେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ।”


ଯିହୁଦା ଓ ଇସ୍ରାଏଲ ଭୋଜନପାନ ଓ ଆମୋଦ ପ୍ରମୋଦ କରି ବାହୁଲ୍ୟ ହେତୁରୁ ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ବହୁସଂଖ୍ୟକ ଥିଲେ।


ତହିଁରେ ରାଜା ଆପଣା ନିକଟସ୍ଥ ସେନାପତି ଯୋୟାବଙ୍କୁ କହିଲେ; “ତୁମ୍ଭେମାନେ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟଦେଇ ଭ୍ରମଣ କରି ଲୋକମାନଙ୍କୁ ଗଣନା କର, ତାହାହେଲେ ମୁଁ ଲୋକମାନଙ୍କର ସଂଖ୍ୟା ଜାଣି ପାରିବି।”


ଏହେତୁ ଆପଣ ଅବଶିଷ୍ଟ ଲୋକମାନଙ୍କୁ ଏକତ୍ର କରି ନଗର ନିକଟରେ ଛାଉଣି ସ୍ଥାପନ କରି ତାହା ଅଧିକାର କରନ୍ତୁ, ନୋହିଲେ ମୁଁ ସେ ନଗର ଅଧିକାର କଲେ, ତାହା ମୋʼ ନାମାନୁସାରେ ଖ୍ୟାତ ହେବ।”


ପୁଣି, ପୃଥିବୀର ଧୂଳି ପରି ଆମ୍ଭେ ତୁମ୍ଭର ବଂଶ ବୃଦ୍ଧି କରିବା; କେହି ଯଦି ପୃଥିବୀସ୍ଥ ଧୂଳି ଗଣି ପାରଇ, ତେବେ ତୁମ୍ଭର ବଂଶ ଗଣ୍ୟ ହେବ।


ଏଥିଉତ୍ତାରେ ଅବ୍ରହାମ ପ୍ରଭାତରେ ଉଠି ରୁଟି ଓ ଜଳପୂର୍ଣ୍ଣ କୁମ୍ପା ଘେନି ହାଗାରର ସ୍କନ୍ଧରେ ଦେଇ ବାଳକଙ୍କୁ ସମର୍ପଣ କରି ତାହାଙ୍କୁ ବିଦାୟ କଲେ; ତହିଁରେ ସେ ପ୍ରସ୍ଥାନ କରି ବେର୍‍ଶେବା ନାମକ ପ୍ରାନ୍ତରରେ ପଥ ହରାଇଲା।


ତହିଁରେ ଶାମୁୟେଲ ଯେ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତା ହେବାକୁ ନିଯୁକ୍ତ ହୋଇଅଛନ୍ତି, ଏହା ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ସମସ୍ତ ଇସ୍ରାଏଲ ଜ୍ଞାତ ହେଲେ।


ଏଉତ୍ତାରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ପଲେଷ୍ଟୀୟମାନଙ୍କର ତିରିଶ ସହସ୍ର ରଥ ଓ ଛଅ ସହସ୍ର ଅଶ୍ୱାରୋହୀ ଓ ସମୁଦ୍ରତୀରସ୍ଥ ବାଲୁକାର ନ୍ୟାୟ ଲୋକସମୂହ ଏକତ୍ର ହେଲେ; ସେମାନେ ଆସି ମିକ୍‍ମସ୍‍ରେ ବେଥ୍-ଆବନର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।


ସଦାପ୍ରଭୁ ଦାଉଦଙ୍କ ବିଷୟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ଯଦି ମୁଁ ତାଙ୍କ ପ୍ରତି ନ କରେ, ତେବେ ପରମେଶ୍ୱର ଅବ୍‍ନରକୁ ସେହି ଦଣ୍ଡ ଓ ତହିଁରୁ ଅଧିକ ଦିଅନ୍ତୁ।”


Swiv nou:

Piblisite


Piblisite